Friday, April 24, 2026 08:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପ୍ରତିଷ୍ଠା ହେବ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର

ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

by Our Correspondent
08 Sep, 2023- 06:34 PM
in Latest News, News
1 min read
0
ପ୍ରତିଷ୍ଠା ହେବ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ । ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ପାଇକ ମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବ । ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରକାଶ ଯୋଗ୍ୟ ଯେ ୧୮୧୭ ମସିହାରେ ଖୋର୍ଦ୍ଧା ମାଟିରେ ବକ୍‌ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୁଦ୍ଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକ ମାନେ ମତପ୍ରକାଶ କରନ୍ତି । ଏହି ମହାନ ପାଇକ ପରମ୍ପରାକୁ ଉଜ୍ଜିବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଅଗଷ୍ଟ ମାସ ଶେଷ ସପ୍ତାହରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ ଏବଂ ପାଇକ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ତାଙ୍କ ସହିତ ଆଲୋଚନା କରିଥିଲେ। ଓଡିଶା ଇତିହାସରେ ପାଇକ ପରମ୍ପରାକୁ ଗୌରବମୟ ଅଧ୍ୟାୟ ଭାବରେ ଶ୍ରୀ ପାଣ୍ଡିଆନ ବର୍ଣ୍ଣନା କରିଥିଲେ ଏବଂ ଏହାର ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି କହିଥିଲେ । ପରେ ଏ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।

Previous Post

ମନ୍ତ୍ରୀ ଅତନୁ ବି ବର୍ଷିଲେ

Next Post

ଅରୁଣ, ଅତନୁଙ୍କ ପରେ ଘେରିଲେ ପ୍ରତାପ ଦେବ

Next Post
ଅରୁଣ, ଅତନୁଙ୍କ ପରେ ଘେରିଲେ ପ୍ରତାପ ଦେବ

ଅରୁଣ, ଅତନୁଙ୍କ ପରେ ଘେରିଲେ ପ୍ରତାପ ଦେବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA