Tuesday, April 21, 2026 06:32 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଦିବ୍ୟଶଙ୍କରଙ୍କୁ ସାଙ୍ଗରେ ରଖିଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡିରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ

by Our Correspondent
08 Nov, 2021- 03:34 PM
in Latest News, News
1 min read
0
ଦିବ୍ୟଶଙ୍କରଙ୍କୁ ସାଙ୍ଗରେ ରଖିଲେ ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର/ଭବାନୀପାଟଣା: କଳ୍ପନାଜଳ୍ପନାର ଅବସାନ । ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଅଭିଯୋଗ ଆଣୁଥିବା ବିରୋଧୀ ଦଳକୁ ନିରୋଳା ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଗକୁ ପଞ୍ଚାୟତ ନିର୍ବାଚନ ଥିବାରୁ ଏସବୁ ତୁଚ୍ଛା ରାଜନୀତି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ କାର୍ଯ୍ୟକ୍ରମ ଜରିଆରେ ଜଣାଇ ଦେଇଛନ୍ତି । କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବାକୁ ଆଜି ମୁଖ୍ୟମନ୍ତ୍ରୀ ଭବାନୀପାଟଣା ଆସିଥିଲେ । ବିରୋଧୀ ଦଳର ପ୍ରବଳ ବିରୋଧ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କାର୍ଯ୍ୟକ୍ରମରୁ ବାଦ୍ ଦେଇ ନ ଥିଲେ । ସଭାମଞ୍ଚରେ ତାଙ୍କୁ ନେଇ କୌଣସି ବ୍ୟତିକ୍ରମ ଦେଖିବାକୁ ମିଳି ନ ଥିଲା । ଓଲଟି ଦିବ୍ୟଶଙ୍କରଙ୍କ ଭାଷଣ ସରିଲା ପରେ ମୁଖ୍ୟମନ୍ତ୍ରୀ ଖୁସିରେ ତାଳି ମାରିଥିଲେ ।

ପୂର୍ବ ଘୋଷଣା ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ବିଜେପି ଏବଂ କଂଗ୍ରେସ ବିରୋଧ କରିବାକୁ ଯୋଜନା କରିଥିଲେ ମଧ୍ୟ ସଫଳ ହୋଇନାହାନ୍ତି । ଭୁବନେଶ୍ୱରରେ ବିଜେପି ରାଲିକୁ ଶିଶୁଭବନ ଛକଠାରେ ପୁଲିସ ଅଟକାଇ ଥିଲା ବେଳେ ଭବାନୀପାଟଣା ସହର ସାରା ପୁଲିସ ଛାଉଣୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ବିଜେପିର କଳାପତାକା ପ୍ରଦର୍ଶନ ଯୋଜନା ଭଣ୍ଡୁର ହୋଇଥିଲା । ଓଲଟି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିଜେଡ଼ି କର୍ମୀମାନେ ପଟୁଆରରେ ଆସିଥିଲେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ କଳାହାଣ୍ଡି ଆଜି ସବୁ କ୍ଷେତ୍ରରେ ବେଶ୍ ସଫଳତାର ସହିତ ଆଗେଇ ଚାଲିଛି । ଗତ ଜୁନ୍ ମାସରେ କଳାହାଣ୍ଡି ଆସି ସେ ଇନ୍ଦ୍ରାବତୀ ଲିଫ୍ଟ କେନାଲ ପ୍ରକଳ୍ପ ଉଦଘାଟନ କରିଥିବା ମନେ ପକାଇଥିଲେ । ଆଜି ଜିଲ୍ଲାର ୬୮ ପ୍ରତିଶତ ଜମିରେ ଜଳସେଚନର ସୁବିଧା ମିଳୁଛି । କଳାହାଣ୍ଡିର ଚାଷୀ ଆଜି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିପାରିଛି। ଜିଲ୍ଲାର ଧାନ ଉତ୍ପାଦନ ୭୪ ଲକ୍ଷ ଟନ୍ ରେ ପହଞ୍ଚିବା ବେଳେ, ମାଛ ଉତ୍ପାଦନରେ ଜାତୀୟ ପୁରସ୍କାର ମଧ୍ୟ ପାଇପାରିଛି । କପା ଉତ୍ପାଦନରେ କଳାହାଣ୍ଡି ସାରା ରାଜ୍ୟରେ ପ୍ରଥମ ବୋଲି ପ୍ରକାଶ କରି କହିଥିଲେ ଯେ ଏବର୍ଷ କପା ପାଇଁ ବଜାରରେ ଭଲ ଦାମ ମିଳୁଥିବାରୁ ଚାଷୀର ରୋଜଗାର ବଢିଛି । ଏଥିପାଇଁ ସେ ଖୁସି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାରେ ଭିତ୍ତିଭୂମି କାମ ଖୁବ୍ ଦ୍ରୁତ ଗତିରେ ଜାରି ରହିଛି । ଜିଲ୍ଲାର ପ୍ରତି ଗାଁକୁ ପାଇପ ପାଣି ଯୋଗାଇ ଦେବାପାଇଁ ୨୫୦୦ କୋଟି ଟଙ୍କାର ପ୍ରକଳ୍ପ ଜାରି ରହିଛି । ବିଜୁ ଏକ୍‌ସପ୍ରେସ ୱେ ହେଉ, ଭବାନୀପାଟଣା ବାଇପାସ୍‌, ଭବାନୀପାଟଣା-ରାୟଗଡା ରାସ୍ତା କାମ, ବିଭିନ୍ନ ଗ୍ରୀଡ ସବ୍‌ଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମ – ଏମିତି ସବୁ କ୍ଷେତ୍ରରେ କଳାହାଣ୍ଡି ବେଶ୍ ସଫଳତାର ସହ ଆଗେଇ ଚାଲିଛି । କଳାହାଣ୍ଡିରେ ମିଶନ ଶକ୍ତିର ମା ମାନେ ମଧ୍ୟ ଧାନ ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରୁଛନ୍ତି । ସ୍ୱାସ୍ଥ୍ୟ ଓ କୃଷି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ନୀତି ଆୟୋଗର ମାନ୍ୟତା ମଧ୍ୟ ପାଇଛି । 

କଳାହାଣ୍ଡି ଆଜି ଏକ ବିଶିଷ୍ଟ ଶିକ୍ଷାକେନ୍ଦ୍ର ହୋଇପାରିଛି । କଳାହାଣ୍ଡି ୟୁନିଭରସିଟି, କଳାହାଣ୍ଡି ସରକାରୀ ଇଞ୍ଜିନିୟରିଂ କଲେଜ, ସରକାରୀ କୃଷି ମହାବିଦ୍ୟାଳୟ ଆଜି କଳାହାଣ୍ଡିର ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇ ସେ କହିଥିଲେ ଯେ କଳାହାଣ୍ଡିରେ ୧୦୦ ଆସନ ବିଶିଷ୍ଟ ସରକାରୀ ମେଡିକାଲ କଲେଜର ନିର୍ମାଣ କାମ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମେତ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ନବ ଦାସ, ଶ୍ରୀମତୀ ଟୁକୁନୀ ସାହୁ ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ରୂପାନ୍ତର ଉପରେ ଆଲୋକପାତ କରିଥିଲେ। କୃଷି ଓ ଶିକ୍ଷା କ୍ଷେତ୍ରରେ କଳାହାଣ୍ଡି ଆଜି ରାଜ୍ୟର ଏକ ଆଗୁଆ ଜିଲ୍ଲା ହୋଇପାରିଛି ବୋଲି ସେମାନେ ମତ ଦେଇଥିଲେ। କଳାହାଣ୍ଡିର ଏହି ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତା ଓ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ବର୍ଣ୍ଣନା କରିଥିଲେ ।

Previous Post

‘କଟାକ୍ଷ’ କିଶୋର ରଥ ଆଉ ନାହାନ୍ତି

Next Post

ସରକାରୀ ବାବୁଙ୍କ ଚଉଦ ପୁରୁଷର କମାଣି

Next Post
ସରକାରୀ ବାବୁଙ୍କ ଚଉଦ ପୁରୁଷର କମାଣି

ସରକାରୀ ବାବୁଙ୍କ ଚଉଦ ପୁରୁଷର କମାଣି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA