Monday, October 2, 2023 11:02 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବର୍ଷକରେ ଝଲସିବ ଲୋକନାଥ ମନ୍ଦିର, ଅଲାରନାଥ ପୀଠ

by Our Correspondent
21 Nov, 2022- 08:17 PM
in Latest News, News
1 min read
0
ବର୍ଷକରେ ଝଲସିବ ଲୋକନାଥ ମନ୍ଦିର, ଅଲାରନାଥ ପୀଠ
ଭୁବନେଶ୍ୱର: ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ଶ୍ରୀ ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଟଙ୍କା ଅଟକଳ ରଖାଯାଇଥିବା ବେଳେ ଅଲାରନାଥଙ୍କ ପାଇଁ ୮ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଉଭୟ ମନ୍ଦିରର ପୁନଃ-ଉନ୍ନୟନ କାର୍ଯ୍ୟ ବର୍ଷକ ମଧ୍ୟରେ ସଂପୂର୍ଣ୍ଣ ହେବ। ଓଡିଶା ବ୍ରିଜ କନ୍‌ଷ୍ଟ୍ରକସନ କର୍ପୋରେସନ ଦ୍ୱାରା ଉଭୟ ମନ୍ଦିରର ଉନ୍ନତିକରଣ କାର୍ଯ୍ୟର କାର୍ଯ୍ୟାନ୍ୱୟନ କରାଯିବ ।

ଶ୍ରୀ ଲୋକନାଥ ମନ୍ଦିର: ମାଷ୍ଟରପ୍ଲାନ ଅନୁଯାୟୀ ମନ୍ଦିରର ଭିତର ବେଢା, ବାହାର ବେଢାର ଉନ୍ନତିକରଣ ହେବା ସହିତ ସେବାୟତ ଓ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧାର ବ୍ୟବସ୍ଥା କରାଯିବ । ଏହାବ୍ୟତୀତ ପାର୍କିଂ, ଆଧୁନିକ ଧାଡି ପରିଚଳନା ବ୍ୟବସ୍ଥା, ଆପ୍ରୋଚ ରୋଡର ଉନ୍ନତିକରଣ ଏବଂ ପଶ୍ଚିମ ଦ୍ବାରରେ ସେବାୟତ ମାନଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।
ଭିତର ବେଢାରେ ପୁରୁଣା ମାର୍ବଲ ପଥର ସବୁ କଢାଯାଇ ଖଣ୍ଡାଲାଇଟ୍‌ସ ପଥର ଲଗାଯିବ। ମନ୍ଦିରର ବଗିଚାର ଉନ୍ନତିକରଣ କରାଯାଇ ଲ୍ୟାଣ୍ଡ ସ୍ଲେପିଂ କରାଯିବ। ଏହାଛଡା ମନ୍ଦିର ପାଚେରୀର ମରାମତି ସହିତ ଆଲୋକୀକରଣର ବ୍ୟବସ୍ଥା କରାଯିବ। ବାହାର ବେଢାକୁ ସଂପ୍ରସାରିତ କରାଯିବା ସହିତ ଭାଙ୍ଗିଯାଇଥିବା ସ୍ଥାନ ଗୁଡିକର ମରାମତି, ନୂତନ ରାସ୍ତା, ଲ୍ୟାଣ୍ଡ ସ୍କେପିଂ, ଆଲୋକୀକରଣ, ବସାଉଠା କରିବାପାଇଁ ସ୍ଥାନ ଓ ଦୁଇଟି ମୁଣ୍ଡନ ମଣ୍ଡପର ବିକାଶ କରାଯିବ । ଡ୍ରେନେଜ ଏକ ମୁଖ୍ୟ ସମସ୍ୟା ହୋଇଥିବାରୁ, ମନ୍ଦିର ଭିତର ଓ ବାହାର, ଉଭୟ ପାର୍ଶ୍ବରେ ଡ୍ରେନେଜ ବ୍ୟବସ୍ଥାକୁ ସୁଦୃଢ କରାଯିବ।
ମନ୍ଦିରର ପୁଷ୍କରଣୀ ପାର୍ବତୀସାଗରର ମଧ୍ୟ ଉନ୍ନତିକରଣ କରାଯିବ। ଏହାର ଚାରିପଟେ ୨୬୭ ମିଟରର ସୁଉନ୍ନତ ପାଚେରୀ, ପୁଷ୍କରଣୀର ବିଶୋଧନ, ପାହାଚ, ଲ୍ୟାଣ୍ଡ ସ୍କେପିଂ, ଆଲୋକୀକରଣ ଓ ବସାଉଠା ପାଇଁ ସ୍ଥାନ ରହିବ । ପାର୍କିଂ ପାଇଁ ମଧ୍ୟ ବ୍ୟବସ୍ଥା କରାଯିବ।
ମନ୍ଦିରକୁ ଯାଇଥିବା ୪୦୦ ମିଟର ଆପ୍ରୋଚ ରୋଡର ଉନ୍ନତିକରଣ କରାଯିବା ସହିତ ୪ଟି ରାସ୍ତାର ବିକାଶ କରାଯିବ। ମନ୍ଦିରକୁ ସଂଯୋଗ ହୋଇଥିବା ୪ଟି ପ୍ରମୁଖ ରାସ୍ତାର ଉନ୍ନତିକରଣ ମଧ୍ୟ କରାଯିବ।

ଅଲାରନାଥ ମନ୍ଦିର: ମାଷ୍ଟରପ୍ଲାନ ଅନୁଯାୟୀ ଏହାର ପ୍ରବେଶ ଓ ପ୍ରସ୍ଥାନ ସ୍ଥାନ, ସ୍ଥାନୀୟ ଭିତର ରାସ୍ତା, ଅରୁଣ ସ୍ତମ୍ଭ, ଚନ୍ଦନ ପୋଖରୀ ଆଦିର ବିକାଶ ଓ ସୌନ୍ଦର୍ଯ୍ୟକରଣ ସହିତ ପୁରା ଅଞଳକୁ ବିକଶିତ କରାଯାଇ ଏକ ଆକର୍ଷଣୀୟ ପର୍ଯ୍ୟଟନ କ୍ଷେତ୍ରରେ ପରିଣତ କରାଯିବ।
ଏହାର ପ୍ରବେଶ ଦ୍ୱାରକୁ ପ୍ରଶସ୍ତ କରାଯାଇ ୪୦ ଫୁଟ ଚଉଡା ଓ ୧୮ ଫୁଟ ଉଚ୍ଚ କରାଯିବ। ଏଥିରେ ଖଣ୍ଡାଲାଇଟସ ପଥର ଲଗାଯିବ। ମନ୍ଦିରକୁ ଯାଇଥିବା ରାସ୍ତାକୁ ୪୦ ଫୁଟ ଚଉଡା କରାଯାଇ ଏଥିରେ ପେଭର ବ୍ଲକ ଲଗାଯିବ ଏବଂ ଦୁଇପଟେ ଡ୍ରେନର ବ୍ୟବସ୍ଥା ରହିବ । ଏହାସହିତ ୨ ଚକିଆ ଓ ୪ ଚକିଆ ଗାଡି ପାଇଁ ପାର୍କିଂ ବ୍ୟବସ୍ଥା କରାଯିବ। ମନ୍ଦିର ସମ୍ମୁଖ ସ୍ଥାନକୁ ଏକ ସୁନ୍ଦର ପ୍ଲାଜାରେ ପରିଣତ କରାଯାଇ ସେଥିରେ ଖଣ୍ଡାଲାଇଟ୍‌ସ ଓ ପେଭର ବ୍ଲକ ଲଗାଯିବା ସହିତ ଡ୍ରେନର ବ୍ୟବସ୍ଥା ମଧ୍ୟ କରାଯିବ। ମନ୍ଦିରର ସବୁ ସ୍ଥାନରୁ ମାର୍ବଲ କଢାଯାଇ ଖଣ୍ଡାଲାଇଟ୍‌ସ ଲଗାଯିବ। ପୁରୁଣା କବାଟ ବଦଳରେ ନୂଆ କାଠ କବାଟ ଲଗାଯିବ। ଚନ୍ଦନ ପୋଖରୀ ଓ ତୁଳସୀ ବନର ସୌନ୍ଦର୍ଯ୍ୟକରଣ କରାଯାଇ ଲ୍ୟାଣ୍ଡ ସ୍କେପିଂ କରାଯିବ । ଡ୍ରେନ ବ୍ୟବସ୍ଥାକୁ ସୁଦୃଢ କରାଯିବ। ଏହି ପୀଠର ବିକାଶ ପାଇଁ ୮ କୋଟି ଟଙ୍କା ଖର୍ଚ୍ଚ ହେବ ଓ କାମ ସଂପୂର୍ଣ୍ଣ ହେବା ପାଇଁ ୧ ବର୍ଷ ସମୟ ଲାଗିବ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ନିକଟରେ ଉଭୟ ଲୋକନାଥ ମନ୍ଦିର ଓ ଅଲାରନାଥ ମନ୍ଦିର ଗସ୍ତ କରି ଏହାର ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ମନ୍ଦିରର ପୂଜକମାନେ ପୁରୀ ଜିଲ୍ଲାପାଳଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମନ୍ଦିରର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ମନ୍ଦିର ଗସ୍ତ କରି ଠାକୁରଙ୍କୁ ଦର୍ଶନ କରିବା ପାଇଁ ନିମନ୍ତ୍ରଣ କରିଥିଲେ । ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଉଭୟ ମନ୍ଦିର ଦର୍ଶନ କରିବେ ବୋଲି କହିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଉଭୟ ମନ୍ଦିର ଗସ୍ତ ସମୟରେ ସେବାୟତ ମାନଙ୍କ ସହିତ ହୋଇଥିବା ତାଙ୍କର ଆଲୋଚନା ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟ ସଂପର୍କରେ ଏହି ବୈଠକରେ ସୂଚନା ଦେଇଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଆୟୋଜିତ ଏକ ବୈଠକରେ ପୂର୍ତ୍ତ ବିଭାଗ ସଚିବ ଭି.ଭି.କେ ଯାଦବ ଏଥିପାଇଁ ଉପସ୍ଥାପନା ରଖିଥିଲେ।
ଭଗବତୀ ଏବଂ ଉଗ୍ରତାରା ମନ୍ଦିର ପାଇଁ ମାଷ୍ଟରପ୍ଲାନ୍ ଖୁବ୍ ଶୀଘ୍ର

ବାଣପୁରର ମା’ ଭଗବତୀ ଏବଂ ଟାଙ୍ଗୀର ମା’ ଉଗ୍ରତାରା ମନ୍ଦିରର ବିକାଶ ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଖୁବ୍ ଶୀଘ୍ର ମାଷ୍ଟରପ୍ଲାନ୍ ପ୍ରସ୍ତୁତ ହେବ । ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ଆଜି ବଡ଼ି ସକାଳୁ ଏହି ଦୁଇ ମନ୍ଦିର ପରିଦର୍ଶନ କରି ବିକାଶ କାର୍ଯ୍ୟର ଅନୁଧ୍ୟାନ କରିଥିଲେ । ଉଭୟ ସ୍ଥାନରେ ଥିବା ବର୍ତ୍ତମାନର ବ୍ୟବସ୍ଥା ଅନୁଧ୍ୟାନ କରିବା ସହ କ’ଣ କରାଯାଇପାରିବ ତାହାର ସବିଶେଷ ଅନୁଧ୍ୟାନ କରିଥିଲେ । ଏହି ଅବସରରେ ସେ ମନ୍ଦିରର ପୂଜକ, ଅଞ୍ଚଳ ପ୍ରତିନିଧି ତଥା ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ । ଏହି ଦୁଇ ମନ୍ଦିରର ମାଷ୍ଟରପ୍ଲାନ୍ ପ୍ରସ୍ତୁତ ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିଦେ୍ର୍ଦଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଏହା ପଠାଯିବ ।

 

Previous Post

ପଦ୍ମପୁର ରେଳ ଲାଇନ୍ ପାଇଁ ମୁହାଁମୁହିଁ

Next Post

‘ନାଗ’ବାଲାଙ୍କୁ ଦିନସାରା ଘାଣ୍ଟିଲା ଇଡି

Next Post
‘ନାଗ’ବାଲାଙ୍କୁ ଦିନସାରା ଘାଣ୍ଟିଲା ଇଡି

'ନାଗ'ବାଲାଙ୍କୁ ଦିନସାରା ଘାଣ୍ଟିଲା ଇଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    3386 shares
    Share 1354 Tweet 847
  • ଏୟାରଲିଫ୍ଟ ହେଲେ କୃଷି ଅଧିକାରୀ ଆଦିତ୍ୟ ପାତ୍ର

    2194 shares
    Share 878 Tweet 549
  • ସ୍ୱତନ୍ତ୍ର ବିକାଶ ପରିଷଦ: ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ

    2085 shares
    Share 834 Tweet 521
  • ଧର୍ମେନ୍ଦ୍ର ବିରୋଧୀ ମେଳିରେ ୧୨ ବିଧାୟକ, ୬ ସାଂସଦ !

    2059 shares
    Share 824 Tweet 515
  • ସାଂସଦ ଅପରାଜିତା ହେବେ ମେୟର ପ୍ରାର୍ଥୀ!

    1938 shares
    Share 775 Tweet 485

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA