Tuesday, June 23, 2026 10:06 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆରମ୍ଭ ହେଲା ବିଏସକେୱାଇ-ନବୀନ କାର୍ଡ ଯୋଜନା

ମୋ ରାଜ୍ୟରେ କେହି କେବେ ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ : ମୁଖ୍ୟମନ୍ତ୍ରୀ

by Our Correspondent
29 Dec, 2023- 12:19 PM
in Latest News, News
1 min read
0
ଆରମ୍ଭ ହେଲା ବିଏସକେୱାଇ-ନବୀନ କାର୍ଡ ଯୋଜନା

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସକେୱାଇ)-ନବୀନ କାର୍ଡ ନାଁରେ ଏକ ନୂଆ ଯୋଜନାର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ବିଏସକେୱାଇ କାର୍ଡରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗର ଚିକିତ୍ସା ପାଇଁ ଘରୋଇ ହସ୍ପିଟାଲ୍ ଗୁଡ଼ିକରେ କ୍ୟାସଲେସ୍ ସୁବିଧା ଯୋଗାଇ ଦିଆଯିବ । କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତାମାନଙ୍କୁ ବାଦ୍ ଦେଇ ବିଏସକେୱାଇ ଯୋଜନାରେ ନ ଥିବା ଗ୍ରାମାଞ୍ଚଳର ସବୁ ପରିବାର ଏହି ନୂଆ ଯୋଜନାରେ ସାମିଲ ହେବେ । ସେମାନେଙ୍କୁ ମିଳିବ ବିଏସକେୱାଇ-ନବୀନ କାର୍ଡ । ରାଜ୍ୟ ଭିତରେ ଓ ବାହାରେ ସେମାନେ ମଧ୍ୟ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲ୍ ଗୁଡ଼ିକରେ ନିର୍ଦ୍ଧାରିତ ଜଟିଳ ରୋଗଗୁଡ଼ିକର ଚିକିତ୍ସା ସୁବିଧା ପାଇବେ ।

ବିଏସକେୱାଇ ଯୋଜନାର ଏହା ତୃତୀୟ ପର୍ଯ୍ୟାୟ ସମ୍ପ୍ରସାରଣ । ଏଥିରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର ଅର୍ଥାତ ୯୦ ପ୍ରତିଶତ ଲୋକ ଉପକୃତ ହେବେ । ବିଏସକେୱାଇ କାର୍ଡ ଦ୍ୱାରା ଓଡ଼ିଶାର କୌଣସି ପରିବାର ଆର୍ଥିକ ଦୂରାବସ୍ଥା କାରଣରୁ ଜଟିଳ ରୋଗଗୁଡ଼ିକର ଚିକିତ୍ସା କ୍ଷେତ୍ରରେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଭାବରେ ଘୋଷଣା କରିଛନ୍ତି । ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡ଼ିଶା ସରକାର ନିଜସ୍ୱ ପାଣ୍ଠିରୁ ବହନ କରିବେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ଆମର ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ତ୍ୱାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ୱପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା। ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ୱାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ ପାଇଁ ସୁଲଭ ମୂଲ୍ୟରେ ଉପଲବ୍‌ଧ ହେଉଥିବ। ପଇସା ପାଇଁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହେଉ। ଏହି ଲକ୍ଷ୍ୟକୁ କାର୍ଯ୍ୟକାରୀ କରିବାକୁ ଯାଇ ଆମେ ୫ ବର୍ଷ ତଳେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିଲୁ । ଏବଂ ଏହା ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲା। ଆମ ରାଜ୍ୟର ସବୁ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ପର୍ଯ୍ୟାୟକ୍ରମେ ସଂପ୍ରସାରିତ କରାଯାଉଛି।

ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍‌ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି ।

ଦ୍ୱିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି।

BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।

ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍‌ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।

ସାର୍ବଜନୀନ ସ୍ୱାସ୍ଥ୍ୟ କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ। ଏକ ଉତ୍ତମ ମଡେଲ। ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା, ଯେଉଁଥିରେ କି ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି।

Previous Post

ସୋଆରୁ ୫ ଜଣ ପାଇଲେ ଓଜେଏସ୍

Next Post

ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୧ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ

Next Post
ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୧ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ

ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୧ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA