Saturday, July 4, 2026 03:15 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୬୯୦ କୋଟିର କୋଭିଡ୍ ସହାୟତା ଘୋଷଣା

କାଳିଆ ହିତାଧିକାରୀଙ୍କୁ ଅତିରିକ୍ତ ୧୦୦୦ ଟଙ୍କା

by Our Correspondent
17 Jun, 2021- 07:54 PM
in Latest News, News
1 min read
0
୧୬୯୦ କୋଟିର କୋଭିଡ୍ ସହାୟତା ଘୋଷଣା

ଭୁବନେଶ୍ୱର: ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ଅଧିକାରୀ, ନରେଗା ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ । ପ୍ୟାକେଜ୍ ରେ କାଳିଆ ଯୋଜନାର ହିତାଧିକାରୀଙ୍କ ପାଇଁ ସ୍ୱତନ୍ତ୍ର ସହାୟତା ରଖାଯାଇଛି । ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଛା ୧୦୦୦ ଟଙ୍କାର ସ୍ୱତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ପ୍ୟାକେଜ୍ ରେ ଆଉ କାହା ପାଇଁ କେତେ

–କୋଭିଡ ଲକଡାଉନ୍ ସମୟରେ ସହରାଞ୍ଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ କାର୍ଯ୍ୟକାରୀ ହେଉଥିବା “ମୁକ୍ତା’ ଯୋଜନାରେ ୨୬୦ କୋଟି ଟଙ୍କାର କାମ ଦିଆଯିବ । ରାଜ୍ୟର ୧୧୪ ଟି ପୌରସଂସ୍ଥାମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ଏଥିରେ ରୋଜଗାର ଯୋଗାଇ ଦିଆଯିବ ।

–ନରେଗା ଯୋଜନାରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ । ଏପ୍ରିଲ ୨୧ ରୁ ଜୁନ୍ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ ।

– ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏଁ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଦିଆଯିବ । ଏଥିପାଇଁ ଖର୍ଚ୍ଚ ହେବ ୯୨.୮୬ କୋଟି ଟଙ୍କା ।

–ଓଡ଼ିଶାରେ ୧୩ ଟି ଆଦିମ ଜନଜାତିର ୬୬, ୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନ ଜୀବିକା ସହାୟତା ବାବଦରେ ପରିବାର ପିଛା ମିଳିବ ୫୦୦୦ ଟଙ୍କା । ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଟଙ୍କା ସିଧାସଳଖ ଜମା କରାଯିବ । ଏ ବାବଦରେ ଖର୍ଚ୍ଚ ହେବ ୩୩.୧୦ କୋଟି ଟଙ୍କା ।

–ତଫସିଲଭୁକ୍ତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଏପ୍ରିଲ୍ ୨୧ ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ପ୍ରି-ମାଟ୍ରିକ୍ ଛାତ୍ରବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏଥିରେ ସମୁଦାୟ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨୫୨.୩୫ କୋଟି ଖର୍ଚ୍ଚ ହେବ ।

–ପଂଜୀକୃତ ନିର୍ମାଣ ଶ୍ରମିକମାନଙ୍କୁ ୧୫୦୦ ଟଙ୍କା ଲେଖାଏଁ ସ୍ୱତନ୍ତ୍ର କୋଭିଡ୍ ସହାୟତା ଦିଆଯିବ । ଏ ବାବଦରେ ଖର୍ଚ୍ଚ ହେବ ୩୬୦ କୋଟି ।

–ସ୍ୱତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ।

–ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ୱତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ। ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ।

–ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ।

–୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ।

କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା। କୋଭିଡର ଦ୍ବିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍‌ଡାଉନ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

Previous Post

ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ୮୫୦୦ କୋଟି

Next Post

ତପୁ ମିଶ୍ରଙ୍କ ଅବସ୍ଥା ଗୁରୁତର

Next Post
ତପୁ ମିଶ୍ରଙ୍କ ଅବସ୍ଥା ଗୁରୁତର

ତପୁ ମିଶ୍ରଙ୍କ ଅବସ୍ଥା ଗୁରୁତର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA