ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି । ଦିନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ବାତ୍ୟା କ୍ଷତିଗ୍ରସ୍ତ ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲା ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ । ସଂଧ୍ୟା ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ବାତ୍ୟା କ୍ଷୟକ୍ଷତି ଓ ବନ୍ୟା ପରିସ୍ଥିତି ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଡାକିଛନ୍ତି । କ୍ଷତିଗ୍ରସ୍ତଙ୍କ ପାଇଁ ପ୍ୟାକେଜ୍ ଘୋଷଣା ହେବାର ସମ୍ଭାବନା ରହିଛି ।








