Saturday, April 4, 2026 02:13 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ରିଲିଫ୍

୨୪ ଘଣ୍ଟାରେ ମୁଖ୍ୟ ରାସ୍ତା ମରାମତି, ବିଜୁଳି ଯୋଗାଣ ସ୍ୱାଭାବିକ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

by Our Correspondent
26 May, 2021- 08:59 PM
in Latest News, News
1 min read
0
ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ରିଲିଫ୍

ଭୁବନେଶ୍ୱର: ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ପାଇଁ ରିଲିଫ୍ ଦିଆଯିବ । ଜଳବନ୍ଦୀରେ ଥିବା ୧୨୮ ଗାଁର ସମସ୍ତ ପରିବାର ଏହି ରିଲିଫ୍ ପାଇବେ । ଆଜି ସଂଧ୍ୟାରେ ବାତ୍ୟା ପରବର୍ତ୍ତୀ ପରିସ୍ଥିତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଏଥିସହ ଆସନ୍ତା ୨୪ ଘଣ୍ଟାରେ ବାତ୍ୟା କ୍ଷତିଗ୍ରସ୍ତ ମୁଖ୍ୟ ରାସ୍ତାଗୁଡ଼ିକର ମରାମତି ଏବଂ ୮୦% ବିଜୁଳି ଯୋଗାଣ କାର୍ଯ୍ୟ ସ୍ୱାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବାତ୍ୟା ‘ୟାସ୍’ ର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସବୁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ଗୋଷ୍ଠୀ ସଂଗଠନ ଏବଂ ପୁଲିସକୁ ଅଭିନ୍ଦନ ଜଣାଇ ସେମାନଙ୍କ କାର୍ଯ୍ୟର ଭୂୟସୀ ପ୍ରଶଂସା କରିଛନ୍ତି । ବାତ୍ୟା ପ୍ରଭାବିତ ଜିଲ୍ଲାବାସୀଙ୍କୁ ନିରବଚ୍ଛିନ୍ନ ସ୍ୱାସ୍ଥ୍ୟସେବା ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ।

ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ୍ କମିଶନର ଓ ବରିଷ୍ଠ ଅଧିକାରୀମାନଙ୍କ ସହ ମୁଖ୍ୟମନ୍ତ୍ରୀ କ୍ଷୟକ୍ଷତି, ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ । ସମୀକ୍ଷା ବୈଠକ ପରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଏକ ପ୍ରେସ୍ ମିଟ୍ ରେ କହିଛନ୍ତି ଯେ ପୁନରୁଦ୍ଧାର କାର୍ଯ୍ୟ ତ୍ୱରିତ ବେଗରେ ଆଗେଇ ଚାଲିଛି । ସମୁଦ୍ରରେ ୪ ମିଟର ଉଚ୍ଚାରେ ଜୁଆର ଆସିବାରୁ ବ୍ୟାପକ କ୍ଷତି ହୋଇଛି । ବାଲେଶ୍ୱରରେ ୮୪ ଗାଁ ଏବଂ ଭଦ୍ରକରେ ୪୪ ଗାଁ ଜଳମଗ୍ନ ହୋଇଛି । ତେବେ କ୍ଷୟକ୍ଷତି ଆକଳନ ପାଇଁ ୪୮ରୁ ୭୨ ଘଣ୍ଟା ଦରକାର ବୋଲି ସେ କହିଛନ୍ତି ।

ପ୍ରଭାବିତ ଅଞ୍ଚଳରେ ରାସ୍ତାଘାଟ, ବିଜୁଳି ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଜୋରସୋର ଚାଲିଛି । ପ୍ରଭାବିତ ଲୋକଙ୍କୁ ଜେନେରେଟର ମାଧ୍ୟମରେ ପାନୀୟଜଳ ଯୋଗାଯାଉଛି । ସବୁ ଜାଗାରେ ପଲିଥିନ୍ ମହଜୁଦ ଅଛି । ସବୁ ଠିକଠାକ୍ ହେବାକୁ ସମୟ ଲାଗିବ । ଅନ୍ୟପକ୍ଷରେ ବାତ୍ୟାରେ ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଏସଆରସି କହିଛନ୍ତି ।

ଗ୍ରାଉଣ୍ଡ ଜିରୋରୁ ବବିଙ୍କ ପରିଚାଳନା

ବାତ୍ୟା ପୂର୍ବରୁ ପ୍ରସ୍ତୁତି ଏବଂ ବାତ୍ୟା ପରେ ପୁନରୁଦ୍ଧାର ଓ ମରାମତି କାର୍ଯ୍ୟରେ ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ(ବବି) ଦାସଙ୍କ କାର୍ଯ୍ୟକୁ ସବୁଆଡୁ ପ୍ରଶଂସା କରାଯାଇଛି । ଗ୍ରାଉଣ୍ଡ ଜିରୋରେ ବୁଲି ଲୋକଙ୍କ ଦୁଃଖ ଦୁର୍ଦ୍ଦଶା ବୁଝିବା ଏବଂ ପ୍ରଶାସନ ସହ ସମନ୍ୱୟ ରଖି କାର୍ଯ୍ୟ କରୁଛନ୍ତି ବବି ଏବଂ ତାଙ୍କ ଟିମ୍ । ଆଜି ଗ୍ରାଉଣ୍ଡ ଜିରୋରେ ସ୍ଥିତି ପରଖିବା ପରେ ବାଲେଶ୍ୱରରେ ବାତ୍ୟା ପରବର୍ତ୍ତୀ ପରିସ୍ଥିତିର ସମୀକ୍ଷା କରିଥିଲେ । ବବିଙ୍କ ସାଙ୍ଗରେ ଥିଲେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏବଂ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଏବଂ ବବିଙ୍କ ପ୍ରତ୍ୟକ୍ଷତ୍ତ ତ୍ତ୍ୱାବଧାନରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ବିଧାୟକମାନେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟରେ ଲାଗିପଡ଼ିଛନ୍ତି । ଦଳୀୟ ନେତା ଓ କର୍ମୀଙ୍କୁ ମଧ୍ୟ ଏହି କାର୍ଯ୍ୟରେ ଲଗାଯାଇଛି । ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ କୌଣସି ଜାଗାରେ ଯେଭଳି ତ୍ରୁଟି ବିଚ୍ୟୁତି ନରହେ ସେଥିପ୍ରତି ଧ୍ୟାନ ଦେବାକୁ ବବି ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Previous Post

ଉପକୂଳ ଅତିକ୍ରମ କଲା ‘ୟାସ୍’

Next Post

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ, କାଲି ଆସିବେ ପ୍ରଧାନମନ୍ତ୍ରୀ

Next Post
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ, କାଲି ଆସିବେ ପ୍ରଧାନମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ, କାଲି ଆସିବେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19176 shares
    Share 7670 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA