Tuesday, June 23, 2026 11:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଲୋକଙ୍କୁ ଭେଟି ଅଭିଯୋଗ ଶୁଣିବାକୁ ମୋ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଦେଇଛି: ମୁଖ୍ୟମନ୍ତ୍ରୀ

ପାଣ୍ଡିଆନଙ୍କ ହାତରେ ୧୮ ହଜାର ପିଟିସନ୍

by Our Correspondent
11 Jul, 2023- 09:19 PM
in Latest News, News
1 min read
0
ଲୋକଙ୍କୁ ଭେଟି ଅଭିଯୋଗ ଶୁଣିବାକୁ ମୋ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଦେଇଛି: ମୁଖ୍ୟମନ୍ତ୍ରୀ

ଅନୁଗୁଳବାସୀଙ୍କୁ ମିଳିଲା ଖୁସି ଖବର

ଭୁବନେଶ୍ୱର: ଜନ ଅଭିଯୋଗ ଶୁଣାଣି ମୋ ପାଇଁ ସବୁଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ମୁଁ ଚାହେଁ ଯେ ସବୁ ବିଭାଗ ଓ ଜିଲ୍ଲା ପ୍ରଶାସନ ଲୋକଙ୍କ ଅଭିଯୋଗ, ଅସୁବିଧାକୁ ସମ୍ବେଦନଶୀଳ ହୋଇ ଶୁଣିବା ସହିତ ଶୀଘ୍ର ସମାଧାନ କରିବା ଆବଶ୍ୟକ। ସେଥିପାଇଁ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବା ପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛି । ଆମର ଅଧିକାରୀମାନେ ବିଭିନ୍ନ ଜିଲ୍ଲା, ଏପରିକି ବ୍ଲକ୍‌ ସ୍ତରକୁ ଯାଇ ଅଭିଯୋଗ ଶୁଣାଣି କରୁଛନ୍ତି ଏବଂ ଏହିସବୁ କାର୍ଯ୍ୟକ୍ରମରୁ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଯାଚିକା(ପିଟିସନ୍) ଗ୍ରହଣ କରାଯାଇଛି । ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ‘ମୋ ସରକାର’ ଅଧିନରେ ଗ୍ରହଣ କରାଯାଇ ଲୋକଙ୍କ ସମସ୍ୟାର ସମାଧାନ କିପରି କରାଯାଉଛି, ସେ ବିଷୟରେ ତଥ୍ୟ ସଂଗ୍ରହ କରାଯିବ। ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସଂପର୍କରେ ମତାମତ ନିଆଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରି ଏହା କହିଛନ୍ତି । ସମସ୍ତ ବିଭାଗ ଗୁଡିକ ଲୋକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଶୁଣାଣି କରି ସମାଧାନ କରିବେ । ରାଜ୍ୟର ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଅଭିଯୋଗ ଉପରେ ଗୁରୁତ୍ୱ ଦେଇ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଢେଙ୍କାନାଳରୁ ଭିଡିଓ କନ୍‌ଫରେସନ୍‌ସ ଜରିଆରେ ଯୋଡି ହୋଇ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଅନୁଗୁଳ ଜିଲ୍ଲା ଗସ୍ତ ସମ୍ପର୍କରେ ଅବଗତ କରିଥିଲେ । ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ବର୍ତ୍ତମାନ ସୁଦ୍ଧା ଲୋକଙ୍କ ଠାରୁ ୧୮ ହଜାର ପିଟିସନ୍ ଗ୍ରହଣ କରିଥିବା ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କର ଏହି ସମୀକ୍ଷା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରାଯାଇଥିଲା । ବିଶେଷକରି ୫-ଟି ସଚିବଙ୍କ ଦୁଇଦିନିଆ ଅନୁଗୁଳ ଗସ୍ତ ସମୟରେ ଲୋକଙ୍କଠାରୁ ପାଇଥିବା ବିଭିନ୍ନ ପ୍ରସ୍ତାବ, ଅଭିଯୋଗ ଓ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ଏହିସବୁ ନିଷ୍ପତ୍ତି ନେଇଛନ୍ତି ।

ଦେଶର ସ୍ୱାଧୀନତା ସଂଗ୍ରାମରେ ତଥା ଓଡିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବା ସହିତ ତାଙ୍କର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ ଭୁବନେଶ୍ଵର ଠାରେ କରାଯିବ । ତାଳଚେର ମେଡିକାଲ କଲେଜ ଓ ହସ୍‌ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ । ସେହିପରି କଣିହା ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧିନ ସେତୁକୁ ମଧ୍ୟ ସ୍ୱର୍ଗତ ପ୍ରଧାନଙ୍କ ନାମରେ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଲୋକଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ଅନୁଗୁଳ ଜିଲ୍ଲାରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବାର ବିକାଶ ପାଇଁ ତାଳଚେରଠାରେ ନିର୍ମିତ ମେଡିକାଲ କଲେଜ ହସ୍‌ପିଟାଲକୁ ଚଳିତ ବର୍ଷ ଅକ୍ଟୋବର ମାସ ଠାରୁ କାର୍ଯ୍ୟକ୍ଷମ କରାଯିବ । ଏହାସହିତ ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆମ ହସ୍‌ପିଟାଲ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।  ଗତକାଲି ଛେଣ୍ଡିପଦାଠାରେ ଲୋକଙ୍କ ଠାରୁ ଏହି ଦାବି ସଂପର୍କରେ ମୁଖ୍ୟମନ୍ତ୍ରୀ ୫-ଟି ସଚିବଙ୍କ ସହିତ ଭିଡିଓ କଲ୍‌ରେ ଆଲୋଚନା କରିଥିଲେ ।

ଅନୁଗୁଳ ଜିଲ୍ଲାର ବନ୍ତଳା ଠାରେ ହାତୀ-ମଣିଷ ସଂଘର୍ଷ ଯୋଗୁ ସାଧାରଣ ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଧନସମ୍ପତ୍ତି ନଷ୍ଟ ସହିତ ଜୀବନ ହାନୀ ମଧ୍ୟ ହେଉଛି । ଲୋକଙ୍କ ଠାରୁ ଏହି ସମସ୍ୟା ଶୁଣିବା ପରେ, ମୁଖ୍ୟମନ୍ତ୍ରୀ ଏହାକୁ ରୋକିବା ପାଇଁ ୪.୬୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲ୍ଲା ଡି.ଏଫ.ଓ ଙ୍କ ଦ୍ୱାରା ଏହି ଅର୍ଥ ଜରିଆରେ ବନ୍ତଳାର ୪୩ଟି ଗାଁରେ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରାଯାଇ ଅଧିକ ସୁରକ୍ଷିତ ବ୍ୟବସ୍ଥାର ବିକାଶ କରାଯିବ। 

ଜିଲ୍ଲାରେ ସଡକ ଯୋଗାଯୋଗର ବିକାଶ ପାଇଁ OMBADC ପାଣ୍ଠିରୁ ୭୬.୩୯ କୋଟି ଟଙ୍କା ବିନିଯୋଗ କରାଯାଇ ୩ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ। ପାଲଲହଡା ଏକ ଆଦିବାସୀ ଅଧ୍ୟୁସିତ, ଅନୁନ୍ନତ ଅଂଟଳ ହୋଇଥିବାରୁ, ଏଠାରେ ୨ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତାର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ପାଲଲହଡା ଫଳ ବଗିଚା ଠାରୁ ନାଇକାଣିପଲ୍ଲୀ ରାସ୍ତାର ବିକାଶ ପାଇଁ ୨୧.୮୫ କୋଟି ଏବଂ ସିବାଦା ଠାରୁ ଖଡକାକୁମ୍ଭାର ମାଟି ରାସ୍ତାର ଉନ୍ନତିକରଣ ପାଇଁ ୪୨.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତ କଣିଆ ବ୍ଳକ୍‌ର ଧଳଗଡିଆ ସିଆରିଆ ରାସ୍ତାରେ ମହୁଲିପୋଷି ପର୍ଯ୍ୟନ୍ତ ୧୦ କିଲୋମିଟର ରାସ୍ତାର ଉନ୍ନତିକରଣ ପାଇଁ ୧୨.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଏହାସହିତ ପାଲଲହଡାରେ ୩ଟି ଗୁରୁତ୍ୱପୂର୍ଣ୍ଣ ସେତୁ ମଧ୍ୟ ନିର୍ମାଣ କରାଯିବ। ମାଙ୍କଡିଆ ନଳା ଉପରେ ଜୋକପାଣି ଠାରେ ଏକ ସେତୁ ପାଇଁ ୫.୩୮ କୋଟି ଟଙ୍କା, ଅନ୍ଧାରୀନଳା ଉପରେ କୁଚେଇବେଡା ଠାରେ ସେତୁ ପାଇଁ ୪.୬୦ କୋଟି ଟଙ୍କା ଏବଂ ଖରବା ନଳା ଉପରେ ବିଜାଗୋଠ ଛକ ଠାରେ ସେତୁ ନିର୍ମାଣ ପାଇଁ ୫.୮୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସମୁଦାୟ ୧୫.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

୫-ଟି ସଚିବଙ୍କ ବନ୍ତଳା ଅଂଚଳ ପରିଦର୍ଶନ ସମୟରେ ଏକ ଅଗ୍ନିଶମ ସେବା କେନ୍ଦ୍ରର ଆବଶ୍ୟକତା ସଂପର୍କରେ ଜନସାଧାରଣ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀ ଆଜି ବନ୍ତଳାରେ ଏହି ସେବା କେନ୍ଦ୍ର ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି । ଏହାସହିତ ସାତକୋଶିଆ ଇକୋ ଟୁରିଜିମ୍‌ ସ୍ଥାନରେ ମଧ୍ୟ ଏକ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରାଯିବ।

ଜନସାଧାରଣଙ୍କ ଅନୁରୋଧକ୍ରମେ ଜିଲ୍ଲାର କୁଡାଗାଁ ଓ ଟିକରପଡା ଠାରେ ଦୁଇଟି ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରତ୍ୟେକ ବନ୍ୟା ଅଶ୍ରୟସ୍ଥଳ ପାଇଁ ୨.୬୪ କୋଟି ଟଙ୍କା ଖର୍ଚ୍ଚ ହେବ ।

ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି , ପ୍ରମୁଖ ସଚିବ, ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

5T Secretary visits Angul District

Next Post

ଓଡିଶାର ସମବାୟ ବ୍ୟବସ୍ଥାକୁ ୟୁରୋପରେ ପ୍ରଶଂସା

Next Post
ଓଡିଶାର ସମବାୟ ବ୍ୟବସ୍ଥାକୁ ୟୁରୋପରେ ପ୍ରଶଂସା

ଓଡିଶାର ସମବାୟ ବ୍ୟବସ୍ଥାକୁ ୟୁରୋପରେ ପ୍ରଶଂସା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA