Wednesday, April 22, 2026 01:23 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବରଗଡ଼ରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ନବୀନ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୩୦୦ କୋଟିର ପ୍ରକଳ୍ପ ଶୁଭାରମ୍ଭ

by Our Correspondent
13 Nov, 2021- 03:33 PM
in Latest News, News
1 min read
0
ବରଗଡ଼ରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଏଥିରେ ରହିଛି – ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବରଗଡ ହେଉଛି ମା ଲକ୍ଷ୍ମୀଙ୍କ ପବିତ୍ର ଭୂମି । ଓଡିଶାର ଭାତ ହାଣ୍ଡି । ବରଗଡର ବୁଣାକାର ମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଲେ ଯେ ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ୱକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ନବ ଦାସ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ . ବିଧାୟିକା ଶ୍ରୀମତୀ ରୀତା ସାହୁ , ଶ୍ରୀମତୀ ସ୍ନେହାଙ୍ଗୀନୀ ଛୁରିଆ  ପ୍ରମୁଖ ଉଦ୍ ବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ। ମନ୍ତ୍ରୀ ସୁଶାନ୍ତ ସାହୁ ସ୍ୱାଗତ ଭାଷଣ ଏବଂ ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ।

ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗିରଫ ଓ ବହିଷ୍କାର ଦାବି କରୁଥିବା ବିଜେପି ଓ କଂଗ୍ରେସ ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତକୁ ବିରୋଧ କରିବାକୁ ଉଦ୍ୟମ କରିଥିଲେ । ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ୱରୂପ ପୁଲିସ ଶତାଧିକ ନେତା ଓ କର୍ମୀଙ୍କୁ ଆଗୁଆ ଗିରଫ କରିଥିଲା । ଗିରଫ ନେତାଙ୍କ ମଧ୍ୟରେ ଥିଲେ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ, ବରଗଡ଼ ଜିଲ୍ଲା ବିଜେପି ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ ଏବଂ ଜିଲ୍ଲା କଂଗ୍ରେସ ସଭାପତି ତଥା ପୂର୍ବତନ ବିଧାୟକ ନିହାର ମହାନନ୍ଦ । ଅନ୍ୟପକ୍ଷରେ ବିଜେପି ଓ କଂଗ୍ରେସ କର୍ମୀମାନେ ବିଭିନ୍ନ ଜାଗାରେ ପୃଥକ୍ ଭାବେ ମନ୍ତ୍ରୀ ଟୁକୁନୀ ସାହୁ, ଜଗନ୍ନାଥ ସାରକା, ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିଲେ ।

Previous Post

ଓଡ଼ିଶା ବନ୍ଦ: କଂଗ୍ରେସ କହିଲା ସଫଳ, ବିଜେଡ଼ି କହିଲା ‘ଜୋକ୍’

Next Post

ରିକ୍ସାବାଲାକୁ ଦେଇଦେଲେ କୋଟିଏ ସମ୍ପତ୍ତି

Next Post
ରିକ୍ସାବାଲାକୁ ଦେଇଦେଲେ କୋଟିଏ ସମ୍ପତ୍ତି

ରିକ୍ସାବାଲାକୁ ଦେଇଦେଲେ କୋଟିଏ ସମ୍ପତ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA