ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସହଧର୍ମିଣୀ ଡା. ପ୍ରିୟଙ୍କା ମାରାଣ୍ଡି ମଧ୍ୟ ଉପସ୍ଥିତ ଥିଲେ ।
ପୂଜା ମଣ୍ଡପ ବୁଲିବା ପାଇଁ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ସକାଳେ ପୂଜା ମଣ୍ଡପ ଗୁଡ଼ିକ ପାଇଁ ଧାର୍ଯ୍ୟ ହୋଇଥିବା ସରକାରୀ ଦେୟ ଛାଡ଼ ଘୋଷଣା କରିଥିଲେ ।







