Friday, April 17, 2026 06:46 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ ଲୋକାର୍ପିତ

ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

by Our Correspondent
21 Jan, 2024- 09:21 PM
in Latest News, News
1 min read
0
ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ ଲୋକାର୍ପିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପରିଚାଳିତ ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ର ଦ୍ୱିତୀୟ କ୍ୟାମ୍ପସ୍ ଫୁଲନଖରା ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା  ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଭୁବନେଶ୍ୱର ଓ କଟକ ମଧ୍ୟବର୍ତୀ ଜାତୀୟ ରାଜପଥ- ୧୬ ନିକଟରେ ଆରମ୍ଭ ହୋଇଥିବା ନୂଆ ହସ୍ପିଟାଲରେ ରୋଗୀମାନଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଓ ଅଗ୍ରଣୀ ବୈଷୟିକ ଜ୍ଞାନ କୌଶଳ ସଂପନ୍ନ ବ୍ୟବସ୍ଥା ରହିଛି ।

ଏହି ନୂତନ ହସ୍ପିଟାଲରେ ବର୍ତ୍ତମାନ ୭୫୦ ଶଯ୍ୟାର ସୁବିଧା ରହିଥିବା ବେଳେ ଆଗାମୀ ଦୁଇବର୍ଷ ମଧ୍ୟରେ ଏହାର ସଂଖ୍ୟା ବୃଦ୍ଧି ପାଇ ୩୦୦୦ ହେବ । ଏଠାରେ ଜେନେରାଲ୍ ମେଡିସିନ୍‌, ରେସ୍‌ପିରେଟୋରୀ ମେଡିସିନ୍‌, ପେଡିଆଟ୍ରିକ୍ସ, ନିଓନାଟୋଲୋଜି, କ୍ରିଟିକାଲ୍ କେୟାର ମେଡିସିନ୍‌, ସାଇକିଆଟ୍ରି, ଆନେସ୍‌ଥେସିଓଲୋଜି, ରେଡିଓ-ଡାଏଗ୍ନୋସିସ୍‌, ଇମର୍ଜେନ୍ସି ମେଡିସିନ୍‌, ଇମ୍ୟୁନୋ ହେମାଟୋଲୋଜି ଆଣ୍ଡ ବ୍ଲଡ୍ ଟ୍ରାନ୍ସଫ୍ୟୁଜନ୍‌, ରେଡିଏସନ୍ ଅଙ୍କୋଲୋଜି, ନ୍ୟୁକ୍ଲିୟର୍ ମେଡିସିନ୍‌, ମେଡିକାଲ୍ ଅଙ୍କୋଲୋଜି, ପେଡିଆଟ୍ରିକ୍ ଅଙ୍କୋଲୋଜି, ଜେନେରାଲ୍ ସର୍ଜରୀ, ଅର୍ଥୋପେଡିକ୍ସ, ଅବ୍‌ଷ୍ଟ୍ରେଟ୍ରିକ୍ସ ଆଣ୍ଡ ଗାଏନାକୋଲୋଜି, ଇଏନ୍‌ଟି, ପାଥୋଲୋଜି ଆଣ୍ଡ ମାଇକ୍ରୋବାୟୋଲୋଜି ଇତ୍ୟାଦି ବିଭାଗ ରହିବ ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ କାର୍ଯ୍ୟ କରୁଥିବା ବିଶେଷଜ୍ଞ ଡାକ୍ତରମାନେ ଓ ନୂତନ ଭାବେ ନିଯୁକ୍ତ ଡାକ୍ତର ମାନେ ଫୁଲନଖରା ଠାରେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବେ । ୨୪ ଘଂଟା ଜରୁରୀକାଳୀନ ସେବା ପ୍ରଦାନ କରାଯିବା ସହ ଆଇସିୟୁ, ଆଇସିସିୟୁ, ପିଆଇସିୟୁ, ଏନ୍‌ଆଇସିୟୁ ଏବଂ ସ୍ୱତନ୍ତ୍ର ଭାବେ କାର୍ଡିଓଥୋରାସିକ୍ ଆଣ୍ଡ ଭାସ୍କୁଲାର ସର୍ଜରୀ (ସିଟିଭିଏସ୍‌) ଓ ହେମାଟୋ ଅଙ୍କୋଲୋଜି ରୋଗୀଙ୍କ ନିମନ୍ତେ ଆଇସିୟୁ ଉପଲବ୍ଧ ହେବ । ସୁଲଭ ମୂଲ୍ୟରେ ଏଠାରେ ଉତ୍ତମ ମାନର ସ୍ପେଶିଆଲିଷ୍ଟ୍ ଓ ସୁପର ସ୍ପେଶିଆଲିଷ୍ଟ୍ ଚିକିତ୍ସା ସୁବିଧା ରୋଗୀମାନଙ୍କୁ ପ୍ରଦାନ କରାଯିବ ।

ଏଠାରେ ସମସ୍ତ ବିଭାଗ ସହିତ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ସମ୍ମିଳିତ ଯନ୍ତ୍ରପାତି ଦ୍ୱାରା ସ୍ୱାସ୍ଥ୍ୟ ସେବା ପ୍ରଦାନ କରାଯିବ । ଏହି ହସ୍ପିଟାଲରେ ରାଜ୍ୟର ଯେକୌଣସି ସ୍ଥାନରୁ ରୋଗୀଙ୍କୁ ପହଂଚିବାରେ ସୁବିଧା ହେବ । ଖୁବ୍ ଶୀଘ୍ର ଦ୍ୱିତୀୟ କ୍ୟାମ୍ପସ୍ ରେ ଡାକ୍ତରୀ ଶିକ୍ଷା ପାଠ୍ୟକ୍ରମ ଆରମ୍ଭ କରାଯିବାର ମଧ୍ୟ ଯୋଜନା ରହିଛି ।

ମୁଖ୍ୟମନ୍ତ୍ରୀ ହସ୍ପିଟାଲ କ୍ୟାମ୍ପସ୍‌ରେ ପଂହଚିବା ପରେ ତାଙ୍କୁ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର )ମନୋଜରଂଜନ ନାୟକ ସ୍ୱାଗତ କରିଥିଲେ । ହସ୍ପିଟାଲଟିକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଡାକ୍ତରଖାନା ପରିସରରେ ଉପଲବ୍ଧ ଥିବା ସୁବିଧା ଗୁଡିକକୁ ବୁଲି ଦେଖିଥିଲେ । ଏହି ଅବସରରେ ଓଡିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଂଜନ ପୂଜାରୀ, ୫ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ୍ , ବିଧାୟକ ସୁଶାନ୍ତ କୁମାର ରାଉତ , ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା ସୁରେଶ କୁମାର ମହାପାତ୍ର, ସୋଆ ଉପସଭାପତି ଶ୍ରୀମତି ଶାଶ୍ୱତି ଦାସ ଏବଂ ପୂର୍ବତନ କୁଳପତି ତଥା ପ୍ରମୁଖ ଉପଦେଷ୍ଟା ( ସ୍ୱାସ୍ଥ୍ୟବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ ।

ଦୀର୍ଘ ୧୮ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ଓ ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଆସୁଥିବା ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଏବେ ଓଡ଼ିଶା ତଥା ପୂର୍ବାଂଚଳ ରାଜ୍ୟଗୁଡ଼ିକର ଏକ ନିର୍ଭରଯୋଗ୍ୟ ଓ ଲୋକପ୍ରିୟ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଭାବେ ଉଭା ହୋଇଛି ବୋଲି ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଛନ୍ତି । ଏହି ନୂତନ ହସ୍ପିଟାଲ ରାଜ୍ୟ ର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲଖୁଂଟ ହେବାର ଲକ୍ଷ୍ୟ ରଖିଛି । ଚଳିତ ମାସ ଶେଷ ସୁଦ୍ଧା ସମ୍ ହସ୍ପିଟାଲ ର ଅନ୍ୟଏକ କ୍ୟାମ୍ପସ୍ ଗଞ୍ଜାମ ଜିଲ୍ଲାର ଶିତଳାପଲ୍ଲୀ ଠାରେ ଜନସାଧାରଣ ଙ୍କ ଉଦ୍ଦେଶ୍ୟରେ ସମର୍ପିତ ହେବାର ଯୋଜନା ରହିଛି । ୩୫୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲରେ ସମସ୍ତ ଆବଶ୍ୟକୀୟ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା ନିମନ୍ତେ ଭିତିଭୂମି ଉପଲବ୍ଧ ହେବ ବୋଲି ସେ କହିଛନ୍ତି ।

ଏହି ତିନୋଟି ହସ୍ପିଟାଲରେ ରାଜ୍ୟସରକାର ଙ୍କ ଦ୍ୱାରା ପ୍ରଚଳିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଯୋଜନା ଦ୍ୱାରା ସ୍ୱାସ୍ଥ୍ୟସେବା ଉପଲବ୍ଧ ଏବଂ ତିନୋଟି ହସ୍ପିଟାଲ ଲୋକମାନଙ୍କୁ ଉତମମାନ ର ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ନିମନ୍ତେ ପରସ୍ପରର ସହଯୋଗ କରିବେ ବୋଲି ପ୍ରଫେସର ନନ୍ଦ କହିଛନ୍ତି ।

ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ହସ୍ପିଟାଲ, ଭୁବନେଶ୍ୱରର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଫୁଲନଖରା କ୍ୟାମ୍ଫସ୍ ର ନୂତନ ଡିନ୍ ପ୍ରଫେସର ଅରକ୍ଷିତ ସ୍ୱାଇଁ ଓ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ରାଜେଶ କୁମାର ଲେଙ୍କା ଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

CM dedicates new campus of IMS & SUM Hospital at Phulanakhara

Next Post

ରାତି ପାହିଲେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା, ବିରାଜମାନ କରିବେ ପ୍ରଭୁ ଶ୍ରୀରାମ

Next Post
ରାତି ପାହିଲେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା, ବିରାଜମାନ କରିବେ ପ୍ରଭୁ ଶ୍ରୀରାମ

ରାତି ପାହିଲେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା, ବିରାଜମାନ କରିବେ ପ୍ରଭୁ ଶ୍ରୀରାମ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA