Thursday, April 30, 2026 10:26 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅଲମ୍ପିକସ ସ୍ୱର୍ଣ୍ଣପଦକ ବିଜେତାଙ୍କୁ ୬ କୋଟି, ରୌପ୍ୟ ବିଜେତାଙ୍କୁ ୪ କୋଟି

ଓଡ଼ିଶାର ଅଲମ୍ପିୟାନଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

by Our Correspondent
08 Jul, 2021- 08:25 PM
in Latest News, News
1 min read
0
ଅଲମ୍ପିକସ ସ୍ୱର୍ଣ୍ଣପଦକ ବିଜେତାଙ୍କୁ ୬ କୋଟି, ରୌପ୍ୟ ବିଜେତାଙ୍କୁ ୪ କୋଟି

ଭୁବନେଶ୍ୱର: ଟୋକିଓ ଅଲମ୍ପିକସ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି । ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ । ଏହାସହିତ ଅଲମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବା ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଛନ୍ତି ।

ଚଳିତ ମାସ ଶେଷ ଭାଗରେ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲମ୍ପିକସ ରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ । ଏହି ଅବସରରେ ଅଲମ୍ପିୟାନ ଦୁତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନେ ଓଡିଶାର ଯୁବ ସମାଜ ପାଇଁ ରୋଲ ମଡେଲ ପାଲଟିଯାଇଛ । ତୁମ ପରିବାର ପାଇଁ ଓ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛ । କଠୋର ପରିଶ୍ରମ, ନିଷ୍ଠା ଓ ଶୃଙ୍ଖଳା ଦ୍ଵାରା ତୁମେମାନେ ନିଶ୍ଚୟ ପଦକ ଜିତିବ ବୋଲି ମୁଁ ଆଶା କରେ ।

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲମ୍ପିକ ରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ ।

ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ। ।

ଖେଳାଳି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି କେ ପାଣ୍ଡିଆନ ଖେଳାଳି ମାନଙ୍କ ଅଲମ୍ପିକସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ ।

କ୍ରୀଡା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଶାଳ ଦେବ ସ୍ଵାଗତ ଭାଷଣ ଦେଇଥିଲେ ଓ ସ୍ଵତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Previous Post

ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଗୁରୁତ୍ଵ

Next Post

୬ ଜିଲ୍ଲାରେ ନୂଆ ଏସପି

Next Post
୬ ଜିଲ୍ଲାରେ ନୂଆ ଏସପି

୬ ଜିଲ୍ଲାରେ ନୂଆ ଏସପି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA