ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର କଡ଼ା ଆଭିମୁଖ୍ୟ । ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଆଜିି ଚାକିରିରୁ ବରଖାସ୍ତ କରିଛନ୍ତି । ତାଙ୍କ ନାଁରେ ବିଭିନ୍ନ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ ଥିଲା ।
ଶ୍ରୀ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ । ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ । ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତାର ତଥ୍ୟ ଆସିଥିଲା ।
ଶ୍ରୀ ପିଲ୍ଲାଙ୍କର ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଥିଲା ଏବଂ ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ଜଣାପଡ଼ିଥିଲା । ଆଜି ମୁଖ୍ୟମନ୍ତ୍ରୀ ସଂପୃକ୍ତ ଅଧିକାରୀଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି ।
ସୂଚନାଯୋଗ୍ୟ, ଦୁର୍ନୀତି ବିରୋଧରେ ଜିରୋ ଟଲେରାନ୍ସ ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଥମରୁ ତାଙ୍କର ଆଭିମୁଖ୍ୟ ସ୍ପଷ୍ଟ ରଖିଛନ୍ତି । କୋ÷ଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡ଼ା ଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ବିଭିନ୍ନ ସମୟରେ କହି ଆସୁଛନ୍ତି ।