ଭୁବନେଶ୍ୱର/ଝାରସୁଗୁଡ଼ା: ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ଝାରସୁଗୁଡ଼ାର ଦୁଇ ହଜାର ଲୋକଙ୍କ ଦୁଃଖ ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ବିସ୍ଥାପିତ ପରିବାରକୁ ଘରଡ଼ିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହାଦ୍ୱାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।
ଝାରସୁଗୁଡ଼ା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ଏହି ବଡ଼ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ନବ ଦାସ, ସୁଶାନ୍ତ ସିଂ, ବରଗଡ ସାଂସଦ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।








