Friday, July 3, 2026 07:34 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ୍ ପ୍ଲାଣ୍ଟର ଉଦଘାଟନ

ତୃତୀୟ ଲହରର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରୁହ : ମୁଖ୍ୟମନ୍ତ୍ରୀ

by Our Correspondent
18 Jun, 2021- 09:10 PM
in Latest News, News
1 min read
0
୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ୍ ପ୍ଲାଣ୍ଟର ଉଦଘାଟନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (LMO) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର (PSA Plant) ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ହେଉଛି – ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି PSA Plantର ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି PSA Plant ଦ୍ବାରା ମିନିଟ୍‌ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍‌ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍‌ପିଟାଲରେ ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରତ୍ୟେକ ଜୀବନ ମୂଲ୍ୟବାନ – ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ ।

ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ଶ୍ରୀ ନବ ଦାସ, ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଶ୍ରୀ ସମୀର ଦାଶ, ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ରଥଯାତ୍ରା ପାଇଁ ୪ ଥର କୋଭିଡ୍ ଟେଷ୍ଟ

Next Post

ଆଉ ନାହାନ୍ତି ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ

Next Post
ଆଉ ନାହାନ୍ତି ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ

ଆଉ ନାହାନ୍ତି ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA