Friday, April 17, 2026 08:08 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସମଲେଇ ଯୋଜନା: ଥଇଥାନ, ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ସମସ୍ତଙ୍କ ପାଇଁ ଆକର୍ଷଣୀୟ କ୍ଷତିପୂରଣ ବ୍ୟବସ୍ଥା

by Our Correspondent
09 Apr, 2021- 03:24 PM
in Latest News, News
1 min read
0
ସମଲେଇ ଯୋଜନା: ଥଇଥାନ, ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି। ପ୍ରକଳ୍ପ କୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିବା ସହ ସଂପୂର୍ଣ୍ଣ ସମଲେଇ ଯୋଜନାକୁ ମଇ ୧୫ ତାରିଖ ସୁଦ୍ଧା ପ୍ରସ୍ତୁତ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଥଇଥାନ ଓ ପୁନର୍ବାସ ପ୍ୟାକେଜରେ ଏହି ସବୁ ବ୍ୟବସ୍ଥା 

୧. ବେସରକାରୀ ଜାଗାରେ ଘର

• ବେସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଜମିକୁ ସିଧାସଳଖ କିଣାଯାଇ ଅଧିଗ୍ରହଣ କରାଯିବ ଏବଂ Right to Fair Compensation and transparency of land acquisition, rehabilitation and resettlement Act 2013 ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ।

• ମନ୍ଦିରର ପୂଜାରୀ ମାନଙ୍କୁ ଜମି ବଦଳରେ ଜମି ପ୍ରଦାନର ସୁବିଧା ରହିବ । ଯଦି ପ୍ରଦାନ କରାଯାଉଥିବା ଜମିର ମୂଲ୍ୟ ପୂଜାରୀଙ୍କ ମୂଳ ଜମିର ବଜାର ଦର ଠାରୁ କମ୍‌ ରୁହେ, ତେବେ ମୂଲ୍ୟର ପାର୍ଥକ୍ୟ ଅନୁଯାୟୀ କ୍ଷତିପୂରଣ ଟଙ୍କା ଆକାରରେ ମଧ୍ୟ ପ୍ରଦାନ କରାଯିବ। ଏହା ସହିତ ପୂଜାରୀ ମାନଙ୍କୁ ୨୦ ଲକ୍ଷ ଟଙ୍କାର ପୁନର୍ବାସ ଭତ୍ତା କିମ୍ବା ତାଙ୍କ ଘରର ମୂଲ୍ୟ, ଯାହା ଅଧିକ ଥିବ, ତାକୁ ପ୍ରଦାନ କରାଯିବ ।

• ପରିବହନ ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ ଲକ୍ଷ ଟଙ୍କା ତୁରନ୍ତ ପ୍ରଦାନ କରାଯିବ ।

• ପ୍ରତ୍ୟେକ ପରିବାରକୁ ୧୨ ମାସ ପାଇଁ ୧୦ ହଜାର ଟଙ୍କା ଘରଭଡା ଦିଆଯିବ ।

• ଯେଉଁ ପୂଜାରୀ ମାନଙ୍କର ଘର ନଥିବ, ସେମାନଙ୍କ ପାଇଁ ଜିଲ୍ଲାପାଳଙ୍କ ସହ ଆଲୋଚନା ଜରିଆରେ ଉପଯୁକ୍ତ ପୁନର୍ବାସ ପ୍ୟାକେଜ ଦିଆଯିବ ।

୨. ବେସରକାରୀ ଜାଗାରେ ଦୋକାନ ଘର

• ଜାଗାର ପଟ୍ଟା ଥିବା ସବୁ ଦୋକାନ ମାଲିକ ମାନଙ୍କ ଠାରୁ ଜମିକୁ ସିଧାସଳଖ କିଣାଯିବ ।

• କ୍ଷତିପୂରଣ ଆଇନ ୨୦୧୩ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ।

• ଦୋକାନକୁ ଅନ୍ୟଜାଗାରେ ଅବସ୍ଥାପିତ କରିବା ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ। ଉଚ୍ଛେଦପ୍ରକ୍ରିୟା ଆରମ୍ଭରୁ ଗୋଟିଏ କିସ୍ତି ଏବଂ ସଂପତ୍ତି ଅଧିଗ୍ରହଣ ପରେ ଆଉ ଏକ କିସ୍ତି ପ୍ରଦାନ କରାଯିବ ।

୩. ସରକାରୀ ଜାଗାରେ ବସ୍ତିରେ ଥିବା ଅନଧିକୃତ ଘର

• ଛୋଟ ଛୋଟ କଚ୍ଚା ଘର କିମ୍ବା ଆଂଶିକ ପକ୍କା ଘର ଥିବା ପରିବାରକୁ ଏକକାଳୀନ ୫୦ ହଜାର ଟଙ୍କା କିମ୍ବା ଘରର ମୂଲ୍ୟ, ଯାହା ଅଧିକ ଥିବା ତାହା ଦିଆଯିବ। ଏହାସହିତ ଲୋକଙ୍କ ପୁନର୍ବାସ ପାଇଁ ୬୫୦ ବର୍ଗଫୁଟ ଅଞ୍ଚଳର ଜାଗା ଦିଆଯିବ। ବଡ ବଡ ପକ୍କା ଘର ଥିବା ବସ୍ତିର ପରିବାର ଗୁଡିକୁ ଘରର ମୂଲ୍ୟ ଏବଂ ୬୫୦ ବର୍ଗଫୁଟର ଜାଗା ଦିଆଯିବ ।

• ସମ୍ବଲପୁର ମହାନଗର ନିଗମ ଦ୍ବାରା ପରିବହନ, ୮ ଦିନ ପାଇଁ ଖାଦ୍ୟ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦିଆଯିବ ।

୪. ବସ୍ତି ବ୍ୟତୀତ ଅନ୍ୟ ଜାଗାରେ ଥିବା ବେସରକାରୀ ଜାଗାରେ ଅନଧିକୃତ ଘର

• ପ୍ରତ୍ୟେକ ପରିବାର ପାଇଁ ଘରର ବଜାର ଦର ଅନୁଯାୟୀ କ୍ଷତିପୂରଣ

• ପ୍ରତ୍ୟେକ ପରିବାର ପାଇଁ ୨,୫୭,୪୭୫ ଟଙ୍କା ପୁନର୍ବାସ ସହାୟତା

• ଅନ୍ୟସ୍ଥାନକୁ ଯିବା ପାଇଁ ପରିବାର ପିଚ୍ଛା ଏକକାଳୀନ ୫୦ ହଜାର ଟଙ୍କା ସହାୟତା

୫. ସରକାରୀ ଜାଗାରେ ଥିବା ଅନଧିକୃତ ଦୋକାନ ଘର

• ଆଶିଂକ ପକ୍କା ଘର ଥିବା ଦୋକାନ ଘର ଏକକାଳୀନ ୩୦ ହଜାର ଟଙ୍କା ଓ ସଂପୂର୍ଣ୍ଣ ପକ୍କା ଘର ପାଇଁ ଏକକାଳୀନ ୫୦ ହଜାର ଟଙ୍କା ସହାୟତା ଦିଆଯିବ ।

୬. ସରକାରୀ ଜାଗାରେ ଥିବା ଉଠାଦୋକାନୀ

• ଉଠାଦୋକାନୀ ମାନଙ୍କୁ ୩୦ ହଜାର ଟଙ୍କା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ ।

• ସେମାନଙ୍କ ପାଇଁ ଏକ Street Vending Plan କରାଯିବ ଏବଂ କ୍ଷତିଗ୍ରସ୍ତ ଦୋକାନୀ ମାନଙ୍କୁ ଦୋକାନ ପାଇଁ ଜାଗା ଦିଆଯିବ ।

୭. ସରକାରୀ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସଂସ୍ଥାକୁ ସହାୟତା

• ସମ୍ବଲପୁର ଜିଲ୍ଲାପାଳ ସରକାରୀ କାର୍ଯ୍ୟାଳୟ ଗୁଡିକ ପାଇଁ ଅନ୍ୟତ୍ର ସାମୟିକ ବ୍ୟବସ୍ଥା କରିବେ ଏବଂ ସେମାନଙ୍କୁ ସରକାରୀ ଜାଗାରେ ଅଫିସ ବିଲ୍ଡିଂ କରିବା ପାଇଁ ସ୍ଥାନ ଯୋଗାଇ ଦେବେ ।

୮. ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ଥଇଥାନ

• ପ୍ରକଳ୍ପ ଅଞ୍ଚଳରେ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ଜିଲ୍ଲାପାଳଙ୍କ ଦ୍ବାରା ଏକ ସଂପୂର୍ଣ୍ଣ ଥଇଥାନ ଯୋଜନା କରାଯିବ। ଏହାକୁ ସମ୍ବଲପୁର ମହାନଗର ନିଗମ ଦ୍ବାରା କାର୍ଯ୍ୟକାରୀ କରାଯିବ। ଏଥିରେ vocational training, ଆର୍ଥିକ ସହାୟତା, ସ୍ବାସ୍ଥ୍ୟ ସହାୟତା, ରେସନ କାର୍ଡ ବ୍ୟବସ୍ଥା, ସ୍ଥାନୀୟ ସମ୍ବଳର ଉପଯୋଗ, ଆଶ୍ରୟ ଘର ଏବଂ MBPY ଅନ୍ତର୍ଭୁକ୍ତ କରିବା ପାଇଁ ବ୍ୟବସ୍ଥା ରହିବ ।

୯.. ସରକାରୀ ଜମିରେ ଥିବା ଧାର୍ମିକ ଅନୁଷ୍ଠାନ ଓ କ୍ଲବ

• ଏହିସବୁ ସଂସ୍ଥାଗୁଡିକୁ ଏକକାଳୀନ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ବଲପୁରର ପ୍ରସିଦ୍ଧ ମା ସମଲେଶ୍ବରୀ ମନ୍ଦିର ତଥା ଆଖପାଖ ଅଞ୍ଚଳର ବିକାଶ ପାଇଁ ସମଲେଇ ଯୋଜନା (Samaleswari Temple Area Management and Local Economic Initiative) କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ପାଇଁ ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ କରାଯାଇଥିଲା । ଏଥିରେ ଡିଜାଇନ, ପରିବହନ, ନଦୀ ସମ୍ମୁଖଭାଗର ଉନ୍ନତିକରଣ ଓ ଅନ୍ୟାନ୍ୟ ବ୍ୟବସ୍ଥା ସହିତ ଆକର୍ଷଣୀୟ ଥଇଥାନ ବ୍ୟବସ୍ଥା ପାଇଁ ମଧ୍ୟ ପ୍ରସ୍ତାବ ଆସିଥିଲା । ଏହିସବୁ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଥଇଥାନ ଓ ପୁନର୍ବାସ ପ୍ୟାକେଜ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

ପ୍ୟାକେଜକୁ ଅନୁମୋଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା ସମଲେଶ୍ୱରୀଙ୍କ କ୍ଷେତ୍ରର ଉନ୍ନତି ପାଇଁ ସ୍ଥାନୀୟ ଜନସାଧାରଣ ଯେଉଁ ତ୍ୟାଗ କରିଛନ୍ତି, ତାକୁ ଯୁଗ ଯୁଗ ଧରି ଆମର ଉତ୍ତରପୀଢି ମନେରଖିବେ।ସମସ୍ତ କାର୍ଯ୍ୟ ପାଇଁ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଜାରି ରହିଛି । ଆବଶ୍ୟକସ୍ଥଳେ ଲୋକଙ୍କ ମତାମତା ଅନୁଯାୟୀ ଏହାକୁ ଆହୁରି ଆକର୍ଷଣୀୟ କରାଯିବ।

ଆଲୋଚନାରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ , ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

Previous Post

୩୦୦ କୋଟି ଟଙ୍କା, ୨୫ ଲକ୍ଷ ଟିକା ମାଗିଲେ ନବୀନ

Next Post

ଆଜିଠାରୁ ୧୪ ଦିନ ମାସ୍କ ଅଭିଯାନ, ନ ପିନ୍ଧିଲେ ଡବଲ୍ ଜୋରିମାନା

Next Post
ଆଜିଠାରୁ ୧୪ ଦିନ ମାସ୍କ ଅଭିଯାନ, ନ ପିନ୍ଧିଲେ ଡବଲ୍ ଜୋରିମାନା

ଆଜିଠାରୁ ୧୪ ଦିନ ମାସ୍କ ଅଭିଯାନ, ନ ପିନ୍ଧିଲେ ଡବଲ୍ ଜୋରିମାନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA