ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ରାଜ୍ୟର ୨୦ଟି ଜିଲ୍ଲାରେ ୩୪ ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ କରାଯାଇଛି । ଏଥିସହ ୪ଟି ଜିଲ୍ଲାର ୫ ଟି ଏନଏସି ମ୍ୟୁନିସିପାଲିଟିକୁ ଉନ୍ନୀତ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
ନୂଆ ଏନଏସି: ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।
ନୂଆ ମ୍ୟୁନିସିପାଲିଟି: ବୌଦ୍ଧଗଡ଼, ଆସ୍କା, ଛତ୍ରପୁର, କରଞ୍ଜିଆ ଓ କଣ୍ଟାବାଞ୍ଝି
ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।