ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ଭେଟଘାଟ୍ ହୋଇଥିଲା । ମହାମାରୀ କୋଭିଡ୍ ପରେ ପ୍ରଧାନମନ୍ତ୍ରୀଙ୍କ ସହ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପ୍ରାୟ ଅଧଘଣ୍ଟା ଧରି କଥାବାର୍ତ୍ତା ହୋଇଥିଲା । ରାଜ୍ୟର ବିଭିନ୍ନ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ତେବେ ଉଭୟଙ୍କ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ସଂକ୍ରାନ୍ତରେ କୌଣସି ଆଲୋଚନା ହୋଇନାହିଁ ବୋଲି ନବୀନ ସ୍ପଷ୍ଟ କରିଛନ୍ତି ।
ସୂଚନାଯୋଗ୍ୟ, ଆଜିଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜୁନ୍ ୧ ତାରିଖରେ ସେ ଭୁବନେଶ୍ୱର ଫେରିବେ ।