Tuesday, June 23, 2026 08:12 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପାରାଦ୍ୱୀପରେ ବିଶ୍ୱର ଅନ୍ୟତମ ବୃହତ୍ତମ ଷ୍ଟିଲ୍ କାରଖାନା

୧୩.୨ ମିଲିଅନ୍ ଟନ୍ କ୍ଷମତାର ପ୍ଲାଣ୍ଟ୍ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

by Our Correspondent
16 Feb, 2024- 05:13 PM
in Latest News, News
1 min read
0
ପାରାଦ୍ୱୀପରେ ବିଶ୍ୱର ଅନ୍ୟତମ ବୃହତ୍ତମ ଷ୍ଟିଲ୍ କାରଖାନା

ଓଡିଶାରେ ୯୦ ହଜାର କୋଟିର ଟଙ୍କାର ପୁଞ୍ଜି ନିବେଶ, ୫ ହଜାର ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ପାରାଦ୍ୱୀପର ଢ଼ିଙ୍କିଆରେ ପ୍ରତିଷ୍ଠା ହେବ ବିଶ୍ୱର ଅନ୍ୟତମ ବୃହତ୍ତ ଷ୍ଟିଲ୍ କାରଖାନା । ଜେଏସଡବ୍ଲୁ ଉକ୍ରଳ ଷ୍ଟିଲ୍ କମ୍ପାନୀ ଦ୍ୱାରା ହେବାକୁ ଥିବା ଏହି କାରଖାନାରୁ ୧୩.୨ ମିଲିଅନ୍ ଟନ୍ (MPTA )ଷ୍ଟିଲ୍ ଉତ୍ପାଦନ ହେବ । ଏଥିରେ ୬୫ ହଜାର କୋଟି ଟଙ୍କା ପୁଞ୍ଜି ବିନିଯୋଗ ହେବ । ଏହି ଇଣ୍ଟିଗ୍ରେଟେଡ ଷ୍ଟିଲ୍ କାରଖାନାରେ ପ୍ରାୟ ୩୦ ହଜାର ଯୁବବର୍ଗଙ୍କୁ କର୍ମନିଯୁକ୍ତି ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢ଼ିଙ୍କିଆ ଯାଇ ଏହି କାରଖାନାର ଶିଳାନ୍ୟାସ କରିଛନ୍ତି ।

ଏଥି ସହିତ ReNew E-Fuels Private Ltd.ର ୨୨ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ୧.୨୦ MPTA ଗ୍ରୀନ ଆମୋନିଆ କାରଖାନା, Silox India Private Limited ର ୫୦୦ କୋଟି ଟଙ୍କା ପୁଞ୍ଜି ନିବେଶରେ ୨୫ ହଜାର MPTA ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ମାଧ୍ୟମରେ ପ୍ରାୟ ୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ । ୬୦ ମସିହାର ପ୍ରାରମ୍ଭରେ ବିଜୁ ବାବୁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇ ପାରାଦୀପ ବନ୍ଦର ସ୍ଥାପନ କରିଥିଲେ। ଓଡିଶା ବିକାଶରେ ଏହା ମାଇଲଷ୍ଟୋନ ଥିଲା। ଆଜି ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ ହୋଇ ପାରିଛି। ଏକ ବନ୍ଦର ନଗରୀ ଭାବେ ପାରାଦୀପର ସୁନାମ ମଧ୍ୟ ବୃଦ୍ଧି ପାଇଛି। ଖୁସିର କଥା ଆଜି ଏଠାରେ JSW ର ମେଗା ଇସ୍ପାତ କାରଖାନା ପାଇଁ ଭିତ୍ତି ଦିଆଗଲା। ଏଥି ସହିତ ଗ୍ରୀନ ଆମୋନିଆ କାରଖାନା ଓ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏ ସବୁ ଶିଳ୍ପାନୁଷ୍ଠାନ ଓଡିଶା ପାଇଁ ପ୍ରାୟ ୯୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଣିଛି। ତା ସହିତ ଏ ସବୁ ପ୍ରକଳ୍ପ ମାଧ୍ୟମରେ ୩୫ ହଜାର ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ଏ ସବୁ ପୁଞ୍ଜି ନିବେଶ କରୁଥିବା ଶିଳ୍ପପତିମାନଙ୍କୁ ଏଥି ପାଇଁ ଧନ୍ୟବାଦ ଦେଇଥିଲେ।

ଓଡିଶାରେ ଶିଳ୍ପ ଅଭିବୃଦ୍ଧି ପାଇଁ ଜିନ୍ଦଲ ଗ୍ରୁପର ସହଯୋଗ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧନ୍ୟବାଦ ଦେଇ କହିଥିଲେ ଯେ ଓଡିଶାକୁ ଦେଶର ଏକ ପ୍ରମୁଖ ଶିଳ୍ପାଞ୍ଚଳରେ ପରିଣତ କରିବା ପାଇଁ ଆମର ଯାତ୍ରାରେ ଜିନ୍ଦଲ ଗ୍ରୁପର ମହତ୍ୱପୂର୍ଣ୍ଣ ସହଭାଗିତା ରହିଛି।

ଏଥି ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଆଜି ଓଡିଶାର ପରିଚୟ ହୋଇଛି। ଶିଳ୍ପ, ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ସବୁ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। 5T ଉପକ୍ରମରେ ଓଡିଶାର ବିକାଶ ଧାରା ଆହୁରି ଉଜ୍ଜ୍ୱଳ ହୋଇଛି। ସାଧାରଣ ଲୋକ, ଚାଷୀ, ମା’ମାନେ, ଯୁବକ ମାନେ ଆମ ବିକାଶର ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନ ପାଇଁ ଆମ କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି।

ପାରାଦୀପର ଶିଳ୍ପ ବିକାଶ ପାଇଁ ପାରାଦୀପ ଓ ଜଗତସିଂହପୁର ଜିଲ୍ଲାର ଲୋକମାନଙ୍କ ସହଯୋଗ ପାଇଁ ସେମାନଙ୍କୁ ଧନ୍ୟବାଦ ଦେଇ ଏହି ଶିଳ୍ପାନୁଷ୍ଠାନ ଦ୍ୱାରା ଅଞ୍ଚଳର ସବୁ ପରିବାର ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଯୋଗ ଦେଇ ଏହି ସବୁ ପ୍ରକଳ୍ପ ସମଗ୍ର ଜଗତସିଂହପୁର ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଜିଲ୍ଲାକୁ ସମୃଦ୍ଧ କରିବ ଏବଂ ରାଜ୍ୟ ଯୁବଗୋଷ୍ଠୀ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ଆଣିବ ବୋଲି କହିବା ସହିତ ପାରାଦୀପ ତଥା ସମଗ୍ର ଓଡିଶାର ରୂପାନ୍ତର ପାଇଁ ସାରା ଭାରତ ବର୍ଷର ବିକାଶ ପୁରୁଷ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସବୁଦିନ ମନେ ରଖିବ ସମଗ୍ର ଦେଶ ବୋଲି କହିଥିଲେ।

ଅନ୍ୟତମ ଅତିଥି ଭାବେ JSW ର ମୁଖ୍ୟ ସଜ୍ଜନ ଜିନ୍ଦଲ ତାଙ୍କ ଉଦ୍‌ବୋଧନରେ କହିଥିଲେ ଯେ ବହୁ ବର୍ଷ ପୂର୍ବେ ରାଷ୍ଟ୍ର ନାୟକ ବିଜୁ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଯୋଜନା କରିଥିଲେ। ପ୍ରକୃତରେ ଏହା ଥିଲା ବିଜୁବାବୁଙ୍କ ସ୍ୱପ୍ନ। ଆଜି ତାଙ୍କ ସୁପୁତ୍ରଙ୍କ ଦ୍ୱାରା ଏହି ସ୍ୱପ୍ନ ସାକାର ହୋଇଥିବା ଦେଖି ସେ ଖୁସି ଅନୁଭବ କରୁଥିବେ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାରେ ଆଜି ପ୍ରକୃତ ବିକାଶ ଘଟିଛି ଏବଂ ଓଡିଶାରେ ଶିଳ୍ପାୟନ ପ୍ରକ୍ରିୟା ଦ୍ରୁତ ହୋଇଛି ବୋଲି କହି JSW ପାଇଁ ଓଡିଶା ହେଉଛି ପ୍ରମୁଖ ନିବେଶ ସ୍ଥଳୀ। ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଆମେ ସବୁଦିନ ସହଯୋଗ କରିବୁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କୁ ଏହି ଅବସରରେ ଜିନ୍ଦଲ ପରିବାର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ସେ ଏହି ପ୍ରକଳ୍ପ ର ତ୍ଵରିତ କାର୍ଯ୍ୟକାରିତା ପାଇଁ ପ୍ରତି ୧୫ ଦିନରେ ଥରେ ସମୀକ୍ଷା କରୁଥିଲେ।

ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ଉଦ୍‌ଘାଟିତ

Next Post

ବିଜେଡିରେ ମିଶିଲେ ଅଂଶୁମାନ ମହାନ୍ତି

Next Post
ବିଜେଡିରେ ମିଶିଲେ ଅଂଶୁମାନ ମହାନ୍ତି

ବିଜେଡିରେ ମିଶିଲେ ଅଂଶୁମାନ ମହାନ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA