Saturday, April 18, 2026 06:42 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସତର୍କ ନହେଲେ ଘୋର ବିପଦ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା

by Our Correspondent
23 Mar, 2021- 09:29 PM
in Latest News, News
1 min read
0
ସତର୍କ ନହେଲେ ଘୋର ବିପଦ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପରିସ୍ଥିତିର ଗମ୍ଭୀରତା ଅନୁଭବ କର । ବ୍ୟାପକ ସଚେତନତା ସୃଷ୍ଟି କର । କୋଭିଡ୍ ଗାଇଡଲାଇନ୍ ଅନୁପାଳନକୁ କଠୋର କର । ଟେଷ୍ଟିଂ, ସର୍ଭେଲାନ୍ସ ବଢ଼ାଅ । କରୋନା ସ୍ଥିତିର ସମୀକ୍ଷା କରି ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେତେକ ରାଜ୍ୟରେ ପରିସ୍ଥିତି ଦ୍ରୁତ ଗତିରେ ବିଗିଡ଼ିବାରେ ଲାଗିଛି । ଏବେଠାରୁ ପଦକ୍ଷେପ ନ ନେଲେ, ଆମ ରାଜ୍ୟ ମଧ୍ୟ ଘୋର ବିପଦର ସମ୍ମୁଖୀନ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।

ପରିସ୍ଥିତି ଉପରେ ସତର୍କ ନଜର ରଖିବା ସହ ନିୟମିତ ସମୀକ୍ଷା କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସମ୍ଭାବନା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଆଜି ଭିଡ଼ିଓ କନଫରେନ୍ସିଂରେ ଜିଲ୍ଲାପାଳ ଓ ଏସପିମାନଙ୍କ ସହ କଥା ହୋଇଥିଲେ । ଦ୍ୱିତୀୟ ସଂକ୍ରମଣକୁ ରୋକିବା ଲାଗି କୋଭିଡ୍ ଗାଇଡଲାଇନ ଅନୁପାଳନକୁ କଡ଼ାକଡ଼ି କରିବା ନିହାତି ଆବଶ୍ୟକ । ଜିଲ୍ଲାପାଳ ଓ ଏସପିମାନେ ବ୍ୟକ୍ତିଗତ ଭାବେ ଏହାର ତଦାରଖ କରନ୍ତୁ । ମାସ୍କ ବ୍ୟବହାର ଓ ହାତଧୁଆ ଉପରେ ବ୍ୟାପକ ଜନସଚେତନତା ସୃଷ୍ଟି କରନ୍ତୁ । ନିଜ ନିଜ ଅଞ୍ଚଳର ସ୍ଥାନୀୟ ନେତୃବୃନ୍ଦ, ପଞ୍ଚାୟତ ପ୍ରତିନିଧି ଓ ଧାର୍ମିକ ସଂସ୍ଥା ଆଦି ବିଭିନ୍ନ ଆବଶ୍ୟକ ବ୍ୟକ୍ତି ଓ ସଂସ୍ଥାମାନଙ୍କ ସହିତ ସଚେତନତା ଓ ସମନ୍ୱୟ ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଜିଲ୍ଲାପାଳମାନେ ନିଜ ନିଜ ଅଞ୍ଚଳରେ ସର୍ଭେଲାନ୍ସ ଓ ଟେଷ୍ଟିଂ କାର୍ଯ୍ୟକ୍ରମକୁ କଡ଼ାକଡ଼ି ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସମଗ୍ର ପ୍ରଶାସନିକ କଳକୁ ପରିସ୍ଥିତିର ଗମ୍ଭୀରତା ଅନୁଭବ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କୋଭିଡ ଯୁଦ୍ଧରେ ପୁଣିଥରେ ସମସ୍ତେ ନିଜ ନିଜକୁ ନିଷ୍ଠାର ସହ ସାମିଲ କରିବା ପାଇଁ ନିବେଦନ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ଅନେକ ଦେଶରେ କୋଭିଡ୍ ର ଦ୍ୱତୀୟ ଲହର ପ୍ରଥମ ଲହରଠାରୁ ଅଧିକ ଭୟଙ୍କର ହେଉଛି । ଏସବୁ ଦେଶ ପୁଣି ଲକଡାଉନ୍ କୁ ଫେରୁଛନ୍ତି । ଆମ ପକ୍ଷରେ ପୁଣି ଥରେ ଲକଡାଉନ୍ କୁ ଫେରିବା ବହୁତ କ୍ଷତିକାରକ ହେବ । ଆମେ ସମସ୍ତେ ଆତ୍ମ ସଂଯମତା ପାଳନ କରି କୋଭିଡ ଗାଇଡଲାଇନ୍ ର ଅନୁପାଳନକୁ ସୁନିଶ୍ଚିତ କଲେ ଯାଇ ବିପଦରୁ ରକ୍ଷା ମିଳିବ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଡିଜିପି ଶ୍ରୀ ଅଭୟ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, କୃଷି ଉତ୍ପାଦନ କମିଶନର ଆର.କେ.ଶର୍ମା, କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ, ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ବୈଠକ ପରିଚାଳନା କରିଥିଲେ ।

୪ଟି ଜିଲ୍ଲାରେ ୪୦% ପଜିଟିଭ୍

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର ବର୍ତ୍ତମାନର ସ୍ଥିତି ସଂପର୍କରେ ବିସ୍ତୃତ ଉପସ୍ଥାପନା ଦେଇଥିଲେ। ଗତ କିଛି ଦିନ ହେଲା କୋଭିଡ ପଜିଟିଭ କେସ୍‌ରେ ସାମାନ୍ୟ ବୃଦ୍ଧି ଆସିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ରାଜ୍ୟର ସୁନ୍ଦରଗଡ, ମୟୁରଭଞ୍ଜ, କଟକ ଓ ଖୋର୍ଦ୍ଧା – ଏହି ୪ ଗୋଟି ଜିଲ୍ଲାରେ ରାଜ୍ୟରେ ବାହାରୁଥିବା ପଜିଟିଭ ସଂଖ୍ୟାର ୪୦ ପ୍ରତିଶତ ଥିବାବେଳେ ନୟାଗଡ ଓ ମାଲକାନଗିରିରେ କେହି ଜଣେ ବି ପଜିଟିଭ ନାହାନ୍ତି ବୋଲି ସେ କହିଥିଲେ। ବର୍ତ୍ତମାନ ରାଜ୍ୟରେ ୮୯୮ ଜଣ ସକ୍ରିୟ ରୋଗୀ ଥିବାବେଳେ, ୧୦୬ ଜଣ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ରାଜ୍ୟର କୋଭିଡ ଭିତ୍ତିଭୂମି ସଂପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି କହିଥିଲେ।

RT-PCR ଟେଷ୍ଟ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ଓ ରେଡ୍‌ ଫ୍ଲାଗ୍‌ ରାଜ୍ୟ ଗୁଡିକରୁ ଆସୁଥିବା ଲୋକମାନଙ୍କୁ କଡାକଡି ଯାଂଚ କରାଯାଉଛି। ଟୀକାକରଣ ସଂପର୍କରେ ସେ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮.୮୧ ଲକ୍ଷ ଲୋକଙ୍କୁ ଟୀକା ଦିଆଯାଇସାରିଛି । ଅଧିକ ୨୫ ଲକ୍ଷ ଡୋଜ୍‌ ଟୀକା ପଠାଇବା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯାଇଛି । ରାଜ୍ୟରେ ଟୀକା ନଷ୍ଟ ପରିମାଣ ୦.୨୪ ପ୍ରତିଶତ ରହିଛି, ଯାହାକି ସମଗ୍ର ଦେଶରେ ସବୁଠାରୁ କମ୍‌ ।

କଡ଼ା ହେଲା କଟକଣା

ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ପୋଷଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ କୋଭିଡ୍ ଗାଇଡଲାଇନ ଅନୁପାଳନକୁ କଡ଼ାକଡ଼ି କରାଯାଇଛି । ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ନୂଆ କଟକଣା ନିର୍ଦ୍ଦେଶନାମା ପ୍ରକାଶ ପାଇଛି । ବାହାଘର, ଶୁଦ୍ଧିକ୍ରିୟାରେ ପୂର୍ବରୁ ୫୦୦ ଲୋକଙ୍କୁ ଅନୁମତି ଥିଲା । ମାତ୍ର ଏବେ ବାହାଘର ଉତ୍ସବରେ ୨୦୦ ଲୋକଙ୍କୁ ଅନୁମତି ମିଳିବ । ଦାହ, ଅନ୍ତେଷ୍ଟିକ୍ରିୟା ଉତ୍ସବରେ ୫୦ ଲୋକ ଯୋଗ ଦେଇପାରିବେ ।

Previous Post

ମେଡିକାଲ, ଇଞ୍ଜିନିୟରିଂରେ ସରକାରୀ ସ୍କୁଲ ପିଲାଙ୍କ ପାଇଁ ୧୫% ସିଟ୍

Next Post

କରୋନା ଡିଆଁ: ଦିନକରେ ରାଜ୍ୟରୁ ୨୧୪, ଦେଶରୁ ୫୩ ହଜାର ଆକ୍ରାନ୍ତ

Next Post
କରୋନା ଡିଆଁ: ଦିନକରେ ରାଜ୍ୟରୁ ୨୧୪, ଦେଶରୁ ୫୩ ହଜାର ଆକ୍ରାନ୍ତ

କରୋନା ଡିଆଁ: ଦିନକରେ ରାଜ୍ୟରୁ ୨୧୪, ଦେଶରୁ ୫୩ ହଜାର ଆକ୍ରାନ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA