Friday, June 26, 2026 09:58 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଉ ୧୯ ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ୍ ସୁବିଧା

by Our Correspondent
21 Dec, 2022- 05:53 PM
in Latest News, News
1 min read
0
ଆଉ ୧୯ ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ୍ ସୁବିଧା
ଭୁବନେଶ୍ୱର: ରାଜ୍ୟର ୧୯ ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ୍ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । ଏହି ସହରଗୁଡ଼ିକ ହେଲା-ଭୁବନେଶ୍ୱର, କଟକ, ନିମାପଡ଼ା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ଼, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର, ଯୋଡ଼ା, ବଡ଼ବିଲ୍, ଚମ୍ପୁଆ, ଆନନ୍ଦପୁର, ବାରିପଦା, ରାଇରଙ୍ଗପୁର, ଉଦଳା, କରଞ୍ଜିଆ ଓ ବ୍ୟାସନଗର । ଏହି ସହରଗୁଡ଼ିକର ୫ ଲକ୍ଷ ୫୦ ହଜାର ଲୋକ ଉକ୍ତ ପ୍ରକଳ୍ପରୁ ଉପକାର ପାଇଛନ୍ତି । ୫-ଟି ଉପକ୍ରମରେ ଏହି ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି ।
ପୂର୍ବରୁ ୫-ଟି ଉପକ୍ରମରେ ପୁରୀରେ ସବୁ ଲୋକଙ୍କୁ ଡ୍ରିଙ୍କ ଫ୍ରମ ଟ୍ୟାପ୍ ସୁବିଧା ମିଳିଥିଲା । ରାଜ୍ୟର ଦ୍ୱିତୀୟ ସହର ଭାବରେ ଆଜି ଗୋପାଳପୁରରେ ମଧ୍ୟ ଶତ ପ୍ରତିଶତ ଲୋକଙ୍କୁ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ବ୍ୟବସ୍ଥାରେ ସୁବିଧା ମିଳିଲା । ଏହାଛଡ଼ା ଖୋର୍ଦ୍ଧା, ଜଟଣୀ ଓ ହିଞ୍ଜିଳିକାଟୁ ସହର ପାଇଁ ମୁଖ୍ୟମନ୍ତ୍ରୀ ଡ୍ରିଙ୍କ ଫ୍ରମ ଟ୍ୟାପ୍ କାର୍ଯ୍ୟକ୍ରମର ଘୋଷଣା କରିଛନ୍ତି । ତିନୋଟି ସହରର ଦେଢ଼ ଲକ୍ଷ ଲୋକ ଉପକାର ପାଇବେ ।
ଲୋକସେବା ଭବନରେ ଆୟୋଜିତ ଲୋକାର୍ପଣ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଏକ ଐତିହାସିକ ଦିନ । ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ବହୁ ଦିନର ସ୍ୱପ୍ନ । ଏହା ସବୁବେଳେ ମୋ ସରକାରର ପ୍ରାଥମିକତା ହୋଇ ରହିଛି । ଜଳ ଆମ ସମସ୍ତଙ୍କ ପାଇଁ ଅମୂଲ୍ୟ । ତେଣୁ ଆମେ ଏହାକୁ ଉପଯୁକ୍ତ ଭାବେ ବ୍ୟବହାର କରିବା ଉଚିତ । ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।
ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱ ଯୋଗୁ ଆଜି ଓଡ଼ିଶାବାସୀ ଉନ୍ନତ ମାନର ସେବା ପାଇପାରୁଛନ୍ତି । ସ୍ୱଚ୍ଛ ପାନୀୟ ଯୋଗାଣ ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି କହିଥିଲେ ।
ଓମ୍‌ବାଡସିର ଓଭରସାଇଟ୍‌ ଅଥରିଟି ଜଷ୍ଟିସ ଅନନ୍ତ ପଟ୍ଟନାୟକ କହିଲେ ଯେ ତାଙ୍କର କାର୍ଯ୍ୟର ଆବଶ୍ୟକତା ଯୋଗୁ ସେ ମାଇନିଂ ଅଂଚଳକୁ ପ୍ରାୟତଃ ଗସ୍ତ କରନ୍ତି। ପାଣି ପାଇଁ ଲୋକଙ୍କ ଅସୁବିଧାକୁ ସେ ଅନୁଭବ କରିଛନ୍ତି ବୋଲି ପ୍ରକାଶ କରି କହିଲେ ଯେ ଆଜି ସେ ଅଂଚଳ ଗୁଡିକରେ ପିଇବା ପାଣି କ୍ଷତ୍ରରେ ଉଲ୍ଲେଖନୀୟ କାମ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଭୂମିକା ବାସ୍ତବରେ ପ୍ରଶଂସନୀୟ ବୋଲି ସେ କହିଥିଲେ।
ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇଥିଲେ ଓ ୱାଟକୋର ସିଇଓ ପି.କେ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଅଶୋକ ପଣ୍ଡା, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।
୧୯ଟି ସହରର ନେତୃବୃନ୍ଦ, ଅଧିକାରୀଗଣ ଓ ଜନସାଧାରଣ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିଲେ ।
Previous Post

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ନାକେଦମ୍ କଲେ

Next Post

କଂଗ୍ରେସର କାରଣ ଦର୍ଶାଅ ନୋଟିସ୍ ଫାର୍ସ

Next Post
କଂଗ୍ରେସର କାରଣ ଦର୍ଶାଅ ନୋଟିସ୍ ଫାର୍ସ

କଂଗ୍ରେସର କାରଣ ଦର୍ଶାଅ ନୋଟିସ୍ ଫାର୍ସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA