ରାଉରକେଲା/ଭୁବନେଶ୍ୱର: ରାଉରକେଲାରେ ଦେଶର ସର୍ବବୃହତ୍ତ ହକି ଷ୍ଟାଡିୟମ ସମେତ ସୁନ୍ଦରଗଡ଼ ଜିଲ୍ଲାକୁ ୫ ହଜାର କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପ ଭେଟି ଦେବା ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କର ଅଭିଭାଷଣ ରଖିଥିଲେ ।
‘ରାଉରକେଲା ଠାରେ ୨୦୨୩ ପୁରୁଷ ବିଶ୍ବକପ୍ ହକି ଆୟୋଜନକୁ ଦୃଷ୍ଟିରେ ରଖି ଆନ୍ତର୍ଜାତୀୟ ମାନର ଷ୍ଟାଡିୟମ୍ ନିର୍ମାଣ କରାଯାଉଛି । ଏହି ନୂତନ ଷ୍ଟାଡିଅମ ବିଶିଷ୍ଟ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରାଗଲା । ଏହି stadium ଦେଶର ସବୁଠାରୁ ବଡ଼ ହକି stadium ହେବ । ଏହି ଷ୍ଟାଡିଅମ ଯୁବ ସମାଜ ମଧ୍ୟରେ ପ୍ରେରଣା ସୃଷ୍ଟି କରିବା ସହିତ ବଡ ବଡ ସ୍ବପ୍ନ ଦେଖିବା ଓ ବଡ ବଡ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ।
ରାଉରକେଲାର ଷ୍ଟିଲ ପ୍ଲାଣ୍ଟ ଠାରୁ ଆରମ୍ଭ କରି NIT ପର୍ଯ୍ୟନ୍ତ ସବୁଥିରେ ବିଜୁବାବୁଙ୍କ ସ୍ମୃତି ଭରି ରହିଛି । ରାଉରକେଲା ଆଶାର ସହର –City of Hopes। କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନେ ମଧ୍ୟ ଜୀବିକା ପାଇଁ ରାଉରକେଲାକୁ ଆସିଥାନ୍ତି ।
ସୁନ୍ଦରଗଡ ଜିଲ୍ଲାର ମିଶନ ଶକ୍ତିର ମା ମାନଙ୍କୁ ସେମାନଙ୍କର ବିକାଶ କାମରେ ସହଯୋଗ ପାଇଁ ଧନ୍ୟବାଦ। ବାଲିଶଂକରାର ଜୟନ୍ତୀ ଏକ୍କା ଭୁବନେଶ୍ବରର ମେକ୍-ଇନ୍-ଓଡିଶା କନ୍କ୍ଲେଭରେ ତାଙ୍କର ଉଦ୍ଯୋଗ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ଜନଜାତିର ପିଲାମାନଙ୍କ ଶିକ୍ଷା ସୁବିଧା ସହିତ ଜନଜାତି ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ନିଆଯାଇଛି । ମୁଣ୍ଡାରି ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ପୁଣି ଥରେ ଦାବୀ କରାଯିବ ।
୨୦୦୦ ମସିହାରେ ରାଜ୍ୟର ଯୋଜନା ବଜେଟ ମାତ୍ର ୨୮୦୦ କୋଟି ଥିବାବେଳେ, ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ୫ ହଜାର କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ଏହା ରୂପାନ୍ତରର ନମୂନା ତଥା ବିକାଶର ନମୂନା। ବିକାଶର ଏହି ଧାରାକୁ ଜାରି ରଖିବା ପାଇଁ ଆପଣମାନଙ୍କର ସହଯୋଗ ଦରକାର ।’