Thursday, June 25, 2026 05:14 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କଟକ ନେତାଜୀ ବସ ଟର୍ମିନାଲ୍‌ ଲୋକାର୍ପିତ

୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଟର୍ମିନାଲରେ ଆନ୍ତର୍ଜାତୀୟ ସ୍ତରର ସୁବିଧା ପାଇବେ ଯାତ୍ରୀ

by Our Correspondent
16 Sep, 2023- 10:36 PM
in Latest News, News
1 min read
0
କଟକ ନେତାଜୀ ବସ ଟର୍ମିନାଲ୍‌ ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଠାରେ ୫-ଟି ଉପକ୍ରମରେ ନବ ନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ ଟର୍ମିନାଲ୍‌କୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ କଟକ ସହରର ୯ଟି ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମୁଦାୟ ୫୪୧ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଆଜି ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।

କଟକଠାରେ ଆୟୋଜିତ ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଆମ କଟକ ସହର ପାଇଁ ଏକ ଉତ୍ସବର ଦିନ । କଟକ ସହର ପାଇଁ ୫୪୦ କୋଟିରୁ ଉର୍ଦ୍ଧ୍ୱ ବିଭିନ୍ନ ପ୍ରକଳ୍ପ ଆରମ୍ଭ ହେଲା । କଟକ ଓଡିଶାବାସୀଙ୍କ ପ୍ରିୟ ସହର। କଟକର ପୂଜା, କଟକର ବାଲିଯାତ୍ରା, ବାରବାଟୀ କ୍ରିକେଟ ମ୍ୟାଚ, ଏସ୍.ସି.ବି. ମେଡିକାଲ କଲେଜ ସବୁବେଳେ ଓଡିଶାର ବଡ ପରିଚୟ ହୋଇ ରହିଛି। ଏହି ପରିଚୟକୁ ଆମକୁ ଆହୁରି ଗୌରବମୟ କରିବାକୁ ପଡିବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ହଜାର ବର୍ଷର ସହର ଏହି କଟକ । ଏ ସହର ଏବେ ନୂଆ ରୂପ ନେଉଛି। ରୂପାନ୍ତର ପର୍ବ ଆଗେଇ ଚାଲିଛି। ଓଡିଶାର ଗର୍ବ ରେଭେନ୍ସା କଲେଜ ଆଜି ୟୁନିଭର୍ସିଟି ହୋଇଛି। ଏସ୍.ସି.ବି. ମେଡିକାଲ କଲେଜକୁ AIIMS Plus Health Institutionରେ ରୂପାନ୍ତର କରିବା ପାଇଁ କାର୍ଯ୍ୟ ଜାରି ରହିଛି। ସ୍ୱାସ୍ଥ୍ୟ, ଶିକ୍ଷା, ଯୋଗାଯୋଗ, ଭିତ୍ତିଭୂମି ସବୁ କ୍ଷେତ୍ରରେ ରୂପାନ୍ତର ଏକ ସମୃଦ୍ଧ ଭବିଷ୍ୟତକୁ ନିର୍ଦ୍ଦେଶ କରୁଛି। ଆପଣମାନଙ୍କ ସହଯୋଗରେ ଏହି ରୂପାନ୍ତର ପ୍ରକ୍ରିୟା ଆହୁରି ଆଗେଇବ ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣକୁ ଆହ୍ୱାନ କରିବା ସହ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମିଶନ ଶକ୍ତି କାର୍ଯ୍ୟକ୍ରମ, 5T ସ୍କୁଲ ରୂପାନ୍ତରଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ବସ୍ତି ବାସିନ୍ଦାଙ୍କ ଜାଗା ମିଶନ ଆଦି ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଓ ଯୋଜନା ସାଧାରଣ ଲୋକଙ୍କ ଭିତରେ ଭରଷା ସୃଷ୍ଟି କରି କୋଟି କୋଟି ଲୋକଙ୍କ ମୁହଁରେ ହସ ଫୁଟାଇପାରିଛି ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ସହର ମୋର ପ୍ରିୟ ସହର । ମୋର ଜନ୍ମଭୂମୀ। କଟକ ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର ହୋଇ ରହିଛି ଓ ରହିବ। 

ପ୍ରକାଶଯୋଗ୍ୟ ଯେ ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କଟକ ନେତାଜୀ ବସ ଟର୍ମିନାଲରେ ଏକା ସାଙ୍ଗରେ ୧୯୨ଟି ବସ ରହିବା ପାଇଁ ବ୍ୟବସ୍ଥା ହୋଇଛି। ଯାତ୍ରୀମାନଙ୍କ ପାଇଁ ପ୍ରତିକ୍ଷାଳୟ, ପୁରୁଷ ଓ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଟିକେଟ କାଉଣ୍ଟର ସହିତ ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ କରାଯାଇ ଟର୍ମିନାଲ ଭିତରେ ଯାତ୍ରୀମାନଙ୍କ ପାଇଁ ବିମାନ ବନ୍ଦର ଭଳି ସୁବିଧା କରାଯାଇଛି। ଏଠାରେ ନିର୍ମିତ ଆହାର କେନ୍ଦ୍ର ଓଡିଶାର ସର୍ବବୃହତ ଆହାର କେନ୍ଦ୍ର । ଏଥି ସହିତ ମିଶନ ଶକ୍ତି କାଫେ ମଧ୍ୟ ରହିଛି। ଆଜି ଏହି ନୂତନ ଟର୍ମିନାଲରୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କଲେ ପୁରୀ ପାଇଁ ପ୍ରଥମ ବସ୍।

ଉଲ୍ଲେଖଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୨୦୨୦ ମାର୍ଚ୍ଚ ୨୦ ତାରିଖରେ ୫-ଟି ସଚିବ ଭି.କେ. ପାଣ୍ଡିଆନ କଟକ ବାଦମବାଡି ବସ୍‌ଷ୍ଟାଣ୍ଡ ଯାଇ ସେଠାର ଅବସ୍ଥା ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ପରବର୍ତ୍ତୀ ସମୟରେ ଖାନନଗର ଠାରେ ଏକ ନୂତନ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହି ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ ରେ କଟକବାସୀଙ୍କ ପୂର୍ଣ୍ଣ ସହଯୋଗ ରହିଥିବାରୁ, କଟକବାସୀଙ୍କୁ ୫-ଟି ସଚିବ ଧନ୍ୟବାଦ ଜଣାଇଥିଲେ ।

କଟକ ନେତାଜୀ ବସ୍ ଟର୍ମିନାଲ ସହିତ ଆଜି ମୁଖ୍ୟମନ୍ତ୍ରୀ କଟକ ସହରରେ ୬୬.୬୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ମହାନଦୀ କ୍ୟାମ୍ପସ୍, ୩୦ କୋଟି ବ୍ୟୟରେ ନିର୍ମିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଲାଇବ୍ରେରୀ, ୨୩.୮୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଡି.ଏ.ଭି. ଏସ.ସି.ବି. ମେଡିକାଲ ପବ୍ଲିକ ସ୍କୁଲ, ୮୮.୩୧ କୋଟି ଟଙ୍କା ବ୍ୟୟରେ ନରଣପୁରଠାରେ ନିର୍ମିତ ୫୫୦ଟି E.W.S. ଏବଂ ୩୨୦ଟି L.I.G. ବାସଗୃହ, ୯.୭୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ସିଲ୍‌ଭର ସିଟି ବୋଟ କ୍ଲବ, ୫.୨୩ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲର ସମ୍ମୁଖ ବିକାଶ, ଫୁଡ କୋର୍ଟ ଓ ଜଳକ୍ରୀଡା କେନ୍ଦ୍ର, ୩.୨୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ନିକଟରେ ଅର୍ବାନ ହାଟ, ୫୪ ଲକ୍ଷ ଟଙ୍କା ବ୍ୟୟରେ ରାଣିହାଟଠାରେ ନିର୍ମିତ କ୍ଲକ ଟାୱାର। ୨୩.୩୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ବ୍ରିଜର ଉଦ୍‌ଘାଟନ କରିବା ସହ ୧୨୩ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଅନାନ୍ୟ ଭିତ୍ତିଭୂମି ନିର୍ମାଣ, ୨୨.୩୯ କୋଟି ଟଙ୍କା ବ୍ୟୟରେ ନେତାଜୀ ସୁଭାଷ ଚନ୍ଦ ବୋଷ ସ୍ମାରକୀ ନିର୍ମାଣ, ୪୫.୧୯ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲଠାରେ ଜନସୁବିଧା କେନ୍ଦ୍ର ଏବଂ ୮.୯୫ କୋଟି ଟଙ୍କା ବ୍ୟୟରେ ରେଳ ଷ୍ଟେସନ ପୂର୍ବ ଫାଟକରୁ ୪ ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ଉତ୍ସବରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ ସାସଂଦ ଭର୍ତ୍ତୃହରି ମହତାବ, ମେୟର ସୁବାସ ସିଂ, ବିଧାୟକ ଚନ୍ଦ୍ର ସାରଥୀ ବେହେରା, ବିଧାୟକ ସୌଭିକ ବିଶ୍ୱାଳ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ ।

Previous Post

ଏମିତି କାମ କରନ୍ତି ସୌମ୍ୟ ପଟ୍ଟନାୟକ?

Next Post

ଗୀତା ମେହେଟ୍ଟାଙ୍କ ପରଲୋକ

Next Post
ଗୀତା ମେହେଟ୍ଟାଙ୍କ ପରଲୋକ

ଗୀତା ମେହେଟ୍ଟାଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA