ଭୁବନେଶ୍ୱର: ମୁମ୍ବାଇସ୍ଥିତ ଓଡ଼ିଶା ଭବନର ସଂମ୍ପ୍ରସାରଣ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଠାରେ ରୋଗୀମାନଙ୍କ ପାଇଁ ଅଧିକ ରୁମର ବ୍ୟବସ୍ଥା କରିବାକୁ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ତରଫରୁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲା । ସେମାନଙ୍କର ଦାବିକୁ ମୁଖ୍ୟମନ୍ତ୍ରୀ ସମ୍ମାନ ଜଣାଇଛନ୍ତି ।








