Saturday, August 8, 2026 08:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୫ଟି ମହାନଗରର ୬୫ ହଜାର ଗରିବ ପରିବାର ପାଇଲେ ଭୂମି ଅଧିକାର

ଜାଗା ମିଶନ ଗରିବ ଲୋକକୁ ଦେଇଛି ସମ୍ମାନ, ନୂଆ ପରିଚୟ:ମୁଖ୍ୟମନ୍ତ୍ରୀ

by Our Correspondent
28 Aug, 2023- 05:40 PM
in Latest News, News
1 min read
0
୫ଟି ମହାନଗରର ୬୫ ହଜାର ଗରିବ ପରିବାର ପାଇଲେ ଭୂମି ଅଧିକାର

ଭୁବନେଶ୍ୱର: ସହରରେ ରହୁଥିବା ଭୂମିହୀନ ଗରିବଙ୍କୁ ମିଳିଛି ହକ୍ ଅଧିକାର । ସେମାନଙ୍କୁ ଜମି ଅଧିକାର ଦେଇଛନ୍ତି ରାଜ୍ୟ ସରକାର । ଆଜି ୫ଟି ମହାନଗରର ୬୫ ହଜାର ଗରିବ ବସ୍ତି ପରିବାରକୁ ମିଳିଛି ଭୂମି ଅଧିକାର ପ୍ରମାଣ ପତ୍ର । ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେବାରେ ଓଡ଼ିଶା ହୋଇଛି ଦେଶର ଏକମାତ୍ର ରାଜ୍ୟ । ସହରର ସବୁ ଗରିବ ପରିବାରଙ୍କୁ ଭୂମି ଅଧିକାର ମିଳିବା ପର୍ଯ୍ୟନ୍ତ ଏ ଅଭିଯାନ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉଲକେଲା- ୫ଟି ମହାନଗର ନିଗମର ୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜାଗା ସହ ଘର କରିବା ପାଇଁ ଆର୍ଥିକ ସହାୟତା ମଧ୍ୟ ଦିଆଯିବ। ଆସନ୍ତା ଅକ୍ଟୋବର ମାସରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ପ୍ରମାଣ ପତ୍ର ପ୍ରଦାନ କରାଯିବ। 

ସୂଚନାଯୋଗ୍ୟ ୨୦୧୮ ମସିହାରୁ ଆରମ୍ଭ ହୋଇଥିବା ଜାଗା ମିଶନ କାର୍ଯ୍ୟକ୍ରମରେ ସହରର ବସ୍ତି ଗୁଡିକରେ ରହୁଥିବା ଗରିବ ପରିବାର ଗୁଡିକୁ ଭୂମି ଅଧିକାର ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ ଲକ୍ଷ ୭୦ହଜାରରୁ ଅଧିକ ପରିବାରକୁ ଭୂମି ଅଧିକାର ମିଳିଛି। ଆଜିର କାର୍ଯ୍ୟକ୍ରମକୁ ମିଶାଇ ରାଜ୍ୟରେ ୨ ଲକ୍ଷ ୪୦ ହଜାର ପରିବାରକୁ ଭୂମି ଅଧିକାର ମିଳିଲା। ଏହା ସହିତ ୪୦ ହଜାର ପରିବାରକୁ ଘର ତିଆରି ପାଇଁ ସହାୟତା ମଧ୍ୟ ଦିଆଯାଇଛି। ବସ୍ତିମୁକ୍ତ ଓଡିଶା ଗଠନ ଉଦ୍ଦେଶ୍ୟ ନେଇ ଏହି ସବୁ ବସ୍ତି ଗୁଡିକୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଦିଆଯାଇ ଏସବୁକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୬୮ଟି ପୌରାଞ୍ଚଳର ୧୦୧୦ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସହର କେବଳ ଧନୀ ଲୋକଙ୍କର ନୁହଁ। ଗରିବ ଲୋକର ମଧ୍ୟ ସ୍ୱାଭିମାନ ସହ ସହରରେ ବଞ୍ଚିବାର ଅଧିକାର ରହିଛି । ସହରର ନିର୍ମାଣରେ ବ୍ୟବହୃତ ପ୍ରତିଟି ଇଟାରେ ଗରିବ ଲୋକର ପରିଶ୍ରମ ଯୋଡି ହୋଇ ରହିଛି । ସେମାନଙ୍କ ଅବଦାନକୁ ଆମେ ସମସ୍ତେ ସମ୍ମାନ ଜଣାଇବା ଉଚିତ । ଜାଗା ମିଶନ ଗରିବ ଲୋକକୁ ସମ୍ମାନ ଦେଇଛି, ନୂଆ ପରିଚୟ ଦେଇଛି । ଲୋକଙ୍କ ଜୀବନରେ ରୂପାନ୍ତର ଆଣିବା ପାଇଁ ଆମର ଉଦ୍ୟମକୁ ୫-ଟି ଉପକ୍ରମ ତ୍ୱରାନ୍ୱିତ କରିଛି। ଜାଗା ମିଶନ ଏହାର ଏକ ପ୍ରକୃଷ୍ଠ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ବିଜୁ ଆଦର୍ଶ କଲୋନୀରେ ପରିଣତ ହୋଇଥିବା ୧୦୧୦ଟି କଲୋନୀ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ। କଟକ ମହାନଗର ନିଗମ, ଖୋର୍ଧା, କୋରାପୁଟ ଓ ଯାଜପୁର ପୌରାଞ୍ଚଳକୁ ବିଜୁ ଆଦର୍ଶ କଲୋନୀ ନିର୍ମାଣରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଏହି ପୌରାଞ୍ଚଳକୁ ସମ୍ମାନିତ କରିଥିଲେ। ସେହିପରି ଯେଉଁଠାରେ ଆଇନଗତ କାରଣରୁ ବସ୍ତି ଲୋକଙ୍କୁ ନିଜେ ରହୁଥିବା ସ୍ଥାନରେ ଜାଗା ଦିଆଯିବା ସମ୍ଭବ ନୁହେଁର, ସେଠାରେ ସମସ୍ତଙ୍କ ସହମତିରେ ନିକଟସ୍ଥ ସ୍ଥାନରେ ଜାଗ ଦିଆଯାଇ ନୂଆ କଲୋନୀ ସ୍ଥାପନ କରାଯାଉଛି। ନୂଆ କଲୋନୀ ସ୍ଥାପନରେ ଚିକିଟି, ବୌଦ୍ଧ, ଢେଙ୍କାନାଳ ଓ କେଶିଙ୍ଗା ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ସେମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

ଜଙ୍ଗଲ, ଜମିରେ ଘର କରିଥିବା ଗରିବ ଲୋକଙ୍କୁ ଜଙ୍ଗଲ ଅଧିକାର ଆଇନର ପ୍ରୟୋଗରେ ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ଦେବା କ୍ଷେତ୍ରରେ ଢେଙ୍କାନାଳ ଜିଲ୍ଲା ସାରା ଦେଶରେ ପ୍ରଥମ ସ୍ଥାନ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପ୍ରଶାସନକୁ ସମ୍ବର୍ଦ୍ଧିତ କରିଛନ୍ତି। ସେହିପରି ରାଜ୍ୟର ଜାଗା ମିଶନ କାର୍ଯ୍ୟକ୍ରମ UN-World Habitat Award 2023 ପାଇଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ଜାଗା ମିଶନ ଟିମକୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ନିଜର ଅଭିଭାଷଣ ରଖି କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମ ଯୋଗୁ ରାଜ୍ୟର ଗରିବ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି। ସେମାନେ ଆଜି ନିଜର ଅଧିକାର ପାଇଛନ୍ତି ଓ ଆଗକୁ ବଢିବାର ସୁଯୋଗ ପାଇଛନ୍ତି।

କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ ଫାଉଣ୍ଡେସନ୍‌ର ପରିଚାଳନା ନିର୍ଦ୍ଦେଶକ କହିଥିଲେ ଯେ, ବିଭିନ୍ନ ଜନ କଲ୍ୟାଣ କାର୍ଯ୍ୟକ୍ରମରେ ସରକାରଙ୍କୁ ସହଯୋଗ ଯୋଗାଇଦେବା ପାଇଁ ଟାଟା ଷ୍ଟିଲ ସବୁବେଳେ ପ୍ରସ୍ତୁତ। ଏପରି ଏକ କାର୍ଯ୍ୟକ୍ରମ ଟାଟା ଷ୍ଟିଲ ପାଇଁ ସମ୍ପୂର୍ଣ୍ଣ ଭାବେ ନୂଆ ହୋଇଥିଲେ ମଧ୍ୟ ଏହି ଦାୟିତ୍ୱକୁ ଆମେ ଠିକ୍ ଭାବେ ତୁଲାଇଛୁ । ଆଗକୁ ମଧ୍ୟ ଏହିପରି ସହଯୋଗ ଜାରି ରହିବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥଭାତନନ୍ ପ୍ରାରମ୍ଭିକ ସୂଚନା ଦେଇଥିଲେ ଏବଂ ଜାଗା ମିଶନର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ବଣିକ ଶିକ୍ଷାନୁଷ୍ଠାନକୁ କାଞ୍ଚନ କର୍ପୋରେଟ୍ ଆୱାର୍ଡ

Next Post

ବିଜେପିକୁ ଯିବେ ପ୍ରଶାନ୍ତ ଜଗଦ୍ଦେବ!

Next Post
ବିଜେପିକୁ ଯିବେ ପ୍ରଶାନ୍ତ ଜଗଦ୍ଦେବ!

ବିଜେପିକୁ ଯିବେ ପ୍ରଶାନ୍ତ ଜଗଦ୍ଦେବ!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA