ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଜନ୍ମଦିନ । ୭୮ ବର୍ଷରେ ପଦାର୍ପଣ କରିବେ । ତେବେ ଗତମାସରେ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିବାରୁ ଏଥର ନବୀନ ତାଙ୍କର ଜନ୍ମଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇ ଦିଆଯାଇଛି । ଜନ୍ମଦିନ ପାଳନ କରୁ ନ ଥିବାରୁ ଶୁଭେଚ୍ଛୁମାନଙ୍କୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ସୂଚନାଯୋଗ୍ୟ, ଗତବର୍ଷ ତାଙ୍କ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗଦେବାକୁ ହାଇଦ୍ରାବାଦ ଗସ୍ତରେ ଯାଇଥିଲେ । ତେଣୁ ନବୀନ ନିବାସରେ ଜନ୍ମଦିନ ପାଳନ କରି ନ ଥିଲେ । ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେଇଥିଲେ ।