Tuesday, June 23, 2026 08:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଲୋୟର ସୁକତେଲ ପ୍ରକଳ୍ପ ଲୋକାର୍ପିତ

୨୦୩ଟି ଗାଁର ୧ ଲକ୍ଷ ଏକର ଚାଷ ଜମିକୁ ମିଳିବ ପାଣି

by Our Correspondent
03 Jan, 2024- 03:36 PM
in Latest News, News
1 min read
0
ଲୋୟର ସୁକତେଲ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର: ବଲାଙ୍ଗୀର ଜିଲ୍ଲାର ଜୀବନରେଖା କୁହାଯାଉଥିବା ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଆଜି ଲୋକାର୍ପିତ ହୋଇଛି । ବଲାଙ୍ଗୀରରେ ଏହି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୧ ମିଟର ଉଚ୍ଚତା ବିଶିଷ୍ଟ ଏହି ପ୍ରକଳ୍ପ ଦ୍ୱାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ ଟି ଗାଁର ୧ ଲକ୍ଷ ଜମିକୁ ପାଣି ମିଳିବ । ଏଥିରେ ୮୦ ହଜାରରୁ ଅଧିକ ଚାଷୀ ଉପକୃତ ହେବେ । ୭୦ ହଜାରରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ । ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ ।

ଏଥିସହ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ପାଇଁ ୨୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ୱାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ । ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ।

ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷକ ରାଜ୍ୟ ଅର୍ଥନୀତିର ସାରଥି । ଚାଷୀ ଭାଇ ମାନଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ । ମୁଁ ସବୁବେଳେ ଚାଷୀ ଭାଇମାନଙ୍କ ସାଥିରେ ଅଛି । ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧରେ ଋଣ, ମାଗଣା ଫସଲ ବୀମା ଚାଷୀ ଘର ପିଲାଙ୍କ ପାଇଁ ବୃତ୍ତି ଏବଂ ଆହୁରି ଅନେକ ଯୋଜନା ଜାରି ରହିଛି।

ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ୫-ଟି ଅଧ୍ୟକ୍ଷ ମୋ ନିର୍ଦ୍ଦେଶରେ ଅଗଷ୍ଟ ମାସରେ ଆସିଥିଲେ। ଆପଣମାନଙ୍କୁ ଭେଟିଥିଲେ। ଆପଣମାନଙ୍କ ସହିତ ବିକାଶ କାମ ବିଷୟରେ ଆଲୋଚନା କରିଥିଲେ। ଆପଣମାନଙ୍କ ମତକୁ ସମ୍ମାନ ଜଣାଇ ଆମେ କାମ କରୁଛୁ।

ବଲାଙ୍ଗୀରର ବିକାଶ ଉପରେ ଆଲୋକପାତ କରି ସେ କହିଲେ ଯେ, ଏବେ ବଲାଙ୍ଗୀର ଜିଲ୍ଲା ଶିକ୍ଷା, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ଜୋରଦାର ଉନ୍ନତି କରୁଛି । ହରିଶଙ୍କର ପୀଠ ସହିତ ଜିଲ୍ଲାର ମଠ ମନ୍ଦିରର ରୂପାନ୍ତର କାମ ଚାଲିଛି। ଏବେ କୃଷି କ୍ଷେତ୍ରରେ ଉନ୍ନତି ସହିତ ଜିଲ୍ଲାରେ ରୂପାନ୍ତରର ଏକ ନୂଆ ଯୁଗ ଆସିବ। ମୋର ବିଶ୍ୱାସ, ଆପଣମାନଙ୍କ ସହଯୋଗରେ, ବଲାଙ୍ଗୀର ରାଜ୍ୟର ବିକାଶରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବ ।

ଏହି ଅବସରରେ ଜଳସଂପଦ ବିଭାଗ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ବଲାଙ୍ଗୀର ଜିଲ୍ଲାର ଜନସାଧାରଣଙ୍କ ବହୁ ଦିନର ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ଆଜି ପୂରଣ କରିଛନ୍ତି । ଲୋୟର ସୁକତେଲ ଆଜି ବଲାଙ୍ଗୀରବାସୀଙ୍କ ପାଇଁ ସୁଖର ସୁକତେଲରେ ପରିଣତ ହୋଇଛି । ଏହି ପ୍ରକଳ୍ପ କାର୍ଯ୍ୟାନ୍ବୟନକୁ ତ୍ୱରାନ୍ୱିତ କରିବା କ୍ଷେତ୍ରରେ ୫-ଟି ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସରୋଜ ମେହେର, ଲୋଇସିଂଘା ବିଧାୟକ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

୨୦୧୯ ମସିହାରୁ ୫-ଟି ଉପକ୍ରମରେ ପ୍ରକଳ୍ପ ତ୍ୱରାନ୍ୱିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଥିବା କୁହାଯାଇଛି । Technologyର ବ୍ୟବହାର କରାଯାଇ Pressurised Underground Pipeline ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି। ଏହାଦ୍ୱାରା ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ ।

ନରସିଂହ ମିଶ୍ରଙ୍କ ସମାଲୋଚନା: ଅସମ୍ପୂର୍ଣ୍ଣ ପ୍ରକଳ୍ପକୁ ଉଦଘାଟନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସଭାମଞ୍ଚରୁ ଭାଷଣ ଦେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ ବଲାଙ୍ଗୀର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ସେ କହିଥିଲେ, ୨୩ ବର୍ଷ ହୋଇଯାଇଥିଲେ ମଧ୍ୟ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ । ୨୦୦୧ ମସିହାରେ ମୁଖ୍ୟମନ୍ତ୍ରୀ ଶୁଭ ଦେଇଥିଲେ । ଆଜି ଅସମ୍ପୂର୍ଣ୍ଣ ପ୍ରକଳ୍ପକୁ ଉଦଘାଟନ କରାଯାଉଥିବା ସେ ଅଭିଯୋଗ କରିଥିଲେ । ଉଦଘାଟନ ମାନେ ସୁଇଚ୍ ଟିପିଲେ ପାଣି ବାହାରିବା କଥା । ଆଜି ସୁଇଚ୍ ଟିପିଲେ ଯଦି ପାଣି ନ ବାହାରେ ଲୋକେ କଳା ବୋଳିବେ ବୋଲି ସେ ଆକ୍ଷେପ କରିଥିଲେ ।

Previous Post

ସଂଗ୍ରାମ ପାଇକରାୟ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ

Next Post

Stipend of Nursing, Pharmacy, Allied Medical Students enhanced

Next Post
Stipend of Nursing, Pharmacy, Allied Medical Students enhanced

Stipend of Nursing, Pharmacy, Allied Medical Students enhanced

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA