Saturday, November 7, 2026 10:45 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜନ୍ମମାଟି ରାଇକଳାରେ ମୁଖ୍ୟମନ୍ତ୍ରୀ

by Our Correspondent
07 Nov, 2026- 08:29 PM
in Latest News, News
1 min read
0
ଜନ୍ମମାଟି ରାଇକଳାରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଲାର ରାଇକଳା ଗ୍ରାମପଞ୍ଚାୟତ ତଥା ସମଗ୍ର କେନ୍ଦୁଝର ଓ ମୟୂରଭଞ୍ଜ କ୍ଲଷ୍ଟରର ବିକାଶ ନିମନ୍ତେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରାୟ ୧୨୦ କୋଟି ଟଙ୍କାର ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ ଅଧୀନରେ ରାଇକଳା, ସତିକୁଦର ଏବଂ ଜାରକାଣି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଉଛି, ଯାହାର କାର୍ଯ୍ୟ ୨୦୨୮ ସୁଦ୍ଧା ସମ୍ପୂର୍ଣ୍ଣ ହେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ବୃହତ ପ୍ରକଳ୍ପଗୁଡ଼ିକ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ୪ ହଜାର ୨୮୦ ହେକ୍ଟର ଶୁଷ୍କ ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇବ। ଏହାଦ୍ୱାରା କେନ୍ଦୁଝର ଜିଲ୍ଲାର ଝୁମ୍ପୁରା ଓ କେନ୍ଦୁଝର ବ୍ଲକର ଅନେକ ଗ୍ରାମ ସହିତ ମୟୂରଭଞ୍ଜ ଜିଲ୍ଲାର ଜାରକାଣୀ ଅଞ୍ଚଳ ପ୍ରତ୍ୟକ୍ଷ ଭାବେ ଉପକୃତ ହେବେ।

କୃଷି ବ୍ୟତୀତ ସ୍ୱାସ୍ଥ୍ୟ ଏବଂ ବ୍ୟାଙ୍କିଙ୍ଗ୍ କ୍ଷେତ୍ରରେ ମଧ୍ୟ ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ଝୁମ୍ପୁରା ଠାରେ ୧୭ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଝୁମ୍ପୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ରାଇକଳାଠାରେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଏକ ନୂତନ ଶାଖାର ଉଦ୍‌ଘାଟନ କରାଯାଇଛି ।

ନିଜ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ ଭାବବିହ୍ୱଳ ହୋଇ କହିଥିଲେ, “ରାଇକଳା କେବଳ ମୋର ଜନ୍ମମାଟି ନୁହେଁ, ଏହା ମୋ ପାଇଁ ଏକ ତୀର୍ଥ କ୍ଷେତ୍ର। ‘ଜନନୀ ଜନ୍ମଭୂମିଶ୍ଚ ସ୍ୱର୍ଗାଦପି ଗରୀୟସୀ’—ମୋ ପାଇଁ ମୋ ଜନ୍ମଭୂମି ଠାରୁ ବଡ଼ ସ୍ୱର୍ଗ ଆଉ କିଛି ନାହିଁ। ଆପଣମାନଙ୍କ ଏହି ପୁଅ, ଆପଣମାନଙ୍କ ଏହି ଭାଇ ଆଜି ଯେଉଁ ସ୍ଥାନରେ ବି ପହଞ୍ଚିଛି, ସେ କେବଳ ଆପଣମାନଙ୍କ ଆଶୀର୍ବାଦ ଏବଂ ଏହି ମାଟିର ସଂସ୍କାର ପାଇଁ। ଜୀବନରେ ଯେତେ ବଡ଼ ହୁଅନା କାହିଁକି, କେବେ ନିଜର ମୂଳକୁ ଭୁଲିଯାଅ ନାହିଁ; ମୁଁ ଶେଷ ନିଶ୍ୱାସ ପର୍ଯ୍ୟନ୍ତ ଏହା ଭୁଲିବି ନାହିଁ।”

ଏହି ସମାରୋହରେ କେନ୍ଦୁଝର ସାଂସଦ ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ତେଲକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାଏକ ଏବଂ କେନ୍ଦୁଝର ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମମିତା ନାଏକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବିଶାଳ ଜନସମାବେଶ ଉପସ୍ଥିତ ଥିଲେ।

Previous Post

ଦୀପାବଳି, ମୁହୂର୍ତ୍ତ ସେୟାର ଟ୍ରେଡିଂ ଓ ନୂଆ ନିବେଶର ସଂକଳ୍ପ!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA