ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୩ରୁ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଆଜି ଉନ୍ମୋଚିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉନ୍ମୋଚନ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିବା ସହ ଏହା ବୁଦ୍ଧିଜୀବୀ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ଆଶା କରିଛନ୍ତି ।








