Monday, March 30, 2026 04:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପ୍ରତି ଜିଲ୍ଲାରେ କରାଯିବ Language Lab - ମୁଖ୍ୟମନ୍ତ୍ରୀ

by Our Correspondent
30 Sep, 2023- 09:37 PM
in Latest News, News
1 min read
0
ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି ।

ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର ପ୍ରତିନିଧି ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ। ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତାଳୀ ଭାଷାବିତ୍‌, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ସୂଚନାଯୋଗ୍ୟ ଯେ ବିଶିଷ୍ଟ ସାନ୍ତାଳୀ ଭାଷାବିତ୍‌ ଶ୍ରୀ ଚୈତନ୍ୟ ପ୍ରସାଦ ମାଝୀ ଏହି ଶଦ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି। ତାଙ୍କୁ ସାନ୍ତାଳୀ ଭାଷାର ଭାଷାବିତ୍ ମାନେ ସହଯୋଗ କରିଛନ୍ତି।

ସାନ୍ତାଳୀ ଭାଷା ଆମ ସମ୍ବାଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି । ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶଦ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି । ବିଭାଗ ପକ୍ଷରୁ ଆଉ ୧୧ଟି ଜନଜାତି ଭାଷାରେ ପ୍ରାଥମିକ ଅତିରିକ୍ତ ପାଠ୍ୟପୁସ୍ତକ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି । ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଓ ସଚେତନା ସୃଷ୍ଟି କରିବା ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଅନ୍‌ ଲାଇନ୍‌ରେ ଉପଲବ୍‌ଧ ହେବ। ବିଭିନ୍ନ ଜନଜାତି ଭାଷାରେ ସାର୍ଟିଫିକେଟ କୋର୍ସ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରତି ଜିଲ୍ଲାରେ Language Lab କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଜନଜାତି ଭାଷା ସାହିତ୍ୟ ଓ ସଂସ୍କୃତି ଉପରେ ଅଧିକ ଗବେଷଣା କରିବା ପାଇଁ ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କାର୍ଯ୍ୟକ୍ରମରେ 5T ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ ।

ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ଜନଜାତି ଭାଷା, ସାହିତ୍ୟ ଓ ସଂସ୍କୃତି ପ୍ରଚାର ପାଇଁ ସରକାରଙ୍କ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ବିଭାଗୀୟ କମିଶନର-ତଥା- ଶାସନ ସଚିବ ଶ୍ରୀମତୀ ରୂପାରୋଷନ ସାହୁ ସ୍ବାଗତ ଭାଷଣ ଦେଇଥିବା ବେଳେ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସାନ୍ତାଳୀ ଭାଷାବିତ୍ ଶ୍ରୀ ଚୈତନ୍ୟ ପ୍ରସାଦ ମାଝୀ ଙ୍କ ସହ କୁଇ,କୂଭି, ଗୋଣ୍ଡି ଓ ମୁଣ୍ଡା ଜନଜାତି ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

Previous Post

ରାଚେଲ୍‍ ରୁଟୋଙ୍କୁ ଦ୍ୱାଦଶ ‘କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ’

Next Post

ଶେଷରେ ‘ସମ୍ବାଦ’ ଛାଡ଼ିଦେଲେ ସୌମ୍ୟ

Next Post
ଶେଷରେ ‘ସମ୍ବାଦ’ ଛାଡ଼ିଦେଲେ ସୌମ୍ୟ

ଶେଷରେ 'ସମ୍ବାଦ' ଛାଡ଼ିଦେଲେ ସୌମ୍ୟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19176 shares
    Share 7670 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA