Friday, April 17, 2026 04:24 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବରେ ଗ୍ରହଣ କରିବା ପାଇଁଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଜଣେ ଚାହିଁଲେ ସର୍ବାଧିକ ୩ଟି ସ୍କୁଲକୁ ପୋଷ୍ୟ ଭାବରେ ଗ୍ରହଣ କରିପାରିବେ

by Our Correspondent
25 Jan, 2021- 09:00 PM
in Latest News, News
1 min read
0
ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବରେ ଗ୍ରହଣ କରିବା ପାଇଁଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ସ୍କୁଲରେ ହିଁ ଆମ ବ୍ୟକ୍ତିତ୍ବର ମୂଳଦୁଆ ପଡିଥାଏ। ଶିଶୁକୁ ସ୍କୁଲ ହିଁ ସମାଜ ସହ ଯୋଡିଥାଏ। ଆମ ସାମାଜିକ ଜୀବନର ଅୟମାରମ୍ଭ ହୋଇଥାଏ ବିଦ୍ୟାଳୟରୁ। ଶିକ୍ଷା ହିଁ ସଭ୍ୟତା ଓ ସଂସ୍କାରକୁ ଆଗକୁ ନେଇଥାଏ ଏବଂ ରୂପାନ୍ତରର ଭିତ୍ତି ପକାଇଥାଏ। ଘର ପରେ ବିଦ୍ୟାଳୟ ସହିତ ଆମ ସମସ୍ତଙ୍କର ଭାବଗତ ବନ୍ଧନ ସବୁଠାରୁ ଅଧିକ। ତେଣୁ ଆମ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣି ସରକାରୀ ବିଦ୍ୟାଳୟ ଗୁଡିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ଆମ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୋ ସ୍କୁଲ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ବିକାଶରେ ଭାଗୀଦାରି ହୋଇପାରିବ। ତାହା ଭିତ୍ତିଭୂମି ବିକାଶ ହେଉ, ବା ଶିକ୍ଷାଦାନ । ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ବହୁ ଓଡିଆ ସାମିଲ ହୋଇ ସେମାନେ ପଢିଥିବା ବିଦ୍ୟାଳୟର କାୟାକଳ୍ପରେ ସାମିଲ ହୋଇଛନ୍ତି ।

ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟର ଦୁଇ ଜଣ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀ ପ୍ରତାପ ଷଡଙ୍ଗୀଙ୍କ ସମେତ ହାଇକୋର୍ଟର ବିଚାରପତି, ସମସ୍ତ ମନ୍ତ୍ରୀ, ସମସ୍ତ ସାଂସଦ ଏବଂ ବିଧାୟକ ମାନଙ୍କୁ ସେମାନେ ପଢିଥିବା ବିଦ୍ୟାଳୟ ବା ପସନ୍ଦର ବିଦ୍ୟାଳୟକୁ ପୋଷ୍ୟ ଭାବରେ ଗ୍ରହଣ କରିବାପାଇଁ ଅନୁରୋଧ କରିଛନ୍ତି। ଜଣେ ବ୍ୟକ୍ତି ଚାହିଁଲେ ସର୍ବାଧିକ ୩ ଗୋଟି ବିଦ୍ୟାଳୟକୁ ପୋଷ୍ୟ ଭାବରେ ଗ୍ରହଣ କରିପାରିବ।

ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ରରେ କହିଛନ୍ତି ଯେ ଆପଣମାନେ ନିଜ ନିଜର ଦକ୍ଷତା ଓ ପ୍ରତିଭା ଦ୍ବାରା ସମାଜରେ ପ୍ରତିଷ୍ଠା ଲାଭ କରିଛନ୍ତି। ଏଥିରେ ଆପଣ ପାଠ ପଢିଥିବା ବିଦ୍ୟାଳୟର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି। ବିଦ୍ୟାଳୟ ଆମକୁ ବହୁତ କିଛି ଦେଇଛି, ଆମକୁ ଗଢିଛି । ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ଆମ ଭିତରେ ସାମର୍ଥ ସୃଷ୍ଟି କରିଛି । ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ ଆମର ପ୍ରତିବଦ୍ଧତାକୁ ଆହୁରି ଦୃଢ କରିଛି । ସମାଜ ପ୍ରତି ଉତ୍ତରଦାୟିତ୍ବକୁ ଠିକ୍‌ ଭାବରେ ନିର୍ବାହ କରିବା ପାଇଁ ମାର୍ଗ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାରଙ୍କର ମୋ ସ୍କୁଲ କାର୍ଯ୍ୟକ୍ରମ ଆପଣଙ୍କର ପ୍ରିୟ ବିଦ୍ୟାଳୟ ପାଇଁ କିଛି କରିବା ପାଇଁ ସୁଯୋଗ ସୃଷ୍ଟି କରିଛି । ଉଦାର ହୃଦୟରେ ଆପଣ ଆପଣଙ୍କ ପ୍ରିୟ ବିଦ୍ୟାଳୟର ରୂପାନ୍ତର ପାଇଁ ସୁଯୋଗ ସୃଷ୍ଟି କରିପାରିବେ ବୋଲି ଉଲ୍ଲେଖ କରି ନିଜ ନିଜର ପ୍ରିୟ ବିଦ୍ୟାଳୟକୁ/ବିଦ୍ୟାଳୟ ଗୁଡିକୁ ପୋଷ୍ୟ ଭାବରେ ଗ୍ରହଣ କରିବାପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ସ୍କୁଲ ଆମକୁ ବହୁତ କିଛି ଦେଇଛି। ତାର ପ୍ରତିଦାନ ଦେବା ପାଇଁ ଆଜି ସମୟ ଆସିଛି। ସମାଜର ନେତୃବର୍ଗଙ୍କର ଏହି ସାଧୁ ଉଦ୍ୟମ ଅତ୍ୟନ୍ତ ପ୍ରଭାବଶାଳୀ ହେବା ସହିତ ଆପଣମାନଙ୍କ ପାଇଁ ଏକ ଅନନ୍ୟ ପରିଚୟ ଓ ଅନ୍ୟମାନଙ୍କ ପାଇଁ ଏକ ଅନୁକରଣୀୟ ଉଦାହରଣ ସୃଷ୍ଟି କରିବ ବୋଲି ଉଲ୍ଲେଖ କରି ମୋ ସ୍କୁଲ କାର୍ଯ୍ୟକ୍ରମରେ ସାମିଲ ହୋଇ ରାଜ୍ୟର ଶୈକ୍ଷିକ ପରିବେଶରେ ଆରମ୍ଭ ହୋଇଥିବା ରୂପାନ୍ତରରେ ସାମିଲ ହେବା ପାଇଁ ସମସ୍ତଙ୍କୁ ଆହ୍ବାନ ଜଣାଇଛନ୍ତି।

Previous Post

ଅପରାଜିତା: ପଛପଟ ପତିତପାବନ, ଆଗପଟ ଜଗନ୍ନାଥ!

Next Post

କଲେଜ ବକେୟା ଫିସ୍ ଦେବାକୁ ମୂଲ ଲାଗିଲେ ଡିପ୍ଲୋମା ଇଂଜିନିୟରିଂ ଛାତ୍ରୀ

Next Post
କଲେଜ ବକେୟା ଫିସ୍ ଦେବାକୁ ମୂଲ ଲାଗିଲେ ଡିପ୍ଲୋମା ଇଂଜିନିୟରିଂ ଛାତ୍ରୀ

କଲେଜ ବକେୟା ଫିସ୍ ଦେବାକୁ ମୂଲ ଲାଗିଲେ ଡିପ୍ଲୋମା ଇଂଜିନିୟରିଂ ଛାତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA