Friday, April 17, 2026 08:48 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବାଲେଶ୍ୱର ପ୍ରତିଶ୍ରୁତି ପାଳନ କଲେ ନବୀନ

ବାଲେଶ୍ୱର ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ପାଇଁ ୧୫୫ କୋଟିର ପ୍ରକଳ୍ପ

by Our Correspondent
13 Apr, 2021- 07:56 PM
in Latest News, News
1 min read
0
ବାଲେଶ୍ୱର ପ୍ରତିଶ୍ରୁତି ପାଳନ କଲେ ନବୀନ

ଭୁବନେଶ୍ୱର: ଗତ ଉପନିର୍ବାଚନ ବେଳେ ବାଲେଶ୍ୱରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲେଶ୍ୱର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ଆଜି ସକାଳେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ. ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଏବଂ ପୂର୍ତ୍ତ ସଚିବ ଡ. କ୍ରିଷନ୍ କୁମାର ବାଲେଶ୍ୱର ଯାଇ ବିଭିନ୍ନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରି ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରିଥିଲେ । ଆଉ  ମୁଖ୍ୟମନ୍ତ୍ରୀ ତୁରନ୍ତ ନିମ୍ନୋକ୍ତ ପ୍ରକଳ୍ପ ଘୋଷଣା କରିଥିଲେ ।

୧. ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟ ରେ ବାଲେଶ୍ଵର ସହଦେବଖୁଣ୍ଟା ବସଷ୍ଟାଣ୍ଡ ର ବିକାଶ କରାଯିବ

୨. ତୁମୂଳିଆ ଗେଟ Flyover ଠାରୁ Station ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତା କୁ ଛଅ ଥାକିଆ କରାଯିବ । ଏହା ସହିତ ଏ ରାସ୍ତାରେ ଆଧୁନିକ Street Lighting ର ବ୍ୟବସ୍ତା ମଧ୍ୟ କରାଯିବ । ବାଲେଶ୍ଵର ମ୍ୟୁନିସିପାଲିଟିର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ । ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି । ଏହା ସହରରେ ଟ୍ରାଫିକ ସମସ୍ଯା ଦୂର କରିବାରେ ସହାୟକ ହେବ ।

୩. ବାଲେଶ୍ଵର ର କ୍ରୀଡାବିତ ମାନଙ୍କ ଭିତରେ ଥିବା ପ୍ରତିଭା ର ବିକାଶ ପାଇଁ ବାଲେଶ୍ଵର ମ୍ୟୁନିସିପାଲିଟି ୧୪ କୋଟି ଟଙ୍କା ବ୍ୟୟରେ Multipurpose Indoor Hall, Swimming Pool ଆଦି ଉନ୍ନତ କ୍ରୀଡା ଭିତ୍ତିଭୂମି ର ବିକାଶ କରାଯିବ । ଏହାସହିତ କ୍ରୀଡାବିତ ମାନଙ୍କ ପାଇଁ ଉଚ୍ଚ ମାନର ତାଲିମ ବ୍ୟବସ୍ତା କରାଯିବ ।

୪. ବୁଢାବଳଙ୍ଗ ନଦୀ ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଜୀବନରେଖା। ୫୩ କୋଟି ଟଙ୍କା ଖର୍ଚ୍ଚରେ ବୁଢାବଳଙ୍ଗ ନଦୀବନ୍ଧର ସୁରକ୍ଷା ସହିତ Beautification କରାଯିବ । ବାଲେଶ୍ଵର ସହରବାସିଙ୍କ ପାଇଁ ଅବସର ବିନୋଦନ ନିମନ୍ତେ ବୁଢାବଳଙ୍ଗ ନଦୀକୁଳ ର ଆବଶ୍ୟକ ବିକାଶ କରାଯିବ ।

୫. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ମୁଖ୍ୟ ପୋଖରୀ ଗୁଡିକ ଯଥା ଗଡଗଡିଆ ପୋଖରୀ , ଶୋଭାରାମପୁର ପୋଖରୀ , ବଡଖୁଆ ପୋଖରୀ, ନୂଆ ପୋଖରୀ, ହରଚନ ପୋଖରୀ ଓ ହରଗଙ୍ଗା ପୋଖରୀ ଆଦିର Beautification ଓ ବିକାଶ କରାଯିବ । ଏହା ସହରର ପରିବେଶକୁ ସୁନ୍ଦର କରିବା ସହିତ ନାଗରିକ ମାନଙ୍କ ନିମନ୍ତେ Open Space ସୃଷ୍ଟି କରିବ।

୬. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର Drainage Channel ଓ ତତସଂଯୁକ୍ତ ରାସ୍ତା ଗୁଡିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ । “

ମୁଖ୍ୟମନ୍ତ୍ରୀ କହିଛନ୍ତି , ବାଲେଶ୍ଵର Medical College ର teaching hospital ନିମନ୍ତେ 275 କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ 4/5 ମାସ ହେବ ବାଲେଶ୍ଵର ମ୍ୟୁନିସିପାଲିଟି ପକ୍ଷରୁ 16 କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ ରୋଡ , କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି । “

ଆମେ କଥା ନୁହେଁ ସବୁବେଳେ କାମରେ ବିଶ୍ବାସ କରୁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଉକ୍ତି କୁ ଦୋହରାଇବା ସହ ଏ ସବୁ କାମ ଶୀଘ୍ର ଆରମ୍ଭ ହେବ ଓ ପ୍ରାଥମିକତାର ସହ କାର୍ଯ୍ୟକାରୀ କରାଯିବ ବୋଲି ଘୋଷଣା କରିଛନ୍ତି । ବାଲେଶ୍ଵର ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆମେ କାମ କରି ଚାଲିବୁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏ ଦିଗରେ ବାଲେଶ୍ଵର ଜିଲ୍ଲାର ଭାଇ ଭଉଣୀ ମାନଙ୍କ ସହଯୋଗ କାମନା କରିଛନ୍ତି ।

 

Previous Post

ଧର୍ମେନ୍ଦ୍ର ଟିହାଇଲେ, ବବି ବୁଝାଇଦେଲେ

Next Post

ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ

Next Post
ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ

ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA