Friday, April 24, 2026 02:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫

by Our Correspondent
28 Jan, 2025- 09:00 PM
in Latest News, News
1 min read
0
୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ ଆଲୋଚନା କରିଛନ୍ତି l ଏହି ଆଲୋଚନାରେ ଇସ୍ପାତ, ଗ୍ରୀନ ଏନର୍ଜି, ଗ୍ରୀନ ଅମୋନିଆ, ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, କେମିକାଲ୍ସ, ସେମିକଣ୍ଡକ୍ଟର, ଆଇଟି, ସିମେଣ୍ଟ ଭଳି କ୍ଷେତ୍ରର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଷ୍ଠିତ କମ୍ପାନୀର ସିଇଓମାନେ ଅଂଶଗ୍ରହଣ କରିଥିଲେ l

ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବର୍ତ୍ତମାନ ପ୍ରକୃଷ୍ଟ ଅବସର l ଆଜିର ସମୟରେ ଓଡ଼ିଶାର ଜିଡ଼ିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି l ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଥିଲେ l ଓଡ଼ିଶା ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି l ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ l ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି l

ସେ ପୁଣି କହିଥିଲେ, ଓଡ଼ିଶାର ପ୍ରତି ଜିଲ୍ଲାରେ ଆମେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛୁ l ଏଥିପାଇଁ ଆମେ ଭିତ୍ତିଭୂମି ବିକାଶ କରୁଛୁ l ରାଜ୍ୟରେ ରେଳପଥ,ସଡ଼କପଥ ଓ ପୋର୍ଟ ସେକ୍ଟରର ବିକାଶ କରାଯାଉଛି l ଯଦ୍ଵାରା କି ଆଜି ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ମଧ୍ୟ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ହେବାକୁ ଯାଉଛି l ଏହା ସମ୍ପୃକ୍ତ ଅଞ୍ଚଳଗୁଡିକର ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ l

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆମ ସରକାର ମାତ୍ର ସାତ ମାସର ସରକାର l କିନ୍ତୁ ଏହି ସାତ ମାସ ମଧ୍ୟରେ ଆମେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଛୁ l ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି l ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର l ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ ବୋଲି ମୋଦିଜୀ କହିଛନ୍ତି l ଆପଣ ମାନଙ୍କ ସହଯୋଗରେ ମୋଦିଜୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ ବୋଲି ସେ କହିଥିଲେ l

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ଵାଗତ ଅଭିଭାଷଣ ରଖି ଅଂଶଗ୍ରହଣକାରୀ ସମସ୍ତ କମ୍ପାନୀ ଗୁଡିକୁ ଓଡ଼ିଶାକୁ ସ୍ଵାଗତ କରି ଉଦ୍ୟୋଗ ସ୍ଥାପନ ନିମନ୍ତେ ସମସ୍ତ ସୁବିଧା ସୁଯୋଗ ସରକାରଙ୍କ ତରଫରୁ ଯୋଗାଇ ଦିଆଯିବ ବୋଲି କହିଥିଲେ l

ସିଆଇଆଇର ମହାନିର୍ଦ୍ଦେଶକ ଚନ୍ଦ୍ରଜିତ ବାନାର୍ଜୀ ଅଧିବେଶନକୁ ସଂଚାଳନ କରିଥିବାବେଳେ, ପିଡବ୍ଲୁସି (pwc)ର ଅଧ୍ୟକ୍ଷ ସଂଜୀବ କ୍ରିଷନ, କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ l ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।ଶେଷରେ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ କୁମାର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ l

Previous Post

ପ୍ରଥମ ଦିନରେ ସାଢ଼େ ୪ ଲକ୍ଷ କୋଟିର ପୁଞ୍ଜି ପ୍ରସ୍ତାବ

Next Post

ନବୀନଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତିମାନେ ଓଡିଶା ମୁହାଁ: ଦେବୀ ମିଶ୍ର

Next Post
ନବୀନଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତିମାନେ ଓଡିଶା ମୁହାଁ: ଦେବୀ ମିଶ୍ର

ନବୀନଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତିମାନେ ଓଡିଶା ମୁହାଁ: ଦେବୀ ମିଶ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA