Sunday, April 26, 2026 08:43 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଶ୍ରୀକ୍ଷେତ୍ରରେ ଯୋଡିହେଲା ଐତିହାସିକ ଅଧ୍ୟାୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ

by Our Correspondent
24 Nov, 2021- 01:52 PM
in Latest News, News
1 min read
0
ଶ୍ରୀକ୍ଷେତ୍ରରେ ଯୋଡିହେଲା ଐତିହାସିକ ଅଧ୍ୟାୟ

ଓଡ଼ିଶା ପାଇଁ ଆଜି ଐତିହାସିକ ଦିନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ପୁରୀ: ଓଡ଼ିଶା ତଥା ଜଗନ୍ନାଥପ୍ରେମୀଙ୍କ ପାଇଁ ସ୍ମରଣୀୟ ମୁହୁର୍ତ୍ତ । ଶ୍ରୀକ୍ଷେତ୍ର ଇତିହାସରେ ଯୋଡିହେଲା ଐତିହାସିକ ଅଧ୍ୟାୟ । ଓଡ଼ିଆଙ୍କ ଚଳନ୍ତି ଠାକୁର ମହାପ୍ରଭୁଙ୍କ ପାଇଁ ମହାଯୋଜନାର ସେହି ପ୍ରତୀକ୍ଷିତ ମୁହୁର୍ତ୍ତ ଆଜି ସମସ୍ତଙ୍କ ସାମନାରେ । ମହାପ୍ରଭୁଙ୍କ ପୀଠର ସ୍ୱତନ୍ତ୍ର ବିକାଶ ପାଇଁ ଘୋଷିତ ମହାଯୋଜନାର ଗୁରୁତ୍ୱପୂର୍ଣ୍ଣ ଅଂଶ ଭାବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିଳାନ୍ୟାସ ପ୍ରସ୍ତର ସ୍ଥାପନ ସହ ଏଥିପାଇଁ ଆୟୋଜିତ ତିନିଦିନିଆ ମହାଯଜ୍ଞର ପୂର୍ଣ୍ଣାହୂତି ସମ୍ପନ୍ନ ହୋଇଛି ।

ପୁରୀରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା କରିଥିଲେ । ପରେ ମହାଯଜ୍ଞ ପୂର୍ଣ୍ଣାହୁତି ଏବଂ ଶିଳାନ୍ୟାସ ପର୍ବରେ ଯୋଗଦେଇଥିଲେ । ଗଜପତି ମହାରାଜଙ୍କ ପୌରୋହିତ୍ୟରେ ପୂଜାର୍ଚ୍ଚନା ସମ୍ପନ୍ନ ହୋଇଥିଲା । ଏହାପରେ ବୈଦିକ ରୀତିନୀତି ଅନୁଯାୟୀ ଶିଳାନ୍ୟାସ ପର୍ବ ଅନୁଷ୍ଠିତ ହୋଇଥିଲା । ଆଜିର ଦିନକୁ ଓଡ଼ିଶା ପାଇଁ ଐତିହାସିକ ଦିନ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାପ୍ରଭୁଙ୍କ ପାଇଁ ଜମି ଦାନ କରିଥିବା ୧୦ ଜଣ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନକୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ ।

ସୂଚନାଯୋଗ୍ୟ ଯେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୮୩୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ପ୍ରକଳ୍ପର ମୁଖ୍ୟ କାର୍ଯ୍ୟ ମଧ୍ୟରେ ରହିଛି-

– ଶ୍ରୀମନ୍ଦିର ଚାରିପଟେ ସୁରକ୍ଷା କରିଡର ସହ ସବୁଜ ବଳୟ ସୃଷ୍ଟି ଏବଂ ସୌନ୍ଦର୍ଯ୍ୟକରଣ

– ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ଭକ୍ତଙ୍କ ପରିକ୍ରମା ନିମନ୍ତେ ଭିତରେ ଓ ବାହାରେ ଦୁଇଟି ଫୁଟପାଥ୍

– ଶ୍ରୀମନ୍ଦିର ଚାରିପଟେ ଥିବା ମଠ ଏବଂ ମନ୍ଦିର ଗୁଡ଼ିକର ପୁନର୍ବିନ୍ୟାସ

– ରଥଯାତ୍ରା ଏବଂ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବ୍ୟବହାର ପାଇଁ ସ୍ୱତନ୍ତ୍ର ପ୍ରଦକ୍ଷିଣ ପଥ

– ଭକ୍ତଙ୍କ ସାମଗ୍ରୀ ରଖିବା ନିମନ୍ତେ ଗୃହ

– ସମସ୍ତ ଦ୍ୱାରରେ ସୂଚନା ଓ ଦାନ କେନ୍ଦ୍ର, ତୀର୍ଥଯାତ୍ରୀଙ୍କ ପାଇଁ ଆରକ୍ଷୀ ସେବା କେନ୍ଦ୍ର, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର, ଶୌଚାଳୟ ଏବଂ ଏଟିଏମ୍ ସୁବିଧା

– ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟ କାର୍ଯ୍ୟାଳୟର ପୁନର୍ବିନ୍ୟାସ

-୬ ହଜାର ଭକ୍ତଙ୍କ ସୁବିଧା ନିମନ୍ତେ ଅଭ୍ୟର୍ଥନା ପ୍ରକୋଷ୍ଠ

– ପଶ୍ଚିମ ଓ ଦକ୍ଷିଣ ପାଶ୍ୱର୍ରେ ଭକ୍ତଙ୍କ ପାଇଁ ଆଶ୍ରୟସ୍ଥଳୀ

ପଞ୍ଚମ ପାଳି କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଡ୍ରିମ୍ ପ୍ରୋଜେକ୍ଟର ପରିକଳ୍ପନା ସହ ଆଗକୁ ବଢ଼ିଥିଲେ । ପୁରୀକୁ ବିଶ୍ୱ ଐତିହ୍ୟସ୍ଥଳୀରେ ପରିବର୍ତ୍ତନ କାର୍ଯ୍ୟକ୍ରମ କରୋନା ପାଇଁ ବିଳମ୍ବ ହୋଇଥିଲେ ମଧ୍ୟ ପ୍ରକଳ୍ପ କାର୍ଯ୍ୟ ଦୁଇବର୍ଷରେ ଶେଷ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ଅଛନ୍ତି ।

ଶିଳାନ୍ୟାସ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି.କେ.ପାଣ୍ଡିଆନ୍, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ୍ କୁମାର, ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ପ୍ରମୁଖ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ପାଇଁ ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ୩ ଅତିରିକ୍ତ ଏସପି, ୧୦ ଡିଏସପି, ୪୦ ଇନସପେକ୍ଟରଙ୍କ ସହ ୨୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଥିଲେ । ତେବେ କଡ଼ା ସୁରକ୍ଷା ବ୍ୟବସ୍ଥା ଭେଦ କରି ଦୁଇଜଣ ବିଜେପି ଯୁବ ମୋର୍ଚ୍ଚା କର୍ମୀ ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା ଦେଖାଇବାକୁ ଉଦ୍ୟମ କରିଥିଲେ । ପୁଲିସ ସେମାନଙ୍କୁ ରାସ୍ତାରୁ ଟେକିନେଇଥିଲା ।

Previous Post

ଭିଡ଼ିଓ ଜର୍ଣ୍ଣାଲିଷ୍ଟ ସୁବୋଧ ପାଣିଗ୍ରାହୀଙ୍କ ପରଲୋକ

Next Post

ମହଙ୍ଗା ପଡ଼ିପାରେ ପୁରୀ ଅଣ୍ଡାମାଡ଼

Next Post
ମହଙ୍ଗା ପଡ଼ିପାରେ ପୁରୀ ଅଣ୍ଡାମାଡ଼

ମହଙ୍ଗା ପଡ଼ିପାରେ ପୁରୀ ଅଣ୍ଡାମାଡ଼

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA