Thursday, April 30, 2026 07:13 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅବହେଳା ଦେଖିଲେ ପୁଣି ଲକଡାଉନ୍: ମୁଖ୍ୟମନ୍ତ୍ରୀ

ପାର୍ବଣ ଋତୁ ବେଳେ ଦାୟିତ୍ୱପୂର୍ଣ୍ଣ ବ୍ୟବହାର ପାଇଁ ସତର୍କ

by Our Correspondent
07 Sep, 2021- 07:12 PM
in Latest News, News
1 min read
0
ଅବହେଳା ଦେଖିଲେ ପୁଣି ଲକଡାଉନ୍: ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର: ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସତର୍କ କରାଇଛନ୍ତି । ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଲକଡାଉନ୍ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ୱାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକଡାଉନ୍ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ। ପ୍ରଶାସନ ଏଥିପାଇଁ ସ୍ୱତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସ୍ୱାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏବେ କେତେକ କ୍ଷେତ୍ରରେ ସ୍ୱାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଡେଲ୍‌ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିସ୍ଥିତିର ଗୁରୁତ୍ବକୁ ଉପଲବ୍‌ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।

ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ ।

ପୋଲିସ ଡିଜି ଶ୍ରୀ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍‌.ସି ଏବଂ ସି.ଏମ୍‌.ସିର କମିଶନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।

ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

Previous Post

ପୌର ନିର୍ବାଚନ ପାଇଁ ବାଟ ଫିଟିଲା

Next Post

ଜାତିଆଣ ମନ୍ତବ୍ୟ: ମୁଖ୍ୟମନ୍ତ୍ରୀଙ୍କ ବାପାଙ୍କୁ ବାନ୍ଧିଲା ଛତିଶଗଡ଼ ପୁଲିସ

Next Post
ଜାତିଆଣ ମନ୍ତବ୍ୟ: ମୁଖ୍ୟମନ୍ତ୍ରୀଙ୍କ ବାପାଙ୍କୁ ବାନ୍ଧିଲା ଛତିଶଗଡ଼ ପୁଲିସ

ଜାତିଆଣ ମନ୍ତବ୍ୟ: ମୁଖ୍ୟମନ୍ତ୍ରୀଙ୍କ ବାପାଙ୍କୁ ବାନ୍ଧିଲା ଛତିଶଗଡ଼ ପୁଲିସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA