Friday, June 5, 2026 12:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଗରିବ, ଅସହାୟଙ୍କୁ ସହାୟତା ଆମ ସରକାରଙ୍କ ପ୍ରାଥମିକତା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ୧୧ତମ ଅଭିଯୋଗ ଶୁଣାଣି

by Our Correspondent
19 May, 2025- 06:35 PM
in Latest News, News
1 min read
0
ଗରିବ, ଅସହାୟଙ୍କୁ ସହାୟତା ଆମ ସରକାରଙ୍କ ପ୍ରାଥମିକତା:ମୁଖ୍ୟମନ୍ତ୍ରୀ
Spread the love

ଭୁବନେଶ୍ୱର: ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୧ତମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।

ଆଜି ୧ ହଜାର ଅଭିଯୋଗକାରୀ ଅନ୍‍ଲାଇନ ମାଧ୍ୟମରେ ନାମ ପଞ୍ଜିକୃତ କରିଥିଲେ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳର ୬ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣି ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗୀୟ ମନ୍ତ୍ରୀ ଓ ସଚିବମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଭେଟି, ଆପତ୍ତି ଅଭିଯୋଗ ଶୁଣାଇ ଆତ୍ମସନ୍ତୋଷର ସହ ଲୋକମାନେ ଫେରୁଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥା ଉପସ୍ଥିତ ଥିବା ଲୋକମାନଙ୍କୁ ଗଭୀର ଭାବେ ପ୍ରଭାବିତ କରୁଥିଲା ଏବଂ ସୁଶାସନର ଅନୁଭୂତି ସେମାନଙ୍କ ଆଖିରେ ଝଲସି ଉଠୁଥିଲା।

ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ସକାଳେ ଆସି ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ।

ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଇଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ନୟାଗଡର ସନ୍ତୋଷ ବିଶ୍ୱାଳଙ୍କୁ ୫୦ ହଜାର ଟଙ୍କା, ଯାଜପୁରର ବିଷ୍ଣୁଚରଣ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଭଦ୍ରକର ଲକ୍ଷ୍ମୀଧର ସେଠୀଙ୍କୁ ୧ ଲକ୍ଷ ଟଙ୍କା, କଟକର ସାତ୍ତ୍ୱିକ କରଙ୍କୁ ୧ ଲକ୍ଷ ଟଙ୍କା, କେନ୍ଦୁଝରର ନବୀନ କୁମାର ସେଠୀଙ୍କୁ ୨ ଲକ୍ଷ ଟଙ୍କା, ମୟୁରଭଞ୍ଜର ସୁନିତା ଚୌଧୁରୀଙ୍କୁ ୧ ଲକ୍ଷ ଟଙ୍କା, କଟକର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ୫୦ ହଜାର ଟଙ୍କା, ବୌଦ୍ଧର ନିଳକଣ୍ଠ ପ୍ରଧାନ ଓ ଯଦୁମଣୀ କର୍ମୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ, ଗଞ୍ଜାମର ଛାୟା ନାୟକଙ୍କୁ ୧ ଲକ୍ଷ ଟଙ୍କା, ଭଦ୍ରକର ବୁଦ୍ଧିଆ ମଣ୍ଡଳଙ୍କୁ ୧ ଲକ୍ଷ ଟଙ୍କା, ନବରଙ୍ଗପୁରର କମଳା ନାୟକଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧାର କୈଳାସ ପଲେଇଙ୍କୁ ୧ ଲକ୍ଷ ଟଙ୍କା ଏବଂ କଟକର ସୁରେଶ କୁମାର ଜେନାଙ୍କୁ ଅନୁକମ୍ପାମୂଳକ ସହାୟତା ବାବଦକୁ ୫୦ ହଜାର ଟଙ୍କା, ଏହିପରି ୧୪ ଜଣଙ୍କୁ ସମୁଦାୟ ୧୩ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଉପରେ ଲୋକଙ୍କ ଆସ୍ଥା ବଢିଛି। ସେମାନେ ବିଭିନ୍ନ ସମସ୍ୟା ନେଇ ଆମ ପାଖକୁ ଆସୁଛନ୍ତି । ଲୋକଙ୍କୁ ନିରନ୍ତର ନ୍ୟାୟ ପ୍ରଦାନ କରିବା ପାଇଁ ଆମେ ଏହି କାର୍ଯ୍ୟକ୍ରମ ଜାରି ରଖିଛୁ। ଆମ ସରକାର ନିରନ୍ତର ଭାବେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି, ଏବଂ ତାହାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହା ମାଧ୍ୟମରେ ଗରିବ ଓ ଅସହାୟଙ୍କୁ ସହାୟତା ପ୍ରଦାନ କରାଯାଉଛି। ଆଗାମୀ ଦିନରେ ଆଞ୍ଚଳିକ ସ୍ତରରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଦଶମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୨୩୪ଟି ଅଭିଯୋଗ ମଧ୍ୟରୁ ୮,୭୧୩ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୫ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।

Previous Post

ବିଶ୍ୱ ପାଳନ କଲା ୧୨ତମ ଆର୍ଟ ଅଫ୍‍ ଗିଭିଂ ଦିବସ

Next Post

ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ନିମନ୍ତେ ପରମାଣୁ ଶକ୍ତି ଉପଯୋଗର ଆବଶ୍ୟକତା ରହିଛି: ଡକ୍ଟର ତ୍ୟାଗୀ

Next Post
ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ନିମନ୍ତେ ପରମାଣୁ ଶକ୍ତି ଉପଯୋଗର ଆବଶ୍ୟକତା ରହିଛି: ଡକ୍ଟର ତ୍ୟାଗୀ

ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ନିମନ୍ତେ ପରମାଣୁ ଶକ୍ତି ଉପଯୋଗର ଆବଶ୍ୟକତା ରହିଛି: ଡକ୍ଟର ତ୍ୟାଗୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA