Monday, June 29, 2026 01:25 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୫ ହଜାର ମିଶନ ଶକ୍ତି ମହିଳାଙ୍କୁ ମିିଳିଲା ସ୍କୁଟର

ମିିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ

by Our Correspondent
11 Oct, 2023- 05:52 PM
in Latest News, News
1 min read
0
୧୫ ହଜାର ମିଶନ ଶକ୍ତି ମହିଳାଙ୍କୁ ମିିଳିଲା ସ୍କୁଟର

ଭୁବନେଶ୍ୱର: ମିଶନ ଶକ୍ତି ସ୍କୁଟର ଯୋଜନାର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ମିଶନ ଶକ୍ତି ମହିଳାମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯିବ । ସେମାନଙ୍କର ଏହି ଋଣ ବାବଦକୁ ୫୨୮ କୋଟି ଟଙ୍କାର ସୁଧ ରାଜ୍ୟ ସରକାର ଦେବେ । ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀର ମା’ ମାନେ ସ୍କୁଟର ପାଇବେ । ଆଜି ଏହି ଯୋଜନାର ଶୁଭାରମ୍ଭରେ ୧୫ ହଜାର ମା’ ଙ୍କୁ ସ୍କୁଟର ଦିଆଯାଇଛି ।

ଲୋକସଭା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବ ।  ଆମର ସ୍କୁଟର ଯୋଜନା ମା’ମାନଙ୍କ ଯାତାୟତକୁ ସୁବିଧା କରିବ। ବୃତ୍ତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ। ମା’ମାନେ ବହୁତ ଭଲ କାମ କରୁଛନ୍ତି। ମୋର ପୁରା ବିଶ୍ୱାସ ମା’ମାନେ ଏବେ ଆହୁରି ଭଲ କାମ କରିବେ। ୭୦ ଲକ୍ଷ ମା’ମାନଙ୍କ ନିଜର ଅନୁଷ୍ଠାନ ମିଶନ ଶକ୍ତି ଆହୁରି ମଜୁବୁତ ହେବ। ମା’ମାନଙ୍କ ଗତିଶୀଳତା ଓଡିଶାର ପ୍ରଗତିକୁ ନୂଆ ବେଗ ଦେବ। ମିଶନ ଶକ୍ତି ମା’ମାନଙ୍କୁ ସରକାରୀ କାମ ଦେବାରେ ଦେଶରେ ଓଡିଶା ଏକମାତ୍ର ରାଜ୍ୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବ୍ଲକ ଓ ଜିଲ୍ଲା ସ୍ତରୀୟ ମିଶନ ଶକ୍ତି ଫେଡେରେସନ୍‌କୁ ସରକାରୀ କାର୍ଯ୍ୟ ପାଇଁ ଯାନସୁବିଧା ଯୋଗାଇଦେବା ବାବଦରେ ଘୋଷଣା କରିଥିଲେ। ଯାନସୁବିଧା ବଳରେ ସେମାନଙ୍କର ଦକ୍ଷତା ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ଉଦ୍ୟୋଗୀଭାବେ ପରିଣତ କରିବା ଆମର ଲକ୍ଷ୍ୟ। ଏଥିପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦ କୋଟି ଟଙ୍କାର ସୁଧ ସହାୟତା ସିଧା ସଳଖ ଦିଆ ଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାର ମା’ ମଙ୍ଗଳା ଏସ୍.ଏଚ୍.ଜି ଓ କଟକ ଜିଲ୍ଲାର ଜୟ ଶ୍ରୀରାମ ଏସ୍. ଏଚ୍.ଜିକୁ ସୁଧ ବାବଦ ଚେକ୍‌ ହସ୍ତାନ୍ତର କରିଥିଲେ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ମା’ମାନଙ୍କୁ ସମ୍ବୋଧନ କରି କହିଥିଲେ ଯେ ମା’ମାନଙ୍କ ଉପରେ ମୋର ପୂରା ବିଶ୍ୱାସ ଅଛି। ମା’ମାନେ ହିଁ ଆଣିଛନ୍ତି ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି।

କାର୍ଯ୍ୟକ୍ରମରେ ଅନ୍ୟତମ ଅତଥି ଭାବେ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ଗତିଶୀଳତା ହିଁ ସଶକ୍ତିକରଣ। ଏହାକୁ ପାଥେୟ କରି ମୁଖ୍ୟମନ୍ତ୍ରୀ ଏହି ଐତିହାସିକ ମିଶନ ଶକ୍ତି ସ୍କୁଟର ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ୨ ଲକ୍ଷ କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ବିଜିନେସ୍ କରେସପଣ୍ଡେଣ୍ଟ ଏଜେଣ୍ଟ ଏବଂ ଏକଜ୍ୟୁଟିଭି କମିଟି ମେମ୍ବର ସେମାନଙ୍କ ପସନ୍ଦ ମୁତାବକ ସ୍କୁଟର କିଣିବା ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇବେ। ଏହି ପଦକ୍ଷେପ ମିଶନ ଶକ୍ତି ଫେଡେରେସନ୍ ସହିତ କାର୍ଯ୍ୟରତ ‌ଓ ଏହା ଅଧିନରେ କାର୍ଯ୍ୟରତ ସଦସ୍ୟାମାନଙ୍କ ଯାତାୟତକୁ ସୁଗମ କରିବା ସହିତ ସେମାନଙ୍କ କାର୍ଯ୍ୟଦକ୍ଷତା ବୃଦ୍ଧି ଦିଗରେ ସହାୟକ ହେବ।

ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜତା ଆର୍ କାର୍ତ୍ତିକେୟନ୍ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଅବସରରେ କହିଥିଲେ ଯେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗୋଟିଏ ଯୁଗାନ୍ତକାରୀ ପଦକ୍ଷେପର ଉଦ୍‌ଘାଟନ ହେଲା । ୧୫ ହଜାର ଏସ୍.ଏଚ୍.ଜି ମା’ ସ୍କୁଟର ନେଇଛନ୍ତି। ୨ ଲକ୍ଷ କମ୍ୟୁନିଟି ସପୋର୍ଟ ମା’ ପର୍ଯ୍ୟାୟକ୍ରମେ ସ୍କୁଟର ନେବେ । ଏହି ଯୋଜନାରେ ଉପକୃତ ହେବେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆମର ଏକଜ୍ୟୁଟିଭି କମିଟି ମେମ୍ବର ମାନେ ହେଲେ ମିଶନ ଶକ୍ତିର ସେନାପତି। ସେମାନେ ମିଶନ ଶକ୍ତିକୁ ନୂଆ ଦିଗ ଦେଉଛନ୍ତି। ଏହି ସ୍କୁଟର ହେଉଛି ମିଶନ ଶକ୍ତି ମା’ ମାନଙ୍କ ପରିଚୟର ପ୍ରତୀକ। ଦକ୍ଷତାର ପ୍ରତୀକ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟଶାସନ ସଚିବ ପି.କେ. ଜେନା , ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ, ମିଶନ ଶକ୍ତିର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର ଏବଂ ଗୀତାଞ୍ଜଳି ବସ୍ତିଆ ଉପସ୍ଥିତ ଥିଲେ। ରାଜ୍ୟର ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ ସଂଘର ସଦସ୍ୟାମାନେ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ବିଭାଗୀୟ ନିର୍ଦ୍ଦେଶକ ଏନ୍. ତିରୁମାଲା ନାୟକ ଧନ୍ୟବାଦ ଦେଇଥିଲେ।

Previous Post

ବାହାନଗା ଟ୍ରାଜେଡି: ୧୩୦ ଦିନ ପରେ ଶବ ସତ୍କାର

Next Post

ପରିବା ଚାଷ ଆପଣଙ୍କ ଭାଗ୍ୟ ବଦଳାଇପାରେ…

Next Post
ପରିବା ଚାଷ ଆପଣଙ୍କ ଭାଗ୍ୟ ବଦଳାଇପାରେ…

ପରିବା ଚାଷ ଆପଣଙ୍କ ଭାଗ୍ୟ ବଦଳାଇପାରେ...

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA