Tuesday, April 21, 2026 05:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପଦ୍ମପୁର ଜିଲ୍ଲା ପ୍ରତିଶ୍ରୁତି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ଝାରବନ୍ଧ, ପାଇକମାଳ,ପଦ୍ମପୁରରେ ନବୀନଙ୍କ ଜନସଭା

by Our Correspondent
19 Feb, 2023- 07:21 PM
in Latest News, News
1 min read
0
ପଦ୍ମପୁର ଜିଲ୍ଲା ପ୍ରତିଶ୍ରୁତି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ପଦ୍ମପୁର/ଭୁୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ବେଳେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାରକୁ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଞ୍ଚଳବାସୀଙ୍କୁ ବିକାଶର ପ୍ରତିଶ୍ରୁତି ଦେଇଥିଲେ । ସେଥିମଧ୍ୟରେ ପଦ୍ମପୁର ଜିଲ୍ଲା ଗଠନ ପ୍ରମୁଖ ପ୍ରତିଶ୍ରୁତି ଥିଲା । ବର୍ଷକ ଭିତରେ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ମିଳିବ ବୋଲି ପ୍ରତିଶ୍ରୁତି ଦେଇ ଆସିଥିଲେ । ଆଉ ଉପନିର୍ବାଚନରେ ବିପୁଳ ବିଜୟ ପରେ ଆଜି ମୁଖ୍ୟମନ୍ତ୍ରୀ ସେହି ପଦ୍ମପୁର ଭୋଟରବାସୀଙ୍କ ପାଖକୁ ଯାଇ ଜିଲ୍ଲା ଗଠନ କଥାକୁ ଦୋହରାଇଛନ୍ତି । ଦେଇଥିବା ଅନ୍ୟ ପ୍ରତିଶ୍ରୁତିଗୁଡକର କାର୍ଯ୍ୟକାରିତାକୁ ବି ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ ଆଜି ପ୍ରଥମେ ଝାରବନ୍ଧ, ଏହାପରେ ପାଇକମାଳ ଏବଂ ଶେଷରେ ପଦ୍ମପୁରରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରିଥିଲେ । ଆୟୋଜିତ ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ମୁଁ ପୁଣି ଏଠାକୁ ଆସି ବହୁତ ଖୁସି । ଆପଣମାନଙ୍କ ବିପୁଳ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ମୋତେ ଅଭିଭୂତ କରିଛି । ଏଥିପାଇଁ ମୁଁ ସବୁବେଳେ ଆପଣମାନଙ୍କ ନିକଟରେ ଋଣୀ ।

ମୁଖ୍ୟମନ୍ତ୍ରୀ କହିଥିଲେ, ଆଜିର ଏହି ସଭାରେ ମା’ ମାନେ ବହୁ ସଂଖ୍ୟାରେ ଉପସ୍ଥିତ ଅଛନ୍ତି । ମିଶନ ଶକ୍ତିରେ ସେମାନେ ବହୁତ ଭଲ କାମ କରୁଛନ୍ତି । ଆଜି ଏଠାରେ ମା’ ମାନଙ୍କ ପାଇଁ ୧ କୋଟି ୨୩ ଲକ୍ଷ ଟଙ୍କାର ସହାୟତା ଦିଆଯାଉଛି । ମୋର ଆଶା ଆପଣମାନେ ଏହି ଟଙ୍କାରେ ଭଲ ଉଦ୍ୟୋଗୀ ହୋଇ ସୁନାମ କରିବେ ।

ପଦ୍ମପୁର ଉପନିର୍ବାଚନ ପ୍ରଚାର ବେଳେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ଓ ଘୋଷଣାର କାର୍ଯ୍ୟକାରିତାକୁ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ । ପାଇକମାଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସିଏଚସି କରାଯାଇଛି । ଚକ୍ରଧର ଡ୍ୟାମ କାମ ଆରମ୍ଭ ହୋଇସାରିଛି । ୧୩୩/୧୧ କେଭି ସବଷ୍ଟେସନ୍ ପାଇଁ ଜମି ଚିହ୍ନଟ ହୋଇସାରିଛି ।

ମୁଁ କଥା ନୁହେଁ, କାମରେ ବିଶ୍ୱାସ କରେ । ଗତ ଡିସେମ୍ବରରେ ପଦ୍ମପୁର ଜିଲ୍ଲା ବିଷୟ ମୁଁ ଘୋଷଣା କରିଥିଲି । ଏହା ବର୍ଷକ ମଧ୍ୟରେ ନିଶ୍ଚୟ କରାଯିବ । ବାକି ସବୁ କାମ ସମୟ ଭିତରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଅନ୍ୟପକ୍ଷରେ ଉପନିର୍ବାଚନ ପ୍ରଚାର ସମୟରେ କେନ୍ଦ୍ରମନ୍ତ୍ରୀମାନେ ପଦ୍ମପୁରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ ମୁଖ୍ୟମନ୍ତ୍ରୀ ମନେ ପକାଇ ଦେଇଥିଲେ । ‘ଧାନ ସଂଗ୍ରହ, ଶସ୍ୟ ବୀମା, ରେଳ, କେନ୍ଦୁପତ୍ର ଜିଏସଟି ଆଦି ବିଷୟରେ କେନ୍ଦ୍ରମନ୍ତ୍ରୀମାନେ ଆପଣମାନଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥିଲେ । ପ୍ରଭୁ ନୃସିଂହନାଥଙ୍କ ନିକଟରେ ମୋର ବିନମ୍ର ପ୍ରାର୍ଥନା ଯେ ମାନ୍ୟବର କେନ୍ଦ୍ରମନ୍ତ୍ରୀମାନଙ୍କୁ ସେମାନଙ୍କ ପ୍ରତିଶ୍ରୁତି ବିଷୟରେ ପ୍ରଭୁ ଟିକେ ମନେ ପକାଇ ଦିଅନ୍ତୁ ।’

ଆପଣଙ୍କ ଅଞ୍ଚଳର ବିକାଶ ପାଇଁ ମୁଁ ୬୪ କୋଟି ଟଙ୍କା ମଂଜୁର କରିଛି । ଗତ ଉପନିର୍ବାଚନ ସମୟରେ ଆପଣମାନେ ମୋତେ ଭେଟିଥିଲେ । ପ୍ରତି ପଞ୍ଚାୟତ, ପ୍ରତି ଏନଏସି ଓ ପ୍ରତି ୱାର୍ଡର ବିକାଶ ପାଇଁ ଆପଣମାନେ ମୋତେ ପ୍ରସ୍ତାବ ଦେଇଥିଲେ । ମୁଁ ଖୁସି ଯେ ସେହି ପ୍ରସ୍ତାବକୁ ଭିତ୍ତିକରି ଏ ଟଙ୍କା ମଂଜୁର କରାଯାଇଛି । ଲୋକଙ୍କ ପ୍ରସ୍ତାବକୁ ଭିତ୍ତି କରି ଟଙ୍କା ମଂଜୁର କରାଯିବା, ଓଡ଼ିଶା ଇତିହାସରେ ପ୍ରଥମ । ମୋର ପୂରା ବିଶ୍ୱାସ ଏ ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପଦ୍ମପୁରବାସୀଙ୍କୁ ପ୍ରତାରଣା: ବିଜେପି

ପଦ୍ମପୁରକୁ ଜିଲ୍ଲା କରିବାର ପ୍ରତିଶ୍ରୁତି ପ୍ରତାରଣା ସଦୃଶ ବୋଲି ଟୁଇଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଘୋଷଣାରେ ସୀମିତ । ଜିଲ୍ଲା ଘୋଷଣା କରିବାର ନିର୍ଦ୍ଧାରିତ ତାରିଖ ନ କହିବା ପଦ୍ମପୂରବାସୀଙ୍କ ପାଇଁ ପ୍ରତାରଣା ସଦୃଶ ନୁହେଁ କି ବୋଲି ପ୍ରଶ୍ନ କରିଛନ୍ତି । ସେହିଭଳି ବରଗଡ଼ ସାଂସଦ ସୁରେଶ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଭାକୁ ଜନ ପ୍ରତିନିଧିଙ୍କୁ ଡକା ନ ଯିବା କି ପ୍ରକାରର ସୌଜନ୍ୟତା ବୋଲି ପଚାରିଛନ୍ତି ।

Previous Post

ମୋତେ ମ୍ୟାନେଜ୍ କରିପାରିଲେନି: ଜୟନାରାୟଣ ମିଶ୍ର

Next Post

ଚର୍ଚ୍ଚାରେ ଦୁଇ ଜିଲ୍ଲାପାଳଙ୍କ ଦ୍ୱିତୀୟ ବିବାହ

Next Post
ଚର୍ଚ୍ଚାରେ ଦୁଇ ଜିଲ୍ଲାପାଳଙ୍କ ଦ୍ୱିତୀୟ ବିବାହ

ଚର୍ଚ୍ଚାରେ ଦୁଇ ଜିଲ୍ଲାପାଳଙ୍କ ଦ୍ୱିତୀୟ ବିବାହ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA