Sunday, May 31, 2026 11:41 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

by Our Correspondent
04 Apr, 2026- 07:20 PM
in Latest News, News
1 min read
0
ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
Spread the love

ଭୁବନେଶ୍ୱର: ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ଭୁବନେଶ୍ୱର ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଖଡି ଓ ସିଲଟରେ ମା’ ଓ ବାପା ଶବ୍ଦ ଲେଖାଇ ପାଠପଢା ଆରମ୍ଭ କରାଇଥିଲେ। ଜଣେ ଅନୁଭବୀ ଶିକ୍ଷକ ଓ ମୁରବି ଭଳି ପିଲାର ମାନସିକତାକୁ ଲକ୍ଷ୍ୟ କରି ମୁଖ୍ୟମନ୍ତ୍ରୀ ପିଲାଙ୍କ ମନ ଜିଣିଲା ଭଳି ପିଲାଙ୍କୁ ପଚାରିଥିଲେ ‘ମା’ଙ୍କ ନାଁ କଣ? ବାପାଙ୍କ ନାଁ କଣ? ମାମୁଁ ଘର କେଉଁଠି? କଣ ଖାଇକି ଆସିଛ? ଇତ୍ୟାଦି’। ଏହିପରି ମନକୁ ଛୁଇଁଲା ପରି କଥାବାର୍ତ୍ତା ଜରିଆରେ ସେମାନଙ୍କର ଉତ୍ସାହ ବୃଦ୍ଧି କରି ବିଦ୍ୟାରମ୍ଭକୁ ସହଜ କରିଥିଲେ ମୁଖ୍ୟମନ୍ତ୍ରୀ ।

ପିଲାମାନଙ୍କୁ ତଥା ଉପସ୍ଥିତ ଅଭିଭାବକମାନଙ୍କୁ ଶୁଭକାମନା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଖଡିଛୁଆଁ ଆମ ଓଡିଆ ସଂସ୍କୃତିରେ ଏକ ପବିତ୍ର ପରମ୍ପରା। ଗତ ବର୍ଷଠାରୁ ଏହି ପରମ୍ପରାକୁ ସରକାରୀ ସ୍ତରରେ କାର୍ଯ୍ୟକାରୀ କରାଯାଇଛି। ପିଲାଙ୍କ ନାମଲେଖା ହାରକୁ ବ୍ୟାପକ କରିବା ଲକ୍ଷ୍ୟରେ ଆମେ ରାଜ୍ୟରେ ରେକର୍ଡ ସଂଖ୍ୟକ ପ୍ରାୟ ୫ ଲକ୍ଷ ନିମନ୍ତ୍ରଣ ପତ୍ର ଚଳିତ ବର୍ଷ ବଣ୍ଟନ କରିଛୁ। ରାଜ୍ୟରେ କୌଣସି ବି ଶିଶୁ ଯେପରି ଶିକ୍ଷାରୁ ବଞ୍ଚିତ ନହୁଅନ୍ତୁ, ତାକୁ ସୁନିଶ୍ଚିତ କରିବା ପାଇଁ ଆମେ ଏହି ଉତ୍ସବ ଆରମ୍ଭ କରିଛୁ। ଶିଶୁର ମନରେ ଶିକ୍ଷାପ୍ରତି ଯେପରି ଭୟ ନୁହଁ, ଆଗ୍ରହ ଓ ଶ୍ରଦ୍ଧା ସୃଷ୍ଟି ହେବ, ଆମେ ସେଥିପାଇଁ ସମସ୍ତ ପଦକ୍ଷେପ ନେଉଛୁ। ଆମର ଲକ୍ଷ୍ୟ ହେଉଛି ଶତ ପ୍ରତିଶତ ନାମଲେଖା ବୋଲି ସେ କହିଥିଲେ। ନୂତନ ଶିକ୍ଷାନୀତି ଅନୁଯାୟୀ ଅଙ୍ଗନବାଡି ଗୁଡିକ ପର୍ୟ୍ୟାୟକ୍ରମେ ଶିଶୁବାଟିକାରେ ମିଶିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଶିକ୍ଷା ସହାୟତା ସାମଗ୍ରୀ କିଟ୍ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ପିଲାଙ୍କ ଦ୍ୱାରା ଅନୁଷ୍ଠିତ ହେଉଥିବା ଚିତ୍ରାଙ୍କନ ଷ୍ଟଲକୁ ବୁଲି ଦେଖିବା ସହିତ ପିଲାମାନଙ୍କୁ ପ୍ରଶଂସା କରିଥିଲେ। ଛୋଟ ଛୋଟ ପିଲାମାନେ ମଧ୍ୟ ସେମାନଙ୍କ ସ୍ୱଅଙ୍କିତ ଚିତ୍ର ମୁଖ୍ୟମନ୍ତ୍ରୀଙ୍କୁ ଉପହାର ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶିକ୍ଷା ସଚେତନତା ରଥର ଶୁଭାରମ୍ଭ କରିଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ସମାଜସେବୀ ଜଗନ୍ନାଥ ପ୍ରଧାନ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଏନ୍. ଥିରୁମାଲା ନାୟକ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ରାତି ଅଧରେ ବନ୍ଦ କାହିଁକି?

Next Post

ରୋମାନିଆରେ କିସ୍‍ ଛାତ୍ରଛାତ୍ରୀ

Next Post
ରୋମାନିଆରେ କିସ୍‍ ଛାତ୍ରଛାତ୍ରୀ

ରୋମାନିଆରେ କିସ୍‍ ଛାତ୍ରଛାତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA