ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆସନ୍ତାକାଲିଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ । ସେଦିନ ଅପରାହ୍ନରେ ଚଣ୍ଡିଗଡ଼ଠାରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ ।
ଚଣ୍ଡିଗଡ଼ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତ କରିବେ । ୧୮ ତାରିଖ ଦିନ ଇଣ୍ଡିଆନ୍ କେମିକାଲ୍ସ ଆଣ୍ଡ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗଦେବେ । ୧୮ ତାରିଖ ଅପରାହ୍ନ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ ଓବେରୟଠାରେ ଆଗାମୀ ମେକ୍ ଇନ ଓଡିଶା ପାଇଁ ନିବେଶକ ସମ୍ମିଳନୀରେ ଯୋଗଦେବେ । ୧୯ ତାରିଖ ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।