ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଭାବେ ଆସନ୍ତାକାଲି ଶପଥ ନେବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଶପଥ ଗ୍ରହଣର ଅବ୍ୟବହିତ ପୂର୍ବରୁ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଦଳୀୟ ସାଂସଦମାନେ ମଧ୍ୟ ତାଙ୍କୁ ଭେଟିଥିଲେ । ବିପୁଳ ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ବିଜେଡି ସାଂସଦମାନେ ଶ୍ରୀମତୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଆସନ୍ତାକାଲି ଶପଥ ଗ୍ରହଣ ଉତ୍ସବରେ ସାଂସଦମାନଙ୍କ ସହ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।