ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରି ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯିବ। ୫-ଟି ଉପକ୍ରମ ରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ଗତ ୨ ତାରିଖରେ ବାହାନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସାମୟିକ ଭାବେ ଏହି ବାହାନଗା ହାଇସ୍କୁଲରେ ରଖାଯାଇଥିଲା । ପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି । ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା ।








