Saturday, June 27, 2026 11:44 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ

ଜନଜାତିଙ୍କ ବିକାଶରେ ନୂଆ ମାଇଲଖୁଣ୍ଟ ସୃଷ୍ଟି ହେବ – ମୁଖ୍ୟମନ୍ତ୍ରୀ

by Our Correspondent
09 Aug, 2023- 10:43 PM
in Latest News, News
1 min read
0
ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି । ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ । ଏହାସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ୱ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ୱ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ।

ଏହି ଅବସରରେ ଉପସ୍ଥିତ ଅଧିକାରୀ ଓ ଜନଜାତି ଭାଇଭଉଣୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଯୋଜନାରେ ସମସ୍ତ ଯୋଗ୍ୟ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚିବା ଆମର ଲକ୍ଷ୍ୟ। କେହି ଜଣେ ବି ଯୋଗ୍ୟ ବ୍ୟକ୍ତି ଯେପରି ବଞ୍ଚିତ ନ ହେବ, ତାକୁ ସୁନିଶ୍ଟିତ କରିବା ପାଇଁ ପଦକ୍ଷେପ ନିଆଯାଉଛି । ଜଙ୍ଗଲ ସଂପଦର ନିରନ୍ତର ବିକାଶ ଦିଗରେ ଜନଜାତି ମାନଙ୍କର ଅବଦାନକୁ ସ୍ୱୀକୃତି ପ୍ରଦାନ କରିବା ଏହି ଯୋଜନାର ଲକ୍ଷ୍ୟ । ଜଳବାୟୁ ପରିବର୍ତ୍ତନ ଓ ଜନଜାତି ମାନଙ୍କ ଅର୍ଥନୀତି ଓ ଜୀବିକାରେ ସ୍ଥାୟିତ୍ୱ ଆଣିବାରେ ମଧ୍ୟ ଏହା ସହାୟକ ହେବ ବୋଲି ସେ କହିଥିଲେ ।

ଜଙ୍ଗଲ ଜମି ଅଧିକାର ପ୍ରଦାନରେ ଓଡିଶା ଏକ ଆଗୁଆ ରାଜ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏପର୍ଯ୍ୟନ୍ତ ୪ ଲକ୍ଷ ୫୦ ହଜାର ଜନଜାତି ଓ ବନବାସୀ ପରିବାରକୁ ଜଙ୍ଗଲ ଜମି ଉପରେ ସତ୍ତ୍ବ ପ୍ରଦାନ କରାଯାଇଛି । ସେହିପରି ୪ ହଜାରରୁ ଅଧିକ ଗ୍ରାମସଭାକୁ ଗୋଷ୍ଠି ଅଧିକାର ଦିଆଯାଇଛି  । ଏହାସହିତ ସର୍ଭେ ହୋଇ ନଥିବା ଜଙ୍ଗଲ ଗାଁ ଗୁଡିକୁ ମଧ୍ୟ ରାଜସ୍ୱ ଗ୍ରାମର ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଜାରି ରହିଛି । ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ୱାରା ଏକ ମାଇଲଖୁଣ୍ଟ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଅନୁସୂଚିତ ଜାତି ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ ଯେ ଏହି ଯୋଜନା ଦ୍ୱାରା ଜଙ୍ଗଲ ଜମିର ପରିଚାଳକ ଭାବରେ ଜନଜାତି ମାନଙ୍କ ଅଧିକାରକୁ ସ୍ୱୀକୃତି ଦେବା ଏହି ଯୋଜନାର ଲକ୍ଷ୍ୟ । ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକ୍ରିୟା ତ୍ୱରାନ୍ୱିତ କରାଯାଇ ଯୋଗ୍ୟ ବ୍ୟକ୍ତି ମାନଙ୍କୁ ଅଧିକାର ପ୍ରଦାନ କରିବା ପଦକ୍ଷେପ ନିଆଯାଇଛି।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ଜଙ୍ଗଲ ଜମି ଉପରେ ଅଧିକାର ପ୍ରଦାନ ଓଡିଶା ସରକାରଙ୍କ ଏକ ପ୍ରମୁଖ ସଫଳତା। ଏହି ନୂଆ ଯୋଜନା ଦ୍ୱାରା ସେମାନଙ୍କ ସାଂସ୍କୃତିକ ବିବିଧତାର ସୁରକ୍ଷା ସହିତ ସବୁ ବିକାଶମୂଳକ ଯୋଜନାରେ ଜନଜାତି ମାନଙ୍କୁ ସାମିଲ କରିବା ପାଇଁ ଏହି ଯୋଜନାରେ ବ୍ୟବସ୍ଥା କରାଯାଇଛି।

ଏହି ଯୋଜନାରେ ସାମିଲ ହୋଇଥିବା ବିଭିନ୍ନ ହିତାଧିକାରୀଙ୍କ ମଧ୍ୟରେ ମୟୁରଭଞ୍ଜର କପୁର ମାର୍ଣ୍ଡି, କନ୍ଧମାଳର ନରେନ୍ଦ୍ର ମଲ୍ଲିକ ଓ ରାୟଗଡାର ସୁରେଶ ଚନ୍ଦ୍ର ୱାଡାକା ପ୍ରମୁଖ ୩ ଜଣ ହିତାଧିକାରୀ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଜଙ୍ଗଲ ଜମି ଉପରେ ଅଧିକାର ପାଇବା ଦ୍ୱାରା ସେମାନେ କିପରି ପନିପରିବା, ଫଳଚାଷ ଓ ଅନ୍ୟାନ୍ୟ ଜୀବିକା କାର୍ଯ୍ୟକ୍ରମରେ ସାମିଲ ହୋଇ ସେମାନଙ୍କର ପରିବାରର ପ୍ରତିପୋଷଣ କରିବା ସହିତ ପିଲାମାନଙ୍କୁ ମଧ୍ୟ ଶିକ୍ଷା ଦେଇପାରୁଛନ୍ତି ବୋଲି ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, UNDP, ବେସରକାରୀ ଅନୁଷ୍ଠାନ ବସୁନ୍ଧରା, ପ୍ରଦାନ ଆଦି ସଂସ୍ଥାର ପ୍ରତିନିଧି ଏବଂ ବିଭିନ୍ନ ଜିଲ୍ଲାର ଜନଜାତି ହିତାଧିକାରୀମାନେ ଉପସ୍ଥିତ ଥିଲେ ।

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ରୂପାରୋଶନ ସାହୁ ସ୍ୱାଗତ ଭାଷଣ ଦେଇଥିଲେ ଓ ଅନୁସୂଚିତ ଜନଜାତି ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

‘ଫ୍ଲାଇଂ କିସ୍’ ବିବାଦରେ ରାହୁଲ ଗାନ୍ଧି

Next Post

ଘରୋଇ ସ୍କୁଲ ପିଲାଙ୍କୁ ମିଳିବ ମାଗଣା ବହି

Next Post
ଘରୋଇ ସ୍କୁଲ ପିଲାଙ୍କୁ ମିଳିବ ମାଗଣା ବହି

ଘରୋଇ ସ୍କୁଲ ପିଲାଙ୍କୁ ମିଳିବ ମାଗଣା ବହି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA