Friday, June 26, 2026 02:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ହକି ବିଶ୍ୱକପ୍ ପାଇଁ ସମସ୍ତେ ଏକାଠି

by Our Correspondent
22 Dec, 2022- 08:58 PM
in Latest News, News
1 min read
0
ହକି ବିଶ୍ୱକପ୍ ପାଇଁ ସମସ୍ତେ ଏକାଠି
ଭୁବନେଶ୍ୱର: ଓଡ଼ିଶାରେ ଆୟୋଜିତ ହେଉଥିବା ୨୦୨୩ ପୁରୁଷ ବିଶ୍ୱକପ୍ କୁ ସଫଳ କରିବା ପାଇଁ ସମସ୍ତେ ଏକାଠି ହୋଇଛନ୍ତି । ଆଜି ଲୋକସଭା ଭବନର କନଭେନସନ୍ ହଲ୍ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବ ଦଳୀୟ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ସବୁ ଦଳର ନେତୃମଣ୍ଡଳୀ ଯୋଗଦେଇଥିଲେ । ଲଗାତର ଭାବେ ଦ୍ୱିତୀୟ ଥର ବିଶ୍ୱକପ୍ ର ଆୟୋଜନ ସାରା ବିଶ୍ୱରେ ଓଡ଼ିଶାର ପ୍ରତିଷ୍ଠା ବୃଦ୍ଧି କରିଛି । କ୍ରୀଡ଼ାର ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମକୁ ସେମାନେ ସାଧୁବାଦ ଜଣାଇଛନ୍ତି ।

ଓଡ଼ିଶାରେ କ୍ରୀଡ଼ା ମହୋତ୍ସବର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସର୍ବ ପ୍ରଥମେ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ । ବିଶ୍ୱପକ୍ ହକିର ଆୟୋଜନ କେବଳ ଓଡ଼ିଶା ନୁହେଁ, ସାରା ଦେଶର ସମ୍ମାନ ଜଡ଼ିତ । ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ଏହି ଅବସରରେ ବିଶ୍ୱକପ୍ ହକି ୨୦୨୩ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ବିଶ୍ୱକପ୍ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଭାରତ ସରକାର ବିଶେଷକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କର ପ୍ରଶଂସା କରିବା ସହ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ଶତବାର୍ଷିକୀ ଉତ୍ସବ ୨୦୩୬ ଅବସରରେ ଯେପରି ଓଡିଶାରୁ ୧୦୦ ଅଲମ୍ପିଆନ ବାହାରିପାରିବେ, ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ଉଚିତ ବୋଲି ମତପ୍ରକାଶ କରିଥିଲେ । ଏତଦ୍‌ବ୍ୟତୀତ କ୍ରମାଗତଭାବେ ଦୁଇ ଥର ବିଶ୍ୱକପ୍‌ ହକି ଆୟୋଜନ ଭଳି ବିରଳ ଘଟଣାକୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ଦେବା, ଉଭୟ ଭୁବନେଶ୍ୱର-ରାଉରକେଲାର ସ୍ୱଚ୍ଛତା ପାଇଁ ନାଗରିକ ମାନଙ୍କୁ ସାମିଲ କରିବା, ସ୍ଥାନୀୟ ଓଡିଆ ଖେଳର ପ୍ରସାର କରିବା, ରାଉରକେଲା-ଭୁବନେଶ୍ୱର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ଆଦି ବିଭିନ୍ନ ସୁଚିନ୍ତିତ ମତାମତ ଦେଇ କେନ୍ଦ୍ର ସରକାରଙ୍କ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ ।
କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ରାଜ୍ୟର ସବୁ ଜିଲ୍ଲାରେ ହକି ଷ୍ଟାଡିଅମ ନିର୍ମାଣ କରିବା ପାଇଁ ପ୍ରସ୍ତାବ ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ଦଳର ଉପସଭାପତି ସନ୍ତୋଷ ସିଂ ସାଲୁଜା, ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ଓ ଦେବୀପ୍ରସାଦ ମିଶ୍ର, ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ସିପିଆଇର ସାଧାରଣ ସଂପାଦକ ରାମକୃଷ୍ଣ ପଣ୍ଡା, ବିଧାୟକ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆର ଅଳିକିଶୋର ପଟ୍ଟନାୟକ, ଅଭୟ ସାହୁ, ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା, ଆପ୍‌ର ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର, ଆରଜେଡିର ସଭାପତି ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।
କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ବୈଠକକୁ ସଂଯୋଜନା କରିଥିଲେ।
କ୍ରୀଡା ସଚିବ ଆର. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ବୈଠକରେ ଉପସ୍ଥାପନା କରିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉପସ୍ଥିତ ରହି ଧନ୍ୟବାଦ ଅର୍ପଣ କରିଥିଲେ।
Previous Post

ଗାୟତ୍ରୀବାଳା ପଣ୍ଡାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର

Next Post

କୋଭିଡ୍ ନିୟମାବଳୀ ଫେରିଲା

Next Post
କୋଭିଡ୍ ନିୟମାବଳୀ ଫେରିଲା

କୋଭିଡ୍ ନିୟମାବଳୀ ଫେରିଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA