Thursday, July 2, 2026 07:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆକାଶପଥରେ ଯୋଡ଼ିହେଲା ମାଲକାନଗିରି

ମାଲକାନଗିରି ବିମାନ ବନ୍ଦର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
09 Jan, 2024- 03:57 PM
in Latest News, News
1 min read
0
ଆକାଶପଥରେ ଯୋଡ଼ିହେଲା ମାଲକାନଗିରି

ଭୁବନେଶ୍ୱର: ଆକାଶପଥରେ ଯୋଡ଼ି ହୋଇଛି ମାଲକାନଗିରି । ଏକଦା ଅପହଞ୍ଚ କୁହାଯାଉଥିବା ଏହି ଦୁର୍ଗମ ମାଓ ଇଲାକାରୁ ଏବେ ରାଜଧାନୀ ଭୁବନେଶ୍ୱରକୁ ବିମାନ ଯା ଆସ କରିବ । ଆଜି ମାଲକାନଗିରିରେ ଏକ ବିମାନ ବନ୍ଦରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହାଦ୍ୱାରା ମାଲକାନଗିରି ଜିଲ୍ଲା ଓ ଆଖପାଖ ଅଞ୍ଚଳରେ ଯୋଗାଯୋଗ, ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି ।

ମାଲକାନଗିରି ବିମାନବନ୍ଦର ୨୩୩ ଏକର ଅଞ୍ଚଳରେ ପରିବ୍ୟାପ୍ତ । ଏଥିରେ ୧୬୨୦ ମିଟର ଦୀର୍ଘ ଏବଂ ୩୦ ମିଟର ପ୍ରସ୍ଥ ବିଶିଷ୍ଟ ଏକ ରନୱେ ନିର୍ମାଣ କରାଯାଇଛି । ଏଥିପାଇଁ ୭୦ କୋଟି ଖର୍ଚ୍ଚ ହୋଇଛି । ଉଦଘାଟନର ଅବ୍ୟବହିତ ପୂର୍ବରୁ ରବିବାର ଦିନ ଏହି ରନୱେରେ ଏକ ଟ୍ରାଏଲ୍ ରନ୍ ସଫଳତାର ସହ ହୋଇଥିଲା । ଭୁବନେଶ୍ୱରରୁ ଏକ ବିମାନ ଯାଇ ସେଠାରେ ଅବତରଣ କରିଥିଲା ।

ପୂର୍ବରୁ କୋରାପୁଟର ଜୟପୁର, କଳାହାଣ୍ଡିର ଉତକେଲା, ରାଉରକେଲା, ଗଞ୍ଜାମର ରଙ୍ଗେଇଲୁଣ୍ଡାରେ ବିମାନବନ୍ଦର କରାଯାଇଛି । ଆଜି ମାଲକାନଗିରିକୁ ମଧ୍ୟ ଆକାଶପଥରେ ସଂଯୋଗ କରାଯିବା ପରେ ସାରା ରାଜ୍ୟର ଦୂରବର୍ତ୍ତୀ ଅଞ୍ଚଳଗୁଡ଼ିକରେ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ ବୋଲି କୁହାଯାଇଛି । ମାଲକାନଗିରି ବିମାନବନ୍ଦର ଉଦଘାଟନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ୍ ଉପସ୍ଥିତ ଥିଲେ ।

ଆଜି ମାଲକାନଗିରି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଗୋବିନ୍ଦପାଲି ସମନ୍ୱିତ ଜଳସେଚନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏଥିପାଇଁ ୪୦୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ଡିପିଆର ପ୍ରସ୍ତୁତ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ଗତ ମାର୍ଚ୍ଚ ୨୮ ତାରିଖରେ ମାଲକାନଗିରି ଜିଲ୍ଲା ଗସ୍ତ କରି ସ୍ଥାନୀୟ ଜନସାଧାରଣଙ୍କ ସହିତ ସପ୍ତଧାରା ନଦୀରେ ଏକ ଜଳସେଚନ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଆଲୋଚନା କରିଥିଲେ । ଲୋକଙ୍କ ପ୍ରସ୍ତାବକୁ ଗୁରୁତ୍ୱ ଦେଇ ପ୍ରାୟ ୪୦୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପର ଡ଼ିପିଆର ପ୍ରସ୍ତୁତ କରାଯାଇ ବୈଷୟିକ ପରାମର୍ଶଦାତା କମିଟିର ଅନୁମୋଦନ ନିମନ୍ତେ କେନ୍ଦ୍ରୀୟ ଜଳ ଆୟୋଗକୁ ପ୍ରେରଣ କରାଯାଇଅଛି । ଏହି ପ୍ରକଳ୍ପ ଅଧୀନରେ ସପ୍ତଧାରା ଓ ଗରିଆଠାରେ ଦୁଇଗୋଟି ଡ୍ୟାମ, ଏକ ସଂଯୋଗୀକରଣ ଟନେଲ ଓ ଭୂତଳ ପାଇପଲାଇନ ଦ୍ଵାରା ଜଳସେଚନର ବ୍ୟବସ୍ଥା ରହିଛି।

ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରି ଜିଲ୍ଲାର ଚାରିଗୋଟି ବ୍ଲକ ଯଥା – ମାଲକାନଗିରି, ମାଥିଲି, ଖଇରିପୁଟ ଓ କୋରକୁଣ୍ଡାରେ ଅତିରିକ୍ତ ୯୨,୮୧୫ ଏକର ଚାଷ ଜମିରେ ଜଳସେଚନର ସୁବିଧା ସୃଷ୍ଟି କରାଯିବା ସହିତ ଦେଢ଼ଲକ୍ଷ ସ୍ଥାନୀୟ ଜନସାଧାରଣଙ୍କୁ ପାନୀୟଜଳ ଯୋଗାଣ କରାଯାଇପାରିବ।

ଆସନ୍ତା ଜୁଲାଇ ମାସ ସୁଦ୍ଧା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଅଛି।

Previous Post

504 Junior Engineers Join State Government

Next Post

ନୟାଗଡ଼ ଏମଭିଆଇଙ୍କର ଦୁଇଟି କୋଠା, ୩୧ ପ୍ଲଟ୍

Next Post
ନୟାଗଡ଼ ଏମଭିଆଇଙ୍କର ଦୁଇଟି କୋଠା, ୩୧ ପ୍ଲଟ୍

ନୟାଗଡ଼ ଏମଭିଆଇଙ୍କର ଦୁଇଟି କୋଠା, ୩୧ ପ୍ଲଟ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA