ଭୁୁବନେଶ୍ୱର: ଅନାଥ ପିଲାଙ୍କ ଭରଣପୋଷଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ନୂଆ ଯୋଜନା ‘ଆଶୀର୍ବାଦ’ ଘୋଷଣା କରିଛନ୍ତି । ଏହି ଯୋଜନାରେ ଉଭୟ ପିତାମାତା ତଥା ଏକକ ଅଭିଭାବକଙ୍କୁ ହରାଇଥିବା ପିଲାଙ୍କୁ ମାସିକ ୨୫୦୦ ଟଙ୍କା ଏବଂ କେବଳ ମୁଖ୍ୟ ଉପାର୍ଜନକାରୀ ବାପା କିମ୍ବା ମାଆଙ୍କୁ ହରାଇଥିବା ପିଲାଙ୍କୁ ମାସିକ ୧୫୦୦ ଟଙ୍କା ମିଳିବ । ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଏହି ଟଙ୍କା ମିଳିବ । ୨୦୨୦ ଏପ୍ରିଲ୍ ୧ ରୁ ଅନାଥ ହୋଇଥିବା ପିଲାଙ୍କ ପାଇଁ ଏହି ଯୋଜନା ଲାଗୁ ହେବ । ଏହି ଯୋଜନାରୁ ଜଣେ ବି ଅସହାୟ ଶିଶୁ ଯେପରି ବାଦ ନପଡ଼େ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି । (୧)ବାପା, ମା ଉଭୟଙ୍କୁ ହରାଇଥିବା ପିଲା(୨) ସିଙ୍ଗଲ୍ ପ୍ୟାଣ୍ଟେଙ୍କୁ ହରାଇଥିବା ପିଲା ଏବଂ (୩) ଉପାର୍ଜନକାରୀ ବାପା ବା ମା ଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା ।
ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ବାସ୍ଥ୍ୟ ପାଇଁ ମାସିକ ୨୫୦୦ଟଙ୍କା electronically ଜମା କରାଯିବ । ପିଲାକୂ ୧୮ ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲା କୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆ ଯିବ ନାହିଁ । ଯେଉଁ ଷେତ୍ର ରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ। ତାର ଭରଣପୋଷଣ ପାଇଁ ବଞ୍ଚି ଥିବା ମା ବା ବାପା କିମ୍ବା ପିଲା ର ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ ।
ପିଲା କୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ କ୍ଷେତ୍ରରେ ଆଉ ସହାୟତା ମିଳିବ ନାହିଁ । ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟ ଙ୍କ ପାଖରେ ନ ରହି କୋୖଣସି child care institution ରେ ରୁହନ୍ତି ତେବେ ସେ ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା recurring deposit ଭାବରେ ପ୍ରତି ମାସ ରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ । ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ ।
ଆଶୀର୍ବାଦ ଯୋଜନାରେ ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହି ଯୋଜନାରେ ଅନ୍ୟାନ୍ୟ ସୁବିଧା
- ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ ।
- ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ରେ ସାମିଲ କରାଯିବ ।
- ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ।ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୂଥାନ୍ତି ,ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ ।ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ ,କେନ୍ଦୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟ ରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ
- ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲା ପାଳ ସହଯୋଗ ଯୋଗାଇ ଦେବେ ।
- ଉଚ୍ଚ ଶିଷା ପାଇଁ ପିଲା କୁ ରାଜ୍ୟ ସରକାର ଙ୍କ Green passage ଯୋଜନା ରେ ସହଯୋଗ ଯୋଗାଇ ଦିଆଯିବ ।
- ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳ କୁ ଦୃଷ୍ଟିରେ ରଖି ତାଙ୍କୁ out of turnରେ ଘର ମଞୁର କରାଯିବ ।
- ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ,out of turn ରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ ।
ପିଲାଙ୍କ ସମ୍ପତ୍ତି ର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲା ର ଦାୟିତ୍ୱ ନେଇଥିବା ଆତ୍ମୀୟ ଙ୍କ ସହ ନିୟମିତ ଯୋଗାଯୋଗ ରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖବେ । - ବିଜୁ ଶିଶୁ ସୁରକ୍ଷା ଯୋଜନା ଓ juvenile justice fund ରୂ ଆବଶ୍ୟକ ସ୍ଥଳେ ଏ ପିଲା ମାନଙ୍କୁ ସହାୟତା ମିଳିପାରିବ ।
- ପିଲାର ମା ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞୁର କରାଯିବ ।ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ । District child protection unit ,childline ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି frontline worker civil society ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେ। ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ମାନେ ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ DCPUକଙ୍କୁ ଆବେଦନ କରିପାରିବେ । ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନା ରୁ ବାଦ୍ ନ ପଡେ ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ special drive କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।







