Monday, May 18, 2026 05:18 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କରୋନା ବିପଦ: ପୂଜା ପାଇଁ ସତର୍କ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍

by Our Correspondent
20 Oct, 2020- 05:02 PM
in Latest News, News
1 min read
0
କରୋନା ବିପଦ: ପୂଜା ପାଇଁ ସତର୍କ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦଶହରା ଏବଂ ଦୀପାବଳୀ ସମୟରେ ସର୍ବସାଧାରଣ ଜାଗାରେ ଗହଳି ନ କରି ଘରେ ପରିବାର ସହ ପୂଜା ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି । ଶୀତଋତୁରେ କରୋନା ଆହୁରି ଭୟଙ୍କର ରୂପ ନେଇପାରେ । ମାତ୍ର ସାବଧାନ ରହିଲେ ସଂକ୍ରମଣ ବଢ଼ିବ ନାହିଁ । ଏଣୁ ସେଥିପାଇଁ ସମସ୍ତେ ସତର୍କ ରହିବା ଦରକାର । ଆଜି ଅପରାହ୍ନରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଏହି ଅପିଲ୍ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଭାଷଣ 

ପ୍ରିୟ ଭାଇ ଓ ଭଉଣୀମାନେ ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର ଏବଂ ପୂଜା ପାଇଁ ଅଭିନନ୍ଦନ ।

ଗତ ସାତ ମାସ ହେଲା ଓଡିଶା କରୋନା ବିରୋଧରେ ଲଢେଇ ଜାରି ରଖିଛି । ମୁଁ ଜାଣେ ଏଥିପାଇଁ ଆପଣମାନଙ୍କୁ ଅନେକ କଷ୍ଟ, ଅନେକ ତ୍ୟାଗ ସ୍ବୀକାର କରିବାକୁ ହେଉଛି। ବିଶେଷକରି ଆମର ପିଲାମାନେ ଓ ବୟସ୍କ ଲୋକମାନଙ୍କୁ ଘରେ ରହିବାକୁ ପଡୁଛି । ପିଲାମାନେ ସ୍କୁଲ ସାଙ୍ଗସାଥି ଓ ଖେଳିବାର ମଜା ନେଇ ପାରୁନାହାନ୍ତି । ବୟସ୍କ ଲୋକ ଏବଂ ପିଲାମାନେ ଘରେ ରହିବା ଦ୍ବାରା ଆମେ କରୋନା ବିରୋଧରେ ଲଢେଇକୁ ଭଲ ଭାବରେ ଲଢି ପାରିବା ।

ମୁଁ କହିବାକୁ ଚାହେଁ ଯେ, ଆପଣମାନଙ୍କ ତ୍ୟାଗ ବୃଥା ଯାଇ ନାହିଁ । ଓଡିଶା ଗତ ୬ ମାସରେ କରୋନା ସଂକ୍ରମଣକୁ ରୋକିବାରେ ସଫଳ ହୋଇଛି ।  ଏଥିରେ ରାଜ୍ୟର ସବୁ ନାଗରିକଙ୍କ ସହଯୋଗ ରହିଛି ।ଆପଣମାନେ ମୋର ଅନୁରୋଧ ରକ୍ଷା କରି ମାସ୍କ ପିନ୍ଧୁଛନ୍ତି । ହାତ ଧୋଉଛନ୍ତି ଏବଂ Social Distance maintain ମଧ୍ୟ କରୁଛନ୍ତି । ଆବଶ୍ୟ କିଛି ଲୋକ ଟିକେ ଅମାନିଆ ହେଉଛନ୍ତି ସେମାନେ ପରିସ୍ଥିତିକୁ ଠିକ୍‌ ଭାବରେ ବୁଝିବା ଦରକାର ।

ଗତ ଦୁଇ ସପ୍ତାହ ହେଲା ରାଜ୍ୟରେ covid positive case କମିବା ଆରମ୍ଭ କରିଛି। 26 Septemberରେ ରାଜ୍ୟରେ positive ସଂଖ୍ୟା ଚାରି ହଜାର ରୁ ଅଧିକ ଥିବାବେଳେ ଆଜି ସଂକ୍ରମଣ ଦୁଇ ହଜାର ତଳକୁ ଖସିଛି Positivity rate ମଧ୍ୟ କମିଛି ଏବଂ ଆଗକୁ ଆହୁରି କମିବ ।

ଆପଣ ଗଞ୍ଜାମ ଓ ଗଜପତି କଥା ଦେଖନ୍ତୁ । ଦୁଇ ମାସ ତଳେ ଗଞ୍ଜାମ hotspot ଥିଲା । ପ୍ରତିଦିନ ଶହ ଶହ positive case ବାହାରୁଥିଲା । ଲୋକଙ୍କ ସହଯୋଗ, community participation ଏବଂ କୋଭିଡ ଯୋଦ୍ଧାଙ୍କ ପରିଶ୍ରମ ସଫଳ ହୋଇଛି। ଗଞାମ ଓ ଗଜପତି ରେ ସଂକ୍ରମଣ ବହୁତ କମିଯାଇଛି ଏବଂ ସେମାନେ ଏବେ ଅନ୍ୟ ଜିଲ୍ଲା ପାଇଁ ପେରଣା ହୋଇଛନ୍ତି । କିନ୍ତୁ ଏଥିରେ ଆତ୍ମସନ୍ତୋଷ କରିବାର କିଛି ନାହିଁ । କରୋନାର character profile ବହୁତ critical । ତେଣୁ ଆମକୁ medicine ଓ vaccine ବାହାରିବା ପର୍ଯ୍ୟନ୍ତ ସାବଧାନ ରହିବାକୁ ହେବ ।

ଆପଣ European countries କଥା ଦେଖନ୍ତୁ । UK, France, Spain ଆଦି ଦେଶର ମାର୍ଚ୍ଚ-ଅପ୍ରେଲରେ କରୋନା ଭୟଙ୍କର ରୂପ ନେଇଥିଲା । ଅନେକ ଲୋକ ଜୀବନ ହରାଇଲେ । ତା ପରେ କରୋନା ଟିକେ କମିଲା । କିନ୍ତୁ ଏବେ ଦେଖନ୍ତୁ ସେଠାରେ ସଂକ୍ରମଣ ପୁଣି ଥରେ ବହୁତ ବଢ଼ି ଯାଇଛି ଆରମ ଏହା ପୂର୍ବଠାରୁ ଅଧିକ ଭୟଙ୍କର । 1 September ରେ UKରେ daily 1200 ରୁ ଅଧିକ positive case ଥିଲା । 8 Octoberରେ ଏହା ୧୭ ହଜାରରୁ ଅଧିକ ହେଲାଣି । ସେହିପରି Franceରେ 31 Augustରେ ତିନି ହଜାରରୁ ଅଧିକ positive case ଥିବାବେଳେ 10 Octoberରେ ଏହା 26 ହଜାରରୁ ଅଧିକ ହେଲାଣି।

ଆମ ଭାରତ କଥା ଦେଖନ୍ତୁ । ଆମେରିକା ପରେ ଭାରତ ଏବେ ବିଶ୍ବରେ ଦୁଇ ନମ୍ବର ରେ ରହିଛି।  କେରଳ ବହୁତ ସୁନ୍ଦର ଭାବରେ କରୋନା ସଂକ୍ରମଣକୁ ରୋକିଥିଲା । କିନ୍ତୁ ତାଙ୍କର ପ୍ରସିଦ୍ଧ Onam ପରବ ପରେ ଏବେ କେରଳରେ ସଂକ୍ରମଣ ତିନି ଗୁଣ ବଢ଼ି ଯାଇଛି ।

Expert ମାନେ କହୁଛନ୍ତି ଶୀତ ଋତୁରେ କରୋନା ଆହୁରି ଭୟଙ୍କର ରୂପ ନେବ । ଆଗକୁ ଦୁର୍ଗାପୂଜା ଓ ଦୀପାବଳୀ ଆସୁଛି । ମୋର ଅନୁରୋଧ, ପୂଜା ସମୟରେ public place ମାନଙ୍କରେ ଭିଡ କରନ୍ତୁ ନାହିଁ । ଘରେ ରହି ମା’ଙ୍କ ପୂଜା କରନ୍ତୁ । ପ୍ରାର୍ଥନା କରନ୍ତୁ । ପରିବାର ସହ ଘରେ ରହି ପରବ ପାଳନ କରନ୍ତୁ । ବାହାରକୁ ଗଲେ mask ପିନ୍ଧି ହାତ ଧୁଅନ୍ତୁ ଏବଂ ସାମାଜିକ ଦୂରତା ରଖନ୍ତୁ । ଆଉ ଥରେ ସଂକ୍ରମଣ ବଢ଼ି ଲେ ଆମେ ହଇରାଣ ହେବା ଆମ ପରିବାର ହଇରାଣ ହେବ । ଆମେ ସାବଧାନ ହେଲେ ସଂକ୍ରମଣ ବଢି ବ ନାହିଁ । ତେଣୁ ସଂକ୍ରମଣ ଯେପରି ନ ବଢ଼ି ବ ସେଥିପାଇଁ ଆସନ୍ତୁ ମା ଙ୍କ ପାଖରେ ଶପଥ ନେଇ କାମ କରିବା ।

ଆପଣ ଓ ଆପଣଙ୍କ ପରିବାର କୁ ପୁଣି ଥରେ ପୂଜା ପାଇଁ ଅଭିନଦନ ।

ବନ୍ଦେ ଉତ୍କଳ ଜନନୀ

Previous Post

RR beat CSK by 7 Wickets

Next Post

“HR professionals need to become a partner of the upper management”

Next Post
“HR professionals need to become a partner of the upper management”

"HR professionals need to become a partner of the upper management"

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA