Friday, April 17, 2026 09:16 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଓଡ଼ିଆ ବିଶ୍ୱବିଦ୍ୟାଳୟ ସ୍ଥାୟୀ କ୍ୟାମ୍ପସ୍ ଲୋକାର୍ପିତ

ଓଡ଼ିଆ ଭାଷାରେ ଭଲ ସାହିତ୍ୟ ସୃଷ୍ଟି ପାଇଁ ଓଡ଼ିଆ ବିଶ୍ୱବିଦ୍ୟାଳୟ ଉଦ୍ୟମ କରୁ: ମୁଖ୍ୟମନ୍ତ୍ରୀ

by Our Correspondent
24 Jan, 2024- 03:07 PM
in Latest News, News
1 min read
0
ଓଡ଼ିଆ ବିଶ୍ୱବିଦ୍ୟାଳୟ ସ୍ଥାୟୀ କ୍ୟାମ୍ପସ୍ ଲୋକାର୍ପିତ

ଭୁବନେଶ୍ୱର: ଲୋକାର୍ପିତ ହୋଇଛି ଓଡ଼ିଆ ଅସ୍ମିତାର ସୌଧ । ସତ୍ୟବାଦୀ ପଞ୍ଚଶଖା ମାଟିରେ ନବନିର୍ମିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ୍ କୁ ଆଜି ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଶେଷ ହେବା ମାତ୍ରେ ଏହି କ୍ୟାମ୍ପସ୍ ରେ ପାଠପଢ଼ା ହେବ । ଛାତ୍ରଛାତ୍ରୀମାନେ ସେମାନଙ୍କର ନିଜସ୍ୱ କ୍ୟାମ୍ପସ୍ ପ୍ରବେଶ କରିବେ ।

 

୨୦୧୮ ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ବିଶ୍ଵବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିଥିଲେ। ଆଜି ଏହାର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟିତ ହୋଇଛି। ୯.୬୦ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି ବିଶ୍ଵ ବିଦ୍ୟାଳୟକୁ ଅତ୍ୟାଧୁନିକ ସ୍ଥାପତ୍ୟ ଶୈଳୀ ଓ ଟେକ୍ନୋଲୋଜିରେ ନିର୍ମାଣ କରାଯାଇଛି। ପ୍ରଶାସନିକ ବିଲ୍ଡିଂ ରେ ସ୍ଥାପିତ ଓଡ଼ିଆ ବର୍ଣ୍ଣମାଳା ଅତୀବ ମନୋରମ ପରିଦୃଶ୍ୟ ହେଉଛି। ଖଣ୍ଡୋଲାଇଟ୍ ପଥରରେ ସ୍ଥାପତ୍ୟ କାରୁ କାର୍ଯ୍ୟ ହୋଇଛି । ଏଥିରେ ସ୍କୁଲ ଅଫ ଲର୍ଣିଂ, ଗ୍ରନ୍ଥାଗାର, ହଷ୍ଟେଲ, ରାଧାକୁଣ୍ଡ ପୁଷ୍କରିଣୀ, କାଫେଟେରିଆ, ଫାଉଣ୍ଟେନ୍ ଇତ୍ୟାଦି ରହିଛି। ଏ ସବୁ ନିର୍ମାଣ ଅତ୍ୟନ୍ତ ଚିତ୍ତାକର୍ଷକ ହୋଇଛି। ଏହା ସହିତ ମୁକ୍ତ ପରିବେଶରେ ପାଠ ପଢ଼ାର ବ୍ୟବସ୍ଥା ମଧ୍ୟ ଅଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ। ନିକଟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟିତ ହୋଇଛି। ଆଜି ଓଡ଼ିଆ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ୍‌ ଉଦ୍‌ଘାଟିତ ହେଲା। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି ଏବଂ ଫେବୃଆରୀ ୩ ତାରିଖରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ହେବ। ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କ ପାଇଁ, ସମଗ୍ର ଓଡ଼ିଆ ଜାତି ପାଇଁ ଏହା ଏକ ଗୌରବର ସମୟ, ଅସ୍ମିତାର ସମୟ।

ଏହି ଅବସରରେ ବିଶ୍ୱ ବିଦ୍ୟାଳୟ କୁଳପତି, ପ୍ରାଧ୍ୟାପକ, ଓ ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆମ ସଂସ୍କୃତି, ଆମ ଜୀବନଧାରା, ଆମ ପରମ୍ପରାକୁ ଭିତ୍ତି କରି ଭଲ ଭଲ ସାହିତ୍ୟ ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଦରକାର। ଏ ଦିଗରେ ଓଡିଆ ବିଶ୍ୱବିଦ୍ୟାଳୟ ନେତୃତ୍ୱ ନେବ ବୋଲି ସେ ଆଶା ପ୍ରକାଶ କରିଥିଲେ।

ସତ୍ୟବାଦୀକୁ ଓଡିଆ ନବଜାଗରଣର ପୀଠ ଭାବେ ବର୍ଣ୍ଣନା କରି ସେ କହିଲେ ଯେ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ କର୍ମଭୂମୀ ହେଉଛି ସତ୍ୟବାଦୀ। ଏହି ଅବସରରେ ସେ ଆଦି କବି ସାରଳା ଦାସଙ୍କୁ ପ୍ରଣାମ ଜଣାଇବା ସହ ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ବରପୁତ୍ର ମାନଙ୍କୁ ସେ ତାଙ୍କର ସମ୍ମାନ ଜଣାଇ ଥିଲେ । ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଥିବା ମହାରଥୀ ମାନଙ୍କ ପ୍ରତି ମଧ୍ୟ ତାଙ୍କର ସମ୍ମାନ ଜଣାଇ ଥିଲେ।

ଭାଷା ଗୋଟେ ଜାତିର ଅସ୍ମିତାର ପରିଚୟ। ଗୋଟେ ଜାତିର ମୁକୁଟ ହେଉଛି ତା’ର ଭାଷା। ଭାଷାର ବ୍ୟବହାର ବଢିଲେ ଏହା ସମୃଦ୍ଧ ହୋଇଥାଏ ଏବଂ ଜାତିର ଗୌରବ ବୃଦ୍ଧି କରିଥାଏ। ଓଡିଶା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡିଆ ଭାଷା ଏକ ପ୍ରାଚୀନ ଭାଷା। ଏହା ଶାସ୍ତ୍ରୀୟ ମାନ୍ୟତା ଲାଭ କରିଛି। ଓଡିଆ ଭାଷାରେ ଅନେକ ସମୃଦ୍ଧ ସାହିତ୍ୟ ସୃଷ୍ଟି ହୋଇଛି। ଆମ ସାହିତ୍ୟର ସାରା ବିଶ୍ୱରେ ପ୍ରଚାର ପ୍ରସାର ପାଇଁ ଉଦ୍ୟମ କରାଯିବା ଦରକାର। ଆମ ଭାଷା ପ୍ରତି ଯୁବପିଢିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ଦରକାର। ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଦରକାର। ଏହା ସହିତ ଓଡିଆ ଭାଷା ଉପରେ ଅଧିକ ଗବେଷଣା କରାଯିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଓଡିଆ ଭାଷା ଓ ଅସ୍ମିତାର ସୁରକ୍ଷା ପାଇଁ ଓଡିଆ ବିଶ୍ୱବିଦ୍ୟାଳୟ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଏକ ବଡ ଅବଦାନ । ଓଡିଆ ବିଶ୍ୱବିଦ୍ୟାଳୟ ଯୋଗୁ ଓଡିଆ ଭାଷା ଓ ସାହିତ୍ୟକୁ ଭଲ ପାଉଥିବା ଦେଶ ବିଦେଶରେ ରହୁଥିବା ଓଡିଆ ମାନେ ଖୁବ ଉତ୍ସାହିତ ବୋଲି ସେ କହିଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, କୁଳପତି ପ୍ରଫେସର ସବିତା ପ୍ରଧାନ ପ୍ରମୁଖ ସେମାନଙ୍କ ଅଭିଭାଷଣ ଦେଇଥିଲେ। ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କୁଳସଚିବ ରଶ୍ମୀରେଖା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

୪୧ ମାସରେ ୪ଲକ୍ଷ ୟୁନିଟ୍ ରକ୍ତ ସଂଗ୍ରହ

Next Post

ସଞ୍ଜୀବ ପଣ୍ଡା ନୂଆ ପୁଲିସ କମିସନର, ସୌମେନ୍ଦ୍ର ଗୁଇନ୍ଦା ନିର୍ଦ୍ଦେଶକ

Next Post
ସଞ୍ଜୀବ ପଣ୍ଡା ନୂଆ ପୁଲିସ କମିସନର, ସୌମେନ୍ଦ୍ର ଗୁଇନ୍ଦା ନିର୍ଦ୍ଦେଶକ

ସଞ୍ଜୀବ ପଣ୍ଡା ନୂଆ ପୁଲିସ କମିସନର, ସୌମେନ୍ଦ୍ର ଗୁଇନ୍ଦା ନିର୍ଦ୍ଦେଶକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA