Saturday, February 21, 2026 03:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

by Our Correspondent
15 Aug, 2022- 12:17 PM
in Latest News, News
1 min read
0
ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଆଜି ସାରା ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ପବିତ୍ର ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି।

ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ ନେତୃତ୍ୱରେ ଆମେ ସ୍ୱାଧୀନତା ହାସଲ କରିଛୁ । ଏହି ଅବସରରେ ସେମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । କୋଭିଡ ମହାମାରୀ ସମୟରେ ମାନବ ଜାତିର ସେବାରେ ସହୀଦ ହୋଇ ଥିବା କୋଭିଡ ଯୋଦ୍ଧା ମାନଙ୍କୁ ମଧ୍ୟ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଆମର ସ୍ୱାଧୀନତା ଥିଲା କୋଟି କୋଟି ଭାରତୀୟ ମାନଙ୍କ ବିଜୟ। ସତ୍ୟ ଓ ଅହିଂସା ର ବିଜୟ. ଏହି ବିଜୟ ସାରା ବିଶ୍ୱକୁ ରାସ୍ତା ଦେଖାଇଛି।

ଗତ ୭୫ ବର୍ଷରେ ଦେଶ ଅନେକ ମାଇଲ ଷ୍ଟୋନ ହାସଲ କରିଛି। କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, Science & Technology, ଶିଳ୍ପ, ଗବେଷଣା ଆଦି ବିଭିନ୍ନ କ୍ଷେତ୍ରରେ ଭାରତ ଆଜି ଆଗୁଆ ଦେଶ ସହ ପ୍ରତିଯୋଗିତା କରିପାରୁଛି ।

ଆମ ଓଡିଶା ମଧ୍ୟ ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି। ୭୫ ବର୍ଷରେ ଓଡିଶା ଅନେକ ଲ୍ୟାଣ୍ଡମାର୍କ ହାସଲ କରି ଦେଶକୁ ରାସ୍ତା ଦେଖାଇଛି ।

ଓଡିଶାରେ ଆଜି ଟ୍ରାନସଫରମେସନର ନୂଆ ଯୁଗ ଆରମ୍ଭ ହୋଇଛି। ଓଡିଶାର ସଫଳତା ଅନ୍ୟ ମାନଙ୍କ ପାଇଁ ମାର୍ଗ ଦର୍ଶନ କରୁଛି । ଏକ ଖାଦ୍ୟ ନିଅଣ୍ଟ ରାଜ୍ୟରୁ ଏକ ଖାଦ୍ୟ ବଳକା ରାଜ୍ୟ ହେବା, ବିପର୍ଯ୍ୟୟ ପରିଚାଳନାରେ ବିଶ୍ୱ ପାଇଁ ଆଦର୍ଶ ସୃଷ୍ଟି କରିବା, ଷ୍ଟୋର୍ଟସ୍ ହବ୍ ଭାବରେ ପରିଚୟ ସୃଷ୍ଟି କରିବା ଓ ୭୦ ଲକ୍ଷ ମାଙ୍କୁ ସଶକ୍ତ କରିବା ଆଦି ଲ୍ୟାଣ୍ଡମାର୍କ ଆମ ଓଡିଶାର ଜୟଯାତ୍ରାର ପ୍ରତୀକ।

ଶିକ୍ଷା ଆମର ଫୋକସ୍. ଆମ ସ୍କୁଲ ଟ୍ରାନସଫରମେସନ ପ୍ରୋଗ୍ରାମ, ଗୁଣାତ୍ମକ ଶିକ୍ଷାର ଦୃଢ ପ୍ରତିଶ୍ରୁତି ବହନ କରୁଛି। ପିଲାମାନଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି। ଗାଁର ପ୍ରତିଭାସମ୍ପନ୍ନ ପିଲାମାନଙ୍କ ପାଇଁ ଆରମ୍ଭ ହୋଇଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ଆଜି ବେଶ୍‌ ଲୋକପ୍ରିୟ ହୋଇଛି । କୋଟିଆରୁ ଆରମ୍ଭ କରି ଭୁବନେଶ୍ୱରର iconic OAV ପର୍ଯ୍ୟନ୍ତ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଆଜି ଏକ ଲକ୍ଷ୍ ପିଲା ପାଠ ପଢୁଛନ୍ତି। ଆଜି ଏହି ଅବସରରେ ୫ ହଜାର ଝିଅ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟ ରେ ୫୦ଟି ହଷ୍ଟେଲର କରାଯାଇଛି।

ସ୍ୱାଧୀନତାର ୭୫ ବର୍ଷ ଅବସରରେ ଆମେ ରାଜ୍ୟର ୩୦ଟି ଜିଲ୍ଲାର ଗ୍ରାମାଞ୍ଚଳରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ର ୩୦୦୦ ସ୍ମାରକୀ ସ୍ଥାପନ କରୁଛୁ।

ଆମର ଯୁବ ବର୍ଗଙ୍କ ପାଇଁ କର୍ମ ନିଯୁକ୍ତି ଉପରେ ଆମେ ବିଶେଷ ଗୁରୁତ୍ୱ ଦେଇଛୁ । ସରକାରୀ କ୍ଷେତ୍ରରେ ଖାଲି ଥିବା ବିଭିନ୍ନ ପଦବୀ ଗୁଡିକ ପୂରଣ ପାଇଁ ନିୟମିତ ନିଯୁକ୍ତି ଜାରି ରହିଛି । ବିଭିନ୍ନ ବିଭାଗରେ ୭୦ ହଜାରରୁ ଅଧିକ ଏଣ୍ଟ୍ରି ଲେଭଲ୍ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଉଛି।

ଜନଜାତି ଭାଇଭଉଣୀ ମାନଙ୍କ ବିକାଶ ଓ ସେମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଓଡିଶା ବହୁତ ଭଲ କାମ କରିଛି। ଓଡ଼ିଶାର ଜନଜାତି ପିଲାମାନେ ଆଜି ବିଭିନ୍ନ କ୍ଷେତ୍ରରେ, ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି। ନିକଟରେ ରୋମ୍‌ରେ ଆମ ଓଡିଆ ପିଲା ଶେଷା କିଶାନଙ୍କୁ ଭେଟି ମୋତେ ବହୁତ ଖୁସି ଲାଗିଥିଲା ।

ଖାଦ୍ୟ ସୁରକ୍ଷା ପରେ nutrition security ଅମର ଫୋକସ. ମିଲେଟ ମିସନ ରାଜ୍ୟର ଉଣେଇଶ ଟି ଜିଲ୍ଲା କୁ ସମ୍ପ୍ରସାରିତ କରାଯାଇଛି ଏଥିପାଇଁ ଦୁଇ ହଜ଼ାର ଆଠଶହ କୋଟି ଟଙ୍କା ଖର୍ଚ୍ଚ ହେବ।

ଓଡିଶା ଜଗନ୍ନାଥଙ୍କ ପବିତ୍ର ଭୂମି। ଓଡିଆ ମାନେ ସବୁବେଳେ ଆଞ୍ଚଳିକ ମନୋଭାବରୁ ଉପରକୁ ଉଠି ନ୍ୟାସନାଲ୍ ସ୍ପିରିଟରେ କାମ କରନ୍ତି। ଭାରତୀୟ ଜାତୀୟ ହକିର ଉଭୟ ପୁରୁଷ ଓ ମହିଳା ଟିମ୍ କୁ ଓଡିଶା ପ୍ରାୟୋଜିତ କରିବା ଆମ nationalistic spiritର ଶ୍ରେଷ୍ଠ ଉଦାହରଣ।

ଆଉ ୨୫ ବର୍ଷ ପରେ ଆମେ ସ୍ବାଧୀନତାର centenary year ପାଳନ କରିବା । ସେଥିପାଇଁ ଆମକୁ ବର୍ତ୍ତମାନ ଠାରୁ ପ୍ରସ୍ତୁତ ହେବାକୁ ହେବ.। ମୋର ପୁରା ବିଶ୍ୱାସ ଏହି ସମୟ ମଧ୍ୟରେ ଦେଶର ବିକାଶରେ ଓଡିଶାର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିବ। ଆମେ ସମସ୍ତେ ଯଦି ଦିନର ଅଳ୍ପ କିଛି ସମୟ ଦେଶ ପାଇଁ ଦେଇପାରିବା ତେବେ ଆମେ ବହୁତ ବଡ଼ ପରିବର୍ତ୍ତନ ଆଣି ପାରିବା।

ଜୟ ହିନ୍ଦ

ଜୟ ହିନ୍ଦ

Previous Post

ଓଡ଼ିଶାର ୧୧ ଜଣଙ୍କୁ ପୁଲିସ ସେବା ମେଡାଲ

Next Post

ହୀରାକୁଦର ୪୦ ଗେଟ୍ ଆଜି ଖୋଲିବ

Next Post
ହୀରାକୁଦର ୪୦ ଗେଟ୍ ଆଜି ଖୋଲିବ

ହୀରାକୁଦର ୪୦ ଗେଟ୍ ଆଜି ଖୋଲିବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA