Sunday, March 8, 2026 11:32 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜରୁରୀ ଔଷଧ, ଅକ୍ସିଜେନ୍ ଯୋଗାଣ ଉପରେ ଗୁରୁତ୍ୱ

ପ୍ରତିଟି ଜୀବନ ମୂଲ୍ୟବାନ, ପ୍ରତି ଜୀବନ ରକ୍ଷା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି ରହିଛି - ମୁଖ୍ୟମନ୍ତ୍ରୀ

by Our Correspondent
27 Apr, 2021- 09:02 PM
in Latest News, News
1 min read
0
ଜରୁରୀ ଔଷଧ, ଅକ୍ସିଜେନ୍ ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: କୋଭିଡ୍ ବିରୋଧରେ ଲଢ଼େଇ ଏକ ଲମ୍ବା ଲଢ଼େଇ । ଏହି ଲଢ଼େଇ ଜିତିବା ପାଇଁ ଆମ ସମସ୍ତଙ୍କୁ ଦାୟିତ୍ୱର ସହ କାମ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି କୋଭିଡ୍ ସ୍ଥିତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ପରିସ୍ଥିତିର ଜଟିଳତାକୁ ସୂଚେଇବା ସହ ତୃଣମୂଳସ୍ତରରେ ପରିସ୍ଥିତିର ଆକଳନ କରି ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳ ଓ ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅକ୍ସିଜେନ୍ ଯୋଗାଣକୁ ସୁବ୍ୟବସ୍ଥିତ କରିବା ଏବଂ ଜରୁରୀ ଔଷଧ ମହଜୁଦ ଓ ତାହାର ଯୋଗାଣ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗୋଟିଏ ସଂକ୍ରମଣ କମିଲେ, ଗୋଟିଏ ଆଇସିୟୁ ଓ ଗୋଟିଏ ବେଡ୍ ଉପରୁ ଚାପ କମିଥାଏ । ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଯେପରି ଚାପ କମିବ, ସେଥିପାଇଁ ଆମକୁ ଦାୟିତ୍ୱପୂର୍ଣ୍ଣ ଭାବେ କାମ କରିବାକୁ ହେବ । ପରିସ୍ଥିତିର ଆକଳନ କରି ଜିଲ୍ଲାପାଳ ଓ ଏସପିମାନେ ଯୋଜନା ପ୍ରସ୍ତୁତ କରନ୍ତୁ । ପର୍ଯ୍ୟବେକ୍ଷକମାନେ ମଧ୍ୟ ଏଥିପ୍ରତି ଯତ୍ନବାନ ହୁଅନ୍ତୁ । ଏ ସବୁ ବିଷୟ ନିୟମିତ ସମୀକ୍ଷା କରି ପରବର୍ତ୍ତୀ ବୈଠକରେ ମୁଖ୍ୟ ଶାସନ ସଚିବ ତାହାକୁ ଅବଗତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତି ଆମ ପାଇଁ ଉଦବେଗ ସୃଷ୍ଟି କରିଛି । ଭାଇରସ୍ ର ଡବଲ୍ ଓ ଟ୍ରିପଲ୍ ମ୍ୟୁଟାଣ୍ଟ ଦ୍ରୁତ ଗତିରେ ବ୍ୟାପୁଛି ଏବଂ ଦ୍ୱିତୀୟ ଲହରରେ ଆମର ଯୁବଗୋଷ୍ଠୀ ବିଶେଷ ଭାବରେ ସଂକ୍ରମିତ ହେଉଛନ୍ତି । କେତେକ କ୍ଷେତ୍ରରେ ସେମାନଙ୍କ ସ୍ୱାସ୍ଥ୍ୟ ଜଟିଳତା ଦେଖାଦେଉଛି ବୋଲି ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଥିଲେ ।

କୋଭିଡର ଏହି ଦ୍ବିତୀୟ ଲହର ଆମକୁ ସୂଚାଇ ଦେଇଛି ଯେ ଏ ସଂକଟ ଦୀର୍ଘ ଦିନର ଏବଂ ଏଥିପାଇଁ ଆମକୁ ସବୁବେଳେ ପ୍ରସ୍ତୁତ ରହିବାକୁ ହେବ । ଏଣୁ ଯଦି ଆମେ କୋଭିଡ ନିୟମାବଳୀକୁ ଠିକ୍‌ ଭାବରେ ପାଳନ କରିବା, ତେବେ କୋଭିଡର ପରାଜୟ ସୁନିଶ୍ଚିତ । ଏ ବିପତ୍ତି ସମୟରେ ନିଷ୍ଠାର ସହ ସେବା ଯୋଗାଉ ଥିବା ଆମର ସମ୍ମୁଖ କୋଭିଡ ଯୋଦ୍ଧା ମାନଙ୍କର ଯତ୍ନ ନିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ସବୁବେଳେ ଠିକ୍‌ ଭାବରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ହାତ ଧୋଇବା ଆଦି କୋଭିଡ ନିୟମାବଳୀର ସଠିକ୍‌ ଅନୁପାଳନ ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ରୋଗୀର ଜୀବନ ରକ୍ଷା ପାଇଁ ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ କଠିନ ପରିଶ୍ରମ କରୁଛନ୍ତି । ତେଣୁ ଆମେ ପ୍ରତ୍ୟେକ ଯଦି ଦାୟିଦ୍ବବାନ ହେବା, ତେବେ କୋଭିଡ ଯୁଦ୍ଧରେ ଆମେ ନିଶ୍ଚିତ ବିଜୟୀ ହେବା ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି। କୋଭିଡ କେୟାର ସେଣ୍ଟର ଗୁଡିକୁ କ୍ରିୟାଶୀଳ କରାଯିବା ସହିତ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ କାର୍ଯ୍ୟକ୍ଷମ କରାଯାଇଛି । ମେଡିକାଲ କଲେଜ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ନୂଆ ବେସରକାରୀ ହସ୍‌ପିଟାଲ ଗୁଡିକୁ କୋଭିଡ ହସ୍‌ପିଟାଲରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଉଛି। ୩୦ ପ୍ରତିଶତ ଶଯ୍ୟାରେ ଅକ୍‌ସିଜେନ ବ୍ୟବସ୍ଥା କରାଯାଇଛି ଏବଂ ଏହାକୁ ୩୫ ପ୍ରତିଶତକୁ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ପଡୋଶୀ ରାଜ୍ୟ ଗୁଡିକରେ ଅଧିକ କୋଭିଡ ସଂଖ୍ୟା ଥିବାରୁ ସେ ସବୁ ରାଜ୍ୟରୁ ଲୋକଙ୍କ ଚଳାଚଳ ଉପରେ ତୀକ୍ଷଣ ନଜର ରଖାଯାଇଛି। ଖୁବଶୀଘ୍ର ଶଯ୍ୟା ଉପଲବ୍ଧତାକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ Online Real-time Bed Management System କାର୍ଯ୍ୟକାରୀ କରାଯିବ ବୋଲି ସେ କହିଥିଲେ ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କୋଭିଡ ପରିସ୍ଥିତି ଉପରେ ଏକ ଉପସ୍ଥାପନା ରଖି କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ୫୦,୯୫୮ ଆକ୍ଟିଭ୍ କେସ୍ ରହିଛି ଏବଂ ୭ଟି ଜିଲ୍ଲାରେ ୬୦ ପ୍ରତିଶତ ଆକ୍ଟିଭ୍ କେସ୍ ରହିଛି । ସେ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ସମୁଦାୟ ୩୧,୪୭୧ଟି ବେଡ୍‌ ରହିଛି ଏବଂ ଆଇସିୟୁ ବେଡ୍ ବ୍ୟତୀତ ୧୭,୪୯୫ଟି ବେଡ୍‌ରେ ଅକ୍‌ସିଜେନର ବ୍ୟବସ୍ଥା କରାଯାଇଛି। ଉଭୟ ସରକାରୀ ଓ ବେସରକରୀ କୋଭିଡ ହସ୍‌ପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ଅଧିକ ସଂଖ୍ୟକ ଶଯ୍ୟାରେ ଅକ୍‌ସିଜନ ବ୍ୟବସ୍ଥା କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ରାଜ୍ୟରେ ବର୍ତ୍ତମାନ ଦୈନିକ ୪୨.୧୦ ମେଟ୍ରିକ ଟନ୍‌ ଅକ୍‌ସିଜେନ ବ୍ୟବହାର କରାଯାଉଛି ବୋଲି ସୂଚନା ଦେବା ସହିତ Remdesivir ଓ Favipiravir ଆଦି ସମସ୍ତ ଜରୁରୀ ଔଷଧ ଯଥେଷ୍ଟ ଭାବରେ ଉପଲବ୍‌ଧ ରହିଛି ବୋଲି ସେ କହିଥିଲେ ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେବା ସହିତ କହିଥିଲେ ଯେ ଆଜି ସୁଦ୍ଧା ୮ଟି ରାଜ୍ୟକୁ ୯୦ଟି ଟ୍ୟାଙ୍କର ଜରିଆରେ ୧୬୭୫.୮୧ ଟନ୍‌ ଅକ୍‌ସିଜେନ ପଠାଯାଇଛି । ବିଭିନ୍ନ କୋଭିଡ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସଂପର୍କରେ ନିଆଯାଉଥିବା ପଦକ୍ଷେପ ଉପରେ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସୂଚନା ଦେଇଥିଲେ ।

ବୈଠକରେ ସୁନ୍ଦରଗଡ, ଝାରସୁଗୁଡା, ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର କୋଭିଡ ପରିସ୍ଥିତି ଓ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।

ବୈଠକରେ ଉନ୍ନୟନ କମିଶନର ଶ୍ରୀ ପି.କେ ଜେନା, ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଶ୍ରୀ ଡି.କେ. ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ରୂପକୁମାର ପ୍ରଧାନଙ୍କ ‘JOYFUL RETIREMENT’ ପୁସ୍ତକ ଉନ୍ମୋଚିତ

Next Post

ଆଉ ନାହାନ୍ତି ଯଶସ୍ୱୀ ମନୋଜ ଦାସ

Next Post
ଆଉ ନାହାନ୍ତି ଯଶସ୍ୱୀ ମନୋଜ ଦାସ

ଆଉ ନାହାନ୍ତି ଯଶସ୍ୱୀ ମନୋଜ ଦାସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA